ରାଜ୍ୟ ସ୍ଥିତି ସମ୍ପର୍କରେ ନଡ୍ଡାଙ୍କୁ ଜଣାଇଲେ ସମୀର

ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ରାଜ୍ୟ ସଭାପତି ସମୀର ମହାନ୍ତି ଗତ ବୁଧବାର ନୂଆଦିଲ୍ଲୀଠାରେ ସାକ୍ଷାତ୍‌ କରିଛନ୍ତି। ଆଲୋଚନା ବେଳେ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି, ଦଳର ସାଙ୍ଗଠନିକ କାର୍ଯ୍ୟ, ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା, ମହିଳାଙ୍କ ପ୍ରତି ନିର୍ଯାତନା ଓ ବିଭିନ୍ନ ପ୍ରସଙ୍ଗରେ କଥା ହୋଇଥିବା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି।
ଗୋଲକ କହିଛନ୍ତି, ରାଜ୍ୟ ସଭାପତି ସେଠାରେ ଅବଗତ କରିଛନ୍ତି, ରାଜ୍ୟରେ ଶାସକ ଦଳ ଏକଚ୍ଛତ୍ରବାଦ ଶାସନ ଚଲାଇଥିବା ବେଳେ ବିଶେଷ ଭାବେ ମହିଳା ଓ ଶିଶୁ ନିର୍ଯାତନାର ଶିକାର ହେଉଛନ୍ତି। ନୟାଗଡ଼ ଜିଲାର ଶିଶୁ ପରୀ ଘଟଣା ସହିତ ଶିକ୍ଷୟିତ୍ରୀ ମମିତା ମେହେରଙ୍କୁ ନ୍ୟାୟ ପାଇଁ ଦଳ ପକ୍ଷରୁ ଗତ ୨ ମାସ ଧରି ଆନ୍ଦୋଳନ ଜାରି ରହିଛି। ଏହି ୨ ଘଟଣାରେ ଦୁଇଜଣ ମନ୍ତ୍ରୀଙ୍କ ସମ୍ପୃକ୍ତି ଥିବା ଜଣାଇଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କେଳେଙ୍କାରୀରେ ପ୍ରତିବାଦ କରିବାରୁ ୨ ଜଣ କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ଏହି ଘଟଣାରେ ଆଇନମନ୍ତ୍ରୀ ପ୍ରତାପ ଜେନା ଲିପ୍ତଥିବା କଥା କହିଛନ୍ତି। ଏହା ବ୍ୟତୀତ ଆଦିବାସୀ ଜିଲାର ବିକାଶ ପାଇଁ ଗଠନ ହୋଇଥିବା ଜିଲା ଖଣିଜ ପାଣ୍ଠି(ଡିଏମ୍‌ଏଫ୍‌)କୁ ବିନା ଟେଣ୍ଡରରେ ଦଳୀୟ କାମରେ ଲଗାଇ ସରକାରୀ ଦଳ ଏହି ଅର୍ଥର ଅପବ୍ୟବହାର କରୁଥିବା କଥା ଅବଗତ କରାଯାଇଛି। ଦଳର ସଙ୍ଗଠନାତ୍ମକ କାର୍ଯ୍ୟର ଅଗ୍ରଗତି ତଥା ଆଗାମୀ ଦିନରେ କିଭଳି ଦଳର ସଙ୍ଗଠନ ତୃଣମୂଳସ୍ତରରେ ମଜଭୁତ ହେବା ସହ ଅଧିକରୁ ଅଧିକ ନାଗରିକ ଯୋଡିହେବେ ସେ ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri