ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍‌ , ହେଲେ…

ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଜେଲ ଭିତରେ ଦୁହେଁ କେମିତି ଅଛନ୍ତି ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଜେଲର ୩ ନଂ ୱାର୍ଡରେ ସମୀର ସାର୍‌ ଆଉ ୧୫ ନମ୍ବର ୱାର୍ଡରେ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ସୌମ୍ୟାଶ୍ରୀ ଆତ୍ମାହୁତି ଉଦ୍ୟମ ଦିନ ହିଁ ସମୀର ସାହୁଙ୍କୁ ଗିରଫ କରି ଜେଲ ପଠାଇ ଦିଆଯାଇଥିଲା । ଏହାର ଦୁଇ ଦିନ ପରେ ଅର୍ଥାତ୍‌ ୧୪ ତାରିଖରେ ଅଧ୍ୟକ୍ଷଙ୍କୁ ଗିରଫ କରାଯିବା ପରେ ତାଙ୍କୁ କୋର୍ଟ ଚାଲାଣ କରି ଜେଲ ପଠାଇଥିଲା ପୋଲିସ । ଏକ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ଦୁହେଁ ମାନସିକ ଚାପରେ ଅଛନ୍ତି। ଦୁହେଁ ବୁଧବାର ଦିନ ମଧ୍ୟାହ୍ନ ଭୋଜନରେ ଭାତ, ଡାଲି, ଅଣ୍ଡା ତରକାରୀ ଖାଇଥିବା ବେଳେ ରାତିରେ ରୁଟି ଓ ତରକାରୀ ଖାଇଥିଲେ। ଜେଲ ଆସିବାର ୭ ଦିନ ବିତି ନ ଥିବାରୁ ଦୁହିଁଙ୍କୁ ପରିବାର ଲୋକଙ୍କ ସହ ସାକ୍ଷାତ କରିବାକୁ ଦିଆଯାଇ ନ ଥିଲା।

ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ବୁଧବାର ବିଜେଡି ଆନ୍ଦୋଳନ କରିଥିବା ବେଳେ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦେଇଥିଲା କଂଗ୍ରେସ। ଏହି ସମୟରେ ସରକାରଙ୍କୁ ଜୋରଦାର ଘେରିଥିଲା କଂଗ୍ରେସ। ଅନ୍ୟପଟେ ଏହି ଘଟଣାକୁ ଗୁରୁତର ସହ ନେଇଛନ୍ତି ରାଜ୍ୟ ସରକାର। କ୍ରାଇମବ୍ରାଞ୍ଚ ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଦେଇଛି। ସେପଟେ ଅଘଟଣ ପରେ ଗଣଶିକ୍ଷା ବିଭାଗ ତତ୍ପରତା ଦେଖାଇଛି। ୨୪ ଘଣ୍ଟାରେ ଆଭ୍ୟନ୍ତରୀଣ କମିଟି (ICC) ଗଠନ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ICC ଗଠନ କରିବାକୁ ନିର୍ଦ୍ଦେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri