ତୈଳବୀଜ ଶସ୍ୟ ଚାଷ କରିବାକୁ ଯୁବଚାଷୀଙ୍କୁ ଆହ୍ବାନ ଦେଲେ ସମୀର

ବଡ଼ଗାଁ, ୧୯।୫(ଅଶୋକ ଷଡଙ୍ଗୀ): ଭାରତରେ ତୈଳବୀଜ ଉତ୍ପାଦନ ସେତେଟା ହେଉନଥିବାରୁ ଭାରତ ଅନ୍ୟ ଦେଶ ଉପରେ ନିର୍ଭର କରୁଛି। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ତେଲ ବ୍ୟବହାର କମ କରିବାକୁ କହିଛନ୍ତି। ତେଲ ବ୍ୟବହାର କମ କରିବା ଓ ଚାଷୀମାନେ ତୈଳବୀଜ ଉତ୍ପାଦନ ଉପରେ ଗୁରୁତ୍ୱ ଦେଲେ ତୈଳ ଆବଶ୍ୟକତାକୁ କିଛିକାଂଶରେ ଭରଣା କରାଯାଇପାରିବ ବୋଲି କହିଛନ୍ତି ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ବାଇବାଇ ଗ୍ରାମର ଯୁବଚାଷୀ ସମୀର କୁମାର ରାଉତରାୟ। ଗତ ୧୫ ବର୍ଷ ହେଲା ସେ ସୂର୍ଯ୍ୟମୁଖୀ, ଚିନାବାଦାମ, ସୋରିଷ ଚାଷ କରିଆସୁଛନ୍ତି। ଚଳିତବର୍ଷ ସେ ତାଙ୍କ ବାଡ଼ିର ୭୫ ଡିସିମିଲ ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି। ଏହି ଚାଷରେ ସେ ମୋଟ ଚାରି ହଜାର ଦୁଇଶହ ଟଙ୍କା ବିନିଯୋଗ କରିଛନ୍ତି। ଏଥିରୁ ସେ ପ୍ରାୟ ଶହେ ଲିଟର ସୂର୍ଯ୍ୟମୁଖୀ ତେଲ ପାଇବେ ବୋଲି କହିଛନ୍ତି। ଯୁବଚାଷୀ ରାଉତରାୟ କହିଛନ୍ତି, ଭାରତ ୨୦୨୪-୨୦୨୫ରେ ରୁଷିଆ, ୟୁକ୍ରେନ ଓ ଅର୍ଜେଣ୍ଟିନାରୁ ୩୪ ହଜାର କୋଟି ଟଙ୍କାର ସୂର୍ଯ୍ୟମୁଖୀ ତେଲ ଆମଦାନୀ କରିଥିଲା। ଯଦି ଭାରତର ଚାଷୀ ତୈଳବୀଜ ଶସ୍ୟ ଚାଷ ଉପରେ ଗୁରୁତ୍ୱ ଦିଅନ୍ତି ଓ ଏଥିପାଇଁ ସରକାର ଚାଷୀଙ୍କୁ ଉତ୍ସାହିତ ,ସହଯୋଗ କରନ୍ତି ତେବେ ଏହି ଆମଦାନୀ ପରିମାଣକୁ ଅନେକାଂଶରେ କମ୍‌ କରାଯାଇପାରିବ। ସୂର୍ଯ୍ୟମୁଖୀ ଚାଷ ସହିତ ଯୌଥ ଫସଲ ଉତ୍ପାଦନ କରାଯାଇପାରୁଥିବାରୁ ଚାଷୀମାନେ ଲାଭବାନ ହୋଇପାରିବେ।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri