Posted inUncategorized

ସମଲେଇ ଯୋଜନା: ସମସ୍ତଙ୍କୁ କ୍ଷତିପୂରଣ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସମଲେଇ ବିକାଶ ଯୋଜନା ଅନ୍ତର୍ଗତ ଥଇଥାନ ଓ ପୁନର୍ବାସ ପ୍ୟାକେଜକୁ ଅନୁମୋଦନ କରିଛନ୍ତି। ଏଥିରେ ଉଭୟ ସରକାରୀ ଓ ବେସରକାରୀ ଜମିରେ ଘର ବା ଦୋକାନ କରିଥିବା ଲୋକଙ୍କ ପାଇଁ ସମ୍ପୂର୍ଣ୍ଣ ଥଇଥାନ ବ୍ୟବସ୍ଥା କରାଯାଇଛି। ସମଲେଶ୍ୱରୀ ମନ୍ଦିର ଓ ଏହାର ଆଖପାଖ ଅଞ୍ଚଳର ବିକାଶ ପାଇଁ ସମଲେଇ (ସମଲେଶ୍ୱରୀ ଟେମ୍ପଲ୍‌ ଏରିଆ ମ୍ୟାନେଜମେଣ୍ଟ ଆଣ୍ଡ ଲୋକାଲ ଇକୋନୋମିକ ଇନିସିଏଟିଭ) ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏଥିପାଇଁ ଲୋକଙ୍କଠାରୁ ମତାମତ ସଂଗ୍ରହ କରାଯାଇଥିଲା। ତାହାକୁ ଦୃଷ୍ଟିରେ ରଖି ଥଇଥାନ ପୁନର୍ବାସ ପ୍ୟାକେଜ କରାଯାଇଛି। ସମ୍ପୂର୍ଣ୍ଣ ସମଲେଇ ଯୋଜନାକୁ ମେ’ ୧୫ ସୁଦ୍ଧା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବେସରକାରୀ ଜାଗାରେ ଘର କରିଥିବା ଲୋକଙ୍କ ଜମିକୁ ସିଧା କିଣାଯାଇ ପୁନର୍ବାସ ଓ ଥଇଥାନ ଆଇନ-୨୦୧୩ ଅନୁଯାୟୀ କ୍ଷତିପୂରଣ ଦିଆଯିବ। ମନ୍ଦିର ପୂଜାରୀମାନଙ୍କୁ ଜମି ବଦଳରେ ଜମି ଦିଆଯିବ। ଏଥିସହିତ ପୂଜାରୀମାନଙ୍କୁ ୨୦ ଲକ୍ଷ ଟଙ୍କାର ପୁନର୍ବାସ ଭତ୍ତା କିମ୍ବା ତାଙ୍କ ଘରର ମୂଲ୍ୟ(ଯାହା ଅଧିକ ଥିବ) ପ୍ରଦାନ କରାଯିବ। ପରିବହନ ପାଇଁ ୧ ଲକ୍ଷ ଟଙ୍କା ତୁରନ୍ତ ଦିଆଯିବ। ପ୍ରତ୍ୟେକ ପରିବାରକୁ ୧୨ ମାସ ପାଇଁ ୧୦ ହଜାର ଟଙ୍କା ଲେଖାଏ ଘରଭଡ଼ା ଦିଆଯିବ। ପଟ୍ଟା ଥିବା ବେସରକାରୀ ଜାଗାର ଦୋକାନୀ ମାଲିକଙ୍କ ଜମିକୁ ସିଧା