Posted inଖେଳ

ସମଦଶା ଭୋଗିଲା ଟିମ୍‌ ଇଣ୍ଡିଆ

ଦୁବାଇ,୩୧।୧୦: ପାକିସ୍ତାନ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ବ୍ୟାଟିଂ ଭାରତୀୟ ଦଳର ବ୍ୟାଟିଂ ଲାଇନ୍‌ ପୂରା ଫେଲ ମାରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ମାତ୍ର ୭ ଉଇକେଟ ହରାଇ ୧୧୦ ରନ୍‌ କରିବାକୁ ସକ୍ଷମ ହୋଇଛି। ଏଥିଲାଗି ନ୍ୟୁଜିଲାଣ୍ଡର ବୋଲରଙ୍କୁ ଶ୍ରେୟ ଦେବାକୁ ପଡ଼ିବ। ଟ୍ରେଣ୍ଟ ବୋଲ୍ଟ ୩ ଉଇକେଟ ନେଇଥିବା ବେଳେ ଇଶ ଶୋଢ଼ି ୨ ଉଇକେଟ ହାତେଇଥିଲେ। ଅନ୍ୟ ବୋଲରମାନେ କଞ୍ଜୁସ ବୋଲିଂ କରି ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ହାତ ଖୋଲିବାକୁ ଦେଇ ନ ଥିଲେ ସୁଯୋଗ। ପୂରା ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ମାତ୍ର ୨ ଛକା ଓ ୮ ଚୌକା ମାରିବାକୁ ସକ୍ଷମ ହୋଇଥିଲେ।

ଲୋକେଶ ରାହୁଲ (୧୮) ଓ ଇଶାନ କିଷନ(୪)ଙ୍କ ନୂଆ ଓପନିଂ ଯୋଡ଼ି କିଛି ଖାସ କରିପାରି ନ ଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଉପଅଧିନାୟକ ରୋହିତ ଶର୍ମା (୧୪), ଅଧିନାୟକ ବିରାଟ କୋହଲି (୯), ରିଷଭ ପନ୍ତ (୧୨) ଓ ହାର୍ଦ୍ଦିକ ପାଣ୍ଡ୍ୟା (୨୩)ଙ୍କ ଉଇକେଟ ହରାଇଥିଲା। ଶେଷ ଓଭରରେ ରବୀନ୍ଦ୍ର ଜାଡେଜା (୨୫*) ୧୧ ରନ୍‌ କରିବାରୁ ୧୧୦ରେ ପହଞ୍ଚି ପାରିଥିଲା ଟିମ୍‌ ଇଣ୍ଡିଆ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri