ଡିଏନ୍‌ଏ ଟେଷ୍ଟ ପାଇଁ ନିଆଗଲା ନମୁନା

ଭୁବନେଶ୍ୱର,୩।୧୦(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଘଟଣାକୁ ନେଇ ହସ୍ପିଟାଲ ପକ୍ଷରୁ ପୂର୍ବରୁ ତଦନ୍ତ କରାଯାଇଥିବାବେଳେ ସୋମବାର ଡିଏନ୍‌ଏ ଟେଷ୍ଟ ପାଇଁ ନମୁନା ନିଆଯାଇଛି। କ୍ୟାପିଟାଲ ହସ୍ପିଟାଲର ଏକ ଡାକ୍ତରୀ ଟିମ୍‌ ପୋଲିସ ଉପସ୍ଥିତିରେ ଅଭିଯୋଗକାରୀ ପିତା ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀ ଓ ଶିଶୁକନ୍ୟାଙ୍କ ନମୁନା ସଂଗ୍ରହ କରିଥିଲା। ପୋଲିସ ପକ୍ଷରୁ ଏହି ନମୁନା ମଙ୍ଗଳବାର ରାଜ୍ୟ ଫରେନ୍‌ସିକ୍‌ ସାଇନ୍ସ ଲାବରେଟୋରି(ଏସ୍‌ଏଫ୍‌ଏସ୍‌ଏଲ)କୁ ପଠାଯିବ। ଏହାର ୨ରୁ ୩ଦିନ ମଧ୍ୟରେ ରିପୋର୍ଟ ଆସିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ଡିଏନ୍‌ଏ ଟେଷ୍ଟ୍‌ କରାଯିବାକୁ ପ୍ରାଣକୃଷ୍ଣ ଦାବି କରିବାରୁ ପୋଲିସ ଏନେଇ କୋର୍ଟରେ ଆବେଦନ କରିଥିଲା। ୨ଦିନ ତଳେ କୋର୍ଟ ଏଥିପାଇଁ ଅନୁମତି ଦେଇଥିଲେ। ଉଲ୍ଲେଖଯୋଗ୍ୟ, ପୁଅ ହୋଇଥିବା କହି ଝିଅ ଦେଇଥିବା ନେଇ କେନ୍ଦ୍ରାପଡ଼ା ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସହ କ୍ୟାପିଟାଲ ଥାନାରେ ଅଭିଯୋଗ କରି ଡିଏନ୍‌ଏ ଟେଷ୍ଟ ପାଇଁ ଦାବି କରିଥିଲେ। ଏପରିକି ରିପୋର୍ଟ ନ ଆସିବା ପର୍ଯ୍ୟନ୍ତ ଶିଶୁକୁ ନେବେ ନାହିଁ ବୋଲି ଅଡି ବସିଥିଲେ। ଘଟଣା ପରେ ହସ୍ପିଟାଲର ଏକ ଟିମ୍‌ ତଦନ୍ତ କରି ତାଙ୍କର ଝିଅ ହୋଇଥିବା ସ୍ପଷ୍ଟ କରିଥିଲେ। କିନ୍ତୁ ଲେବର ରୁମ୍‌ର ଜଣେ ଆଟେଣ୍ଡାଣ୍ଡ୍‌ ଭୁଲ୍‌ରେ ପୁଅ ହୋଇଥିବା କହିଥିଲେ ବୋଲି ହସ୍ପିଟାଲ ପକ୍ଷରୁ କୁହାଯିବା ସହ ଦାୟିତ୍ୱରେ ଅବହେଳା ପାଇଁ ସମ୍ପୃକ୍ତ ଲେବର ରୁମ୍‌ର ଆଟେଣ୍ଡାଣ୍ଟଙ୍କୁ ଗତ ବୁଧବାର ସସ୍‌ପେଣ୍ଡ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

ମୋହନ ସରକାରଙ୍କ ବଡ଼ ଘୋଷଣା: ୫.୧୨ଲକ୍ଷ ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା

ଭୁବନେଶ୍ୱର,୨।୧୦ (ରବିନାରାୟଣ ଜେନା):ଦୀର୍ଘଦିନ ଧରି ସରକାରଙ୍କୁ ଭତ୍ତା ଗଣ୍ଡିଏ ପାଇବା ପାଇଁ ଚାହିଁ ରହିଥିବା ବୃଦ୍ଧା/ବୃଦ୍ଧ ଓ ଅନ୍ୟାନ୍ୟ ବର୍ଗଙ୍କ ଅପେକ୍ଷାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ମୋହନ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?