କିଣାଯିବ। ଦୋକାନକୁ ଅନ୍ୟ ଜାଗାରେ ଅବସ୍ଥାପିତ କରିବା ପାଇଁ ୧ ଲକ୍ଷ ଟଙ୍କାର ସହାୟତା ୨ ସମାନ କିସ୍ତିରେ ଦିଆଯିବ। ସରକାରୀ ଜାଗାରେ ବସ୍ତିରେ ଥିବା ଅନଧିକୃତ କଚ୍ଚା କିମ୍ବା ଆଂଶିକ ପକ୍କାଘର ପରିବାରକୁ ଏକକାଳୀନ ୫୦ ହଜାର ଟଙ୍କା କିମ୍ବା ଘରର ମୂଲ୍ୟ ଦିଆଯିବ। ଏଥିସହିତ ଲୋକଙ୍କ ପୁନର୍ବାସ ପାଇଁ ୬୫୦ ବର୍ଗଫୁଟ ଜାଗା ଯୋଗାଇ ଦିଆଯିବ। ବଡ଼ ପକ୍କାଘର ଥିବା ବସ୍ତିର ପରିବାରଗୁଡିକୁ ଘରର ମୂଲ୍ୟ ଏବଂ ୬୫୦ ବର୍ଗ ଫୁଟର ଜାଗା ଦିଆଯିବ। ବସ୍ତି ବ୍ୟତୀତ ଅନ୍ୟ ଜାଗାରେ ଥିବା ବେସରକାରୀ ଅନଧିକୃତ ଘରର ପ୍ରତ୍ୟେକ ପରିବାର ପାଇଁ ଘରର ବଜାର ଦର ଅନୁଯାୟୀ କ୍ଷତିପୂରଣ ସହ ୨,୫୭,୪୬୫ ଟଙ୍କାର ପୁନର୍ବାସ ସହାୟତା ପ୍ରଦାନ କରାଯିବ। ଅନ୍ୟ ସ୍ଥାନକୁ ଯିବା ପାଇଁ ପରିବାର ପିଛା ଏକକାଳୀନ ୫୦ ହଜାର ଟଙ୍କାର ସହାୟତା ଦିଆଯିବ। ସରକାରୀ ଜାଗାରେ ଥିବା ଅନଧିକୃତ ଆଂଶିକ ପକ୍କା ଦୋକାନ ଘର ପାଇଁ ୩୦ ହଜାର ଓ ସମ୍ପୂର୍ଣ୍ଣ ପକ୍କାଘର ଲାଗି ୫୦ ହଜାର ଟଙ୍କା ଦିଆଯିବ। ସରକାରୀ ଜାଗାରେ ଥିବା ଉଠାଦୋକାନୀମାନଙ୍କୁ ଦୁଇଟି କିସ୍ତିରେ ୩୦ ହଜାର ଟଙ୍କା ଦିଆଯିବ। ସେମାନଙ୍କ ପାଇଁ ଏକ ଷ୍ଟ୍ରିଟ୍‌ ଭେଣ୍ଡିଂ ପ୍ଲାନ୍‌ କରାଯିବ। କ୍ଷତିଗ୍ରସ୍ତ ଦୋକାନ ପାଇଁ ଜାଗା ଦିଆଯିବ। ସରକାରୀ ଜମିରେ ଥିବା ଧାର୍ମିକ ଅନୁଷ୍ଠାନ ଓ କ୍ଲବ୍‌ଗୁଡ଼ିକୁ ଏକକାଳୀନ ୧ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବ। ଏହି ପ୍ୟାକେଜ ଘୋଷଣା ଆଲୋଚନାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୪ ନଦୀରେ ପାଣି ନାହିଁ

ନୂଆଦିଲ୍ଲୀ,୮ା୪:ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ୪ଟି ନଦୀ ଏବେ ଶୁଖିଲା ପଡ଼ିଥିବା କେନ୍ଦ୍ରୀୟ ଜଳ ଆୟୋଗ (ସିଡବ୍ଲ୍ୟୁସି)ଙ୍କ ତଥ୍ୟରୁ ଜଣାପଡ଼ିଛି। ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ତାପମାତ୍ରା ଅସହ୍ୟ...

ଚଳିତ ଆର୍ଥିକବର୍ଷର କାରବାର ଶେଷ, ସେନ୍‌ସେକ୍ସ ୭୪,୦୦୦ ନିକଟବର୍ତ୍ତୀ

ନୂଆଦିଲ୍ଲୀ,୨୯।୩: ଚଳିତ ଆର୍ଥିକ ବର୍ଷର ଅବଧି ଶେଷ ପୂର୍ବରୁ ଘରୋଇ ଶେୟାର ବଜାରର କାରବାର ଗୁରୁବାର ଶେଷ ହୋଇଛି। ବିଶେଷକରି ୨୦୨୩-୨୪ ଆର୍ଥିକ ବର୍ଷ (...

କେଜରିଓ୍ବାଲ କିଙ୍ଗପିନ, ସିସୋଡିଆ ମୁଖ୍ୟ ଷଡଯନ୍ତ୍ରକାରୀ: ଇଡି

ନୂଆଦିଲ୍ଲୀ,୨୨।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗୁରୁବାର (୨୧ ମାର୍ଚ୍ଚ ୨୦୨୪) ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। ମଦ ନୀତିରେ...

୨୦ ଲକ୍ଷ ଟଙ୍କା ହଡ଼ପ କରିନେଲେ ବିଇଓ

ଦାରିଙ୍ଗବାଡି,୨୦।୩(ଅରୁଣ ସାହୁ): ଶିକ୍ଷକ ନ୍ୟାଶନାଲ ପେନସନ ସିଷ୍ଟମର ୨୦ ଲକ୍ଷ ହଡପ କରି ବିଇଓ ରସାନନ୍ଦ କର ଏବେ ଭିଜିଲାନ୍ସ ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଦାରିଙ୍ଗବାଡି...

ନିଜେ ନିଜର ମଜା ଉଡାଇଲେ ଅଶ୍ୱିନ, କହିଲେ-ଏତେ ବର୍ଷ ପରେ ବି ସୁଧାର ନାହିଁ…

ନୂଆଦିଲ୍ଲୀ,୧୩।୩: ନିକଟରେ ଭାରତୀୟ ଟିମ୍‌ର ଷ୍ଟାର ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ନିଜର ୫୦୦ ଉଇକେଟ ପୂରଣ ସହ ୧୦୦ତମ ଟେଷ୍ଟ ଖେଳିବାର ଗୌରବ ହାସଲ କରିଛନ୍ତି।...

ଧର୍ମଶାଳାରେ ଡେବ୍ୟୁ କରିବେ ୮ ଖେଳାଳି 

ନୂଆଦିଲ୍ଲୀ,୫।୩: ଧର୍ମଶାଳାର ଏଚ୍‌ପିସିଏ ଷ୍ଟାଡିୟମରେ ମାର୍ଚ୍ଚ ୭ରୁ ଭାରତ-ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜର ଅନ୍ତିମ ମୁକାବିଲା ଖେଲାଯିବ। ଏହି ମ୍ୟାଚ୍‌ରେ ବିଜେତା...

ପଓ୍ବନ୍‌ ସିଂଙ୍କ ପରେ ନିର୍ବାଚନରୁ ଓହରିଲେ ଉପେନ୍ଦ୍ର ସିଂ ରାଓ୍ବତ୍‌

ନୂଆଦିଲ୍ଲୀ,୪।୩ : ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାଜପା ୧୯୫ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବାର ଦୁଇଦିନ ମଧ୍ୟରେ ୨ ଜଣ ପ୍ରାର୍ଥୀ ନିର୍ବାଚନ...

ଭାଜପା-ବିଜେଡି ବାହାଘର

ଛେଣ୍ଡିପଦା,୩।୩ (ଅଜିତ ଧଳ): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାସ୍ଥିତ ମା’ ରାମଚଣ୍ଡୀଙ୍କ ପୀଠ ସମ୍ମୁଖରେ ବ୍ଲକ କଂଗ୍ରେସ ପକ୍ଷରୁ ଶନିବାର ଭାଜପା ଓ ବିଜେଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri