ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିଲେ। ଟିକେଟ୍‌ କଟିଥିବାରୁ ସେ ବିମୁଖ ହୋଇ ବିଜେଡି ଛାଡ଼ିଥିଲେ।

ବିଜେଡି ଛାଡ଼ିବା ପରେ ସମୀର ସମର୍ଥକଙ୍କ ସହ ଆସି ଭାଜପା କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି। ବିଜୟପାଲ ସିଂ ତୋମାର, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମୀର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାରେ ମିଶିବା ପରେ ସମୀର କହିଛନ୍ତି, ମୋ ଉପରେ ବିଜେଡି ନେତାଙ୍କ ଭରସା ରହିଲାନି। ନେତୃତ୍ୱଙ୍କ ଭରସା ନ ରହିଲେ ଦଳରେ କାର୍ଯ୍ୟ କରିବା ସମ୍ଭବ ନୁହେଁ। ମୋଦିଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ମୋଦି ଆତ୍ମବିଶ୍ୱାସ ଓ ଭରସାର ବାତାବରଣ ସୃଷ୍ଟି କରିଛନ୍ତି। ମୋଦି କେବଳ କୁହନ୍ତିନି, କାର୍ଯ୍ୟରେ କରି ଦେଖାନ୍ତି। ମୋତେ ଦଳ ଯେଉଁ ଦାୟିତ୍ୱ ଦେବ ନିଷ୍ଠାର ସହ ତୁଲାଇବି। ନିର୍ବାଚନ ବେଳେ ଓ ନିର୍ବାଚନ ପରେ ଯେଉଁ ଦାୟିତ୍ୱ ମିଳିବ ତୁଲାଇବି। ନିମାପଡ଼ାରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ପ୍ରଭାତୀ ପରିଡ଼ା ଲକ୍ଷାଧିକ ଭୋଟ୍‌ରେ ନିଶ୍ଚିତ ବିଜୟ ଲାଭ କରିବେ।

ସୂଚନାଯୋଗ୍ୟ, ୨୦୦୯, ୨୦୧୪, ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସମୀର। ଦୀର୍ଘବର୍ଷ ଧରି ଗଣଶିକ୍ଷା ବିଭାଗର ମନ୍ତ୍ରୀ ଭାବରେ ଦାୟିତ୍ୱ ନିର୍ବାହ କରିଛନ୍ତି । କିନ୍ତୁ ଚଳିତ ନିର୍ବାଚନରେ ଦଳ ତାଙ୍କୁ ଟିକେଟ୍‌ ଦେଇ ନ ଥିଲା। ଏଥର ସମୀରଙ୍କ ସ୍ଥାନରେ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି । ତାଙ୍କୁ ମନାଇବା ପାଇଁ କିଛି ଦିନ ପୂର୍ବରୁ ତାଙ୍କୁ ଢେଙ୍କାନାଳ ପର୍ଯ୍ୟବେକ୍ଷକ ଦାୟିତ୍ୱ ମଧ୍ୟ ଦେଇଥିଲା ଦଳ। ହେଲେ ଏଥିରେ ସମୀର ସନ୍ତୁଷ୍ଟ ହୋଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri