ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ):ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ବିଜେଡି ସବୁ ସମୟରେ ସଂସଦରେ ଏକ ଶୃଙ୍ଖଳିତ ଦଳ ଭାବେ କାର୍ଯ୍ୟ କରୁଛି।
ଉପରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କରିବା ସହ ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳର ଆଚରଣକୁ ନେଇ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ ସସ୍ମିତ ପାତ୍ର ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉପରାଷ୍ଟ୍ରପତିଙ୍କୁ ଆଶ୍ବାସନା ଦେଇଥିଲେ ଯେ ରାଜ୍ୟ ସଭାରେ ବିଜେଡି ଶୃଙ୍ଖଳିତ ଗୃହ ପରିଚାଳନାରେ ସହଯୋଗ କରିବ।
ସଂସଦରେ ଓଡ଼ିଶା ସ୍ବାର୍ଥ ସମ୍ପର୍କିତ ପ୍ରସଙ୍ଗରେ ଦଳ ଆଲୋଚନା ଓ ବିତର୍କକୁ ଗୁରୁତ୍ୱ ଦେବ ବୋଲି ସେ କହିଛନ୍ତି। ସସ୍ମିତ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଜନନାୟକ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ଜୀବନୀ ଏବଂ କାର୍ଯ୍ୟ ଉପରେ ଆଧାରିତ ପୁସ୍ତକ ‘ଦି ଟଲ୍‌ ମ୍ୟାନ୍‌’ ଉପରାଷ୍ଟ୍ରପତିଙ୍କୁ ଉପହାର ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri