ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଲେ ସମିତିସଭ୍ୟ: ବ୍ୟାକ୍‌ଫୁଟ୍‌ରେ ବିଜେଡି

ଭବାନୀପାଟଣା/ଥୁଆମୁଳ ରାମପୁର,୨୭।୯ (ଉତ୍ତମ କୁମାର ଦାଶ/ ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକ ରାଜନିତୀରେ ଏବେ ହଟଚମଟ ଦେଖିବାକୁ ମିଳିଛି । ସ୍ଥାନୀୟ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି ବ୍ଳକ୍ ର ୧୪ ଜଣ ସମିତିସଭ୍ୟା/ସଭ୍ୟ। ଶୁକ୍ରବାର ଅପରାହ୍ନରେ ଭବାନୀପାଟଣାରେ ପହଞ୍ଚି ଏ ସଂପର୍କରେ ସେମାନେ ଜିଲାପାଳଙ୍କୁ ଏକ ଲିଖିତ ଅଭିଯୋଗ ଦେଇଛନ୍ତି। ଯାହାକୁ ନେଇଁ ଜିଲାରେ ଏବେ ଚର୍ଚ୍ଚା ଜୋର ଧରିଛି।

ସମିତିସଭ୍ୟଙ୍କ ଅଭିଯୋଗ ଅନୁଯାୟୀ, ଥୁଆମୁଳ ରାମପୁର ବ୍ଲକରେ ଗତ ଦେଢ ବର୍ଷରୁ ଉର୍ଦ୍ଧ ହେବ ପଞ୍ଚାୟତ ସମିତି ବୈଠକ କରାଯାଇନାହିଁ । କେଉଁ ସ୍ୱାର୍ଥରେ ଏହି ବୈଠକ କରାଯାଉନଥିବା ତାହା ସେମାନେ ଜାଣି ପାରୁନାହାନ୍ତି। ଏହାଦ୍ୱାରା ସେମାନେ ନିଜ ଅଞ୍ଚଳର ସମସ୍ୟା ବିଷୟରେ ପଞ୍ଚାୟତ ସମିତି ବୈଠକରେ ଅବଗତ କରିପାରୁନାହାନ୍ତି। ସ୍ଥାନୀୟ ପଞ୍ଚ।ୟତ ସମିତି ଅଧ୍ୟକ୍ଷ ତାଙ୍କ ମନମାନି କାର୍ଯ୍ୟ କରୁଥିବା ଓ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଖସଡା ତିଆରି କରି ମନଇଚ୍ଛା କାର୍ଯ୍ୟ ଚଲାଇଥବା ଅଭିଯୋଗ ଆଣିଛନ୍ତି।

ତେଣୁ ସେମାନେ ( ବିଜେଡି ସମର୍ଥିତ) ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ନାମରେ ଅନାସ୍ଥା ପ୍ରସ୍ତାବ ଆଣିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ କରିଛନ୍ତି। ବ୍ଲକ ଉପାଧ୍ୟକ୍ଷା ଜୟନ୍ତୀ ମାଝୀଙ୍କ ନେତୃତ୍ବରେ ସମିତିସଭ୍ୟ ମାନେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ । ତେବେ ଜିଲାପାଳ ଉପସ୍ଥିତ ନ ଥିବାରୁ ଦାୟିତ୍ବରେ ଥିବା ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରଓ୍ବାନ ଏହାକୁ ଗ୍ରହଣ କରିଥିଲେ। ପ୍ରକାଶ ଯେ, ଥୁଆମୂଲ ରାମପୁର ବ୍ଲକରେ ସମୁଦାୟ ୨୪ଟି ପଞ୍ଚାୟତ ରହିଛି । ସେଥମରୁ ବର୍ତ୍ତମାନ ୧୪ ଜଣ ସମିତିସଭ୍ୟ/ ସଭ୍ୟ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି।

ଏ ନେଇଁ ଥୁଆମୂଳ ରାମପୁର ବ୍ଲକ ଅଧ୍ୟକ୍ଷ ଦୟାନିଧି ମାଝୀଙ୍କୁ ପଚାରିବାରୁ ମୁଁ ଏ ବିଷୟରେ କିଛି ଜାଣିନାହିଁ ବୋଲି କହିବା ସହ ନିର୍ବାଚନ ଆଚରଣ ବିଧି ଯୋଗୁଁ ପଞ୍ଚା।ୟତ ସମିତି ବୈଠକ ହୋଇନଥିଲା। ଯାହାକି ଆଜି ପଞ୍ଚାୟତ ସମିତି ବୈଠକ ହୋଇଥିଲା। ସେମାନେ କାହା ପ୍ରରୋଚନାରେ ସେଠାକୁ ଯାଇଥିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri