ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’ ନେଇ ଗତ କିଛିଦିନ ଧରି ଚର୍ଚ୍ଚା ଲାଗି ରହିଛି। ଆଉ ଏଥିରେ ଖୋରାକ ଯୋଗାଇଛି ସମୀରଙ୍କ ଟ୍ବିଟ୍‌।

ଶନିବାର ନିର୍ବାଚିତ ପ୍ରତିନିଧିଙ୍କ ସହ ୩ ହଜାରରୁ ଅଧିକ କର୍ମୀ ଦଳ ଛାଡିବା ନେଇ ଲିଖିତ ଭାବେ ଜଣାଇଛନ୍ତି । ତୁରନ୍ତ ପ୍ରାର୍ଥୀ ପରିବର୍ତ୍ତନ କରିବା ପାଇଁ ଚେତାବନୀ ଦେଇଥିବା ବେଳେ ଦଳକୁ ୧୨ ଘଣ୍ଟିିଆ କଣ୍ଟ ଦେଇଛନ୍ତି । ଏହାରି ଭିତରେ ଚର୍ଚ୍ଚା ବଢାଇଛି ସମୀର ଦାଶଙ୍କ ଟ୍ବିଟ । ନିଜ ଏକ୍ସ’ରେ ସେ ଲେଖିଛନ୍ତି, ସମସ୍ତଙ୍କୁ ହୃଦୟରୁ ସାଧୁବାଦ। ଏଥିସହ #ସମୀରପରିବାର ମଧ୍ୟ ଲେଖିଛନ୍ତି। ତେବେ ସେ କେଉଁ ଆଡକୁ ଇଙ୍ଗିତ କରି ଏପରି ଲେଖିଛନ୍ତି ସେ ନେଇ ଚର୍ଚ୍ଚା ବଢିବାରେ ଲାଗିଛି।

କହିରଖୁଛୁ କି, ନିମାପଡା ନିର୍ବାଚନମଣ୍ଡଳୀରେ ବିଜେଡି ଟିକେଟ ପାଇଁ ଆଶୟୀ ଥିଲେ ସମୀର । ମାତ୍ର ଦଳ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି । ଯାହାକୁ ନେଇ ସମୀରଙ୍କ ସମର୍ଥକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri