ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ ଇସ୍ତଫା ଦେବେ ବୋଲି କହିଛନ୍ତି ସମୀରଙ୍କ ସମର୍ଥକ। ସେ ସ୍ବାଧୀନ ଭାବେ ଲଢିବେ ବୋଲି ଆହୁରି ଚେତାବନୀ ଦେଇଛନ୍ତି ସମୀରଙ୍କ ସମର୍ଥକ ତଥା ନିମାପଡା ବ୍ଲକ ଅଧ୍ୟକ୍ଷ ଅଶୋକ ସାହୁ ।

ସେପଟେ ପରୋକ୍ଷରେ ସମୀର ଏହାକୁ ସମର୍ଥନ ମଧ୍ୟ କରିଛନ୍ତି । ବୈଠକରେ ଉପସ୍ଥିତ ସମୀର ଦାଶ ନିଜ ସମର୍ଥକଙ୍କୁ ନିମାପଡା ପ୍ରାର୍ଥିତ୍ୱ ନେଇ କହିଛନ୍ତି, ସମୀର ଦାଶ ନଚେତ, ସଙ୍ଗୀତା ଦାସ ପ୍ରାର୍ଥୀ ହେଲେ ଗ୍ରହଣୀୟ । ତେବେ ଏଥିରେ ତୃତୀୟ ଲୋକ ଗ୍ରହଣୀୟ କି ବୋଲି ପ୍ରଶ୍ନରେ ସମୀରଙ୍କ ସମର୍ଥକ ନା ବୋଲି କହୁଥିବା ଦେଖିବାକୁ ମିଳିଛି ।

ନିମାପଡାର ଏକ ଘରୋଇ ମଣ୍ଡପରେ ସମୀର ଦାଶଙ୍କ ସମେତ ନିମାପଡା ବ୍ଲକ ଅଧ୍ୟକ୍ଷ ଅଶୋକ ସାହୁ, ନିମାପଡା ନଗର ବିଜେଡି ସଭାପତି ଜୀବନାନନ୍ଦ ମହାପାତ୍ର, ନିମାପଡା ଓ ଗୋପର ୪୬ଟି ପଞ୍ଚାୟତର ବିଜେଡି ସଭାପତି, ନିମାପଡା NACର ୧୧ଟି ୱାର୍ଡର ବିଜେଡି ସଭାପତି ଓ ଦଳର ଅନ୍ୟାନ୍ୟ କାର୍ଯ୍ୟକାର୍ତ୍ତା ମାନେ ଏହି ବୈଠକରେ ଯୋଗଦେଇଥିଲେ ।

ସୂଚନାଥାଉ କି, ନିମାପଡା ବିଜେଡି ସମୀର ଦାସଙ୍କ ଟିକେଟ କାଟି ଦିଲୀପ ନାୟକଙ୍କୁ ଟିକେଟ ଦେଇଛି । ତେବେ ସମୀର ଓ ତାଙ୍କ ସମର୍ଥକଙ୍କ ଦାବିକୁ ନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri