ସମୀରବାବୁ ବହୁଦିନ ପରେ ପଦାକୁ ବାହାରିବା ଦେଖି ଖୁସି ଲାଗିଲା: ଲେନିନ୍‌

ଭୁବନେଶ୍ବର, ୨୬।୪(ବ୍ୟୁରୋ) : ଶାନ୍ତିପ୍ରିୟ ସମ୍ବଲପୁରବାସୀଙ୍କ ଆନ୍ତରିକ ପ୍ରଚେଷ୍ଟା ଏବଂ ପ୍ରଶାସନର ଦୃଢ଼ କାର୍ଯ୍ୟାନୁଷ୍ଠାନ ଯୋଗୁ ସମ୍ବଲପୁରରେ ଶାନ୍ତି ଫେରିଛି। ହେଲେ ସମ୍ବେଦନଶୀଳ ମାମଲାର ରାଜନୀତୀକରଣ କରି ଫାଇଦା ହାସଲ କରିବାକୁ ଚାହୁଁଥିବା ଭାଜପା ଏହା ସହି ପାରୁନାହିଁ। ସେଥିଲାଗି ଭାଜପା ନେତାମାନେ ବାଉଳିଚାଉଳି ହୋଇ ବିବୃତି ଦେଉଛନ୍ତି ବୋଲି ବିଜେଡି ପକ୍ଷରୁ କୁହାଯାଇଛି। ମଙ୍ଗଳବାର ସମ୍ବଲପୁର ହିଂସା ଘଟଣା ନେଇ ଭାଜପା ଖବରଦାତା ସମ୍ମିଳନୀକୁ ଟାର୍ଗେଟକରି ବିଜେଡି ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଦେଖି ଖୁସି ଲାଗିଲା ଯେ ବହୁତ ଦିନ ପରେ ଭାଜପା ବରିଷ୍ଠ ନେତା ସମୀର ମହାନ୍ତି ପଦାକୁ ବାହାରିଲେ ଏବଂ ଗଣମାଧ୍ୟମରେ ବିବୃତି ଦେଲେ। ତାଙ୍କ କଥା ଶୁଣି ଲାଗିଲା ଏହା ତାଙ୍କ ମତାମତ ନୁହେଁ ବରଂ ଅନ୍ୟ କାହାର ବାଧ୍ୟବାଧକତାରେ ସେ ଏଭଳି ବିବୃତି ଦେଇଛନ୍ତି। ଆଇନଶୃଙ୍ଖଳା ସ୍ଥିତି ନେଇ ସମୀର ବାବୁଙ୍କ ମୁହଁରେ ଯାହା କୁହାଗଲା, ତାହା ଶୁଣି ଆମକୁ ଆଶ୍ଚର୍ଯ୍ୟ ଲାଗୁଛି। କାରଣ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ କର୍ନାଟକ ଭଳି ଭାଜପା ଶାସିତ ରାଜ୍ୟରେ ଅପରାଧ, ହିଂସା ଓ ଦଙ୍ଗାର ତାଲିକା ଦେଖିଲେ, ଓଡ଼ିଶା ଏସବୁ ରାଜ୍ୟଠାରୁ ଢେର୍‌ ତଳେ ଅଛି। ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ ବୋଲି ସମସ୍ତେ ଜାଣନ୍ତି, ହେଲେ ବିଡ଼ମ୍ବନା ଭାଜପା ନେତାମାନେ କ୍ରମାଗତ ଭାବେ ରାଜ୍ୟବାସୀଙ୍କୁ ଅରାଜକ ଆଖ୍ୟା ଦେଇ ଅପମାନିତ କରି ଚାଲିଛନ୍ତି ବୋଲି ଲେନିନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri