ଚର୍ଚ୍ଚାରେ ସମୀରଙ୍କ ଭାଇରାଲ ଫଟୋ

ନିମାପଡ଼ା,୧୮।୪ (ରଞ୍ଜନ କୁମାର ପଟ୍ଟନାୟକ)ବିଜେଡି ବିଧାୟକ ସମୀର ରଞ୍ଜନ ଦାଶ ହାତ ଧରିବା ନେଇ ଆଲୋଚନା ହେଉଛି। ବୁଧବାର ସମୀରଙ୍କ ସହିତ ରାହୁଲ ଗାନ୍ଧୀଙ୍କ ଭାଇରାଲ ଫଟୋକୁ ନେଇ ଦିନତମାମ ସୋସିଆଲ ମିଡିଆରେ ଚର୍ଚ୍ଚା ଲାଗି ରହିଥିଲା। ଭାଜପା, ବିଜେଡି ପ୍ରାର୍ଥୀ ଘୋଷଣା କରିସାରି ଥିବାବେଳେ କଂଗ୍ରେସ ଏପର୍ଯ୍ୟନ୍ତ ପ୍ରାର୍ଥୀ ଘୋଷଣା କରିନାହିଁ। ପ୍ରାର୍ଥୀ ଘୋଷଣା ବିଳମ୍ବ ହଁି ଚର୍ଚ୍ଚା ପାଇଁ ଖୋରାକ ଯୋଗାଉଛି। ବର୍ତ୍ତମାନ ଫଟୋଟି ମୋବାଇଲରୁ ମୋବାଇଲକୁ ବାରମ୍ବାର ଶେୟାର କରାଯାଉଥିବା ଦେଖିବାକୁ ମିଳିଥିଲା। ଘଟଣା ସମ୍ପର୍କରେ ସିଧାସଳଖ ସମୀରଙ୍କ ପ୍ରତିକ୍ରିୟା ହସ୍ତଗତ ହୋଇପାରିନାହିଁ। ହେଲେ ରାଜନୀତିରେ ଅସମ୍ଭବ ଶବ୍ଦ ନାହିଁ ବୋଲି ଭୋଟରମାନେ କହୁଛନ୍ତି। ସମୀର ଦାଶ କଂଗ୍ରେସକୁ ଯାଉନାହାନ୍ତି କି ଦଳର ଉଚ୍ଚ ସ୍ତରୀୟ ନେତୃତ୍ୱ ତାଙ୍କୁ ଗ୍ରହଣ କରିବା ମାନସିକତାରେ ନାହାନ୍ତି ବୋଲି କହିଛନ୍ତି କଂଗ୍ରେସ ଆଶାୟୀ ନିରୋଦ ବରଣ ଖୁଣ୍ଟିଆ।

ବ୍ଲକ ଅଧ୍ୟକ୍ଷଙ୍କ ଘରେ ଗୁପ୍ତ ବୈଠକ
ନିମାପଡ଼ା,୧୮।୪(ରଞ୍ଜନ ପଟ୍ଟନାୟକ): ବିଜେଡି ଟିକେଟ ଘୋଷଣା ପରେ ବିଧାୟକ ସମୀର ଦାଶଙ୍କ ସମର୍ଥକ ହତୋତ୍ସାହିତ ହୋଇପଡ଼ିଛନ୍ତି। ଦଳ ଦିଲିପ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବାରୁ ସମୀରଙ୍କ ସମର୍ଥକ ଏହାକୁ ସହଜରେ ହଜମ କରିପାରୁ ନାହାନ୍ତି। ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କ ଏଭଳି ନିଷ୍ପତି ସେମାନଙ୍କ ମଧ୍ୟରେ ନୈରାଶ୍ୟର ଭାବ ଖେଳାଇ ଦେଇଛି। ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ପାଇଁ ବୁଧବାର ମଧ୍ୟାହ୍ନରେ ବ୍ଲକ ଅଧ୍ୟକ୍ଷଙ୍କ ବାସଭବନରେ ଆୟୋଜିତ ଗୁପ୍ତ ବୈଠକରେ ନିଜେ ସମୀର ଦାଶ ଉପସ୍ଥିତ ରହି ସମର୍ଥକଙ୍କ ସହିତ ଆଲୋଚନା କରିଥିବା ବିଶେଷସୂତ୍ରରୁ ଜଣାପଡ଼ିଛି। ଏହି ବୈଠକ ଅନ୍ୟ ଏକ ଦିଗ ପ୍ରତି ଆଙ୍ଗୁଳି ନିର୍ଦ୍ଦେଶ କରୁଥିବା ରାଜନୈତିକ ସମୀକ୍ଷକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?