Posted inଜାତୀୟ

ସମ୍ରାଟ ଚୌଧୁରୀଙ୍କ ପିତାଙ୍କ ଆଶା…ପୁଅ ହେବେ ମୁଖ୍ୟମନ୍ତ୍ରୀ

ପାଟନା,୨୯।୧: ବିହାର ଭାଜପା ପ୍ରଦେଶ ଅଧ୍ୟକ୍ଷ ସମ୍ରାଟ ଚୌଧୁରୀ ବର୍ତ୍ତମାନ ନୂଆ ସରକାରରେ ଉପମୁଖ୍ୟମନ୍ତ୍ରୀ ହୋଇଛନ୍ତି। ତାଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବା ପରେ ପରିବାରରେ ଖୁସିର ଲହରୀ ଖେଳିଯାଇଛି। ଗ୍ରାମବାସୀ ସମ୍ରାଟ ଚୌଧୁରୀଙ୍କ ଘର ବାହାରେ ବାଣ ଫୁଟାଇ ଉତ୍ସବ ପାଳନ କରିଛନ୍ତି। ପରସ୍ପରକୁ ମିଠା ମିଠା ଖୁଆଇଛନ୍ତି। ଅବୀର-ଗୁଲାଲ ପ୍ରୟୋଗ କରି ଖୁସି ବ୍ୟକ୍ତ କରିଥିଲେ। ଏହି ସମୟରେ ସମ୍ରାଟ ଚୌଧୁରୀଙ୍କ ପିତା ଶକୁନି ଚୌଧରୀ ମଧ୍ୟ ଗଣମାଧ୍ୟମରେ ନିଜର ଇଚ୍ଛା ବାଣ୍ଟିଥିଲେ।
ତାଙ୍କ ପୁଅ ଉପମୁଖ୍ୟମନ୍ତ୍ରୀ ହେବା ପରେ ଶକୁନି ଚୌଧୁରୀ କହିଛନ୍ତି ଯେ ଏହା ହେଉଛି ୨୦ ବର୍ଷର ତପସ୍ୟାର ଫଳ। ମୁଁ ବହୁତ ଖୁସି। ଯଦି ଜନସାଧାରଣ ଚାହାଁନ୍ତି, ସେ ମଧ୍ୟ ମୁଖ୍ୟମନ୍ତ୍ରୀ ହେବେ।
ରବିବାର ଗ୍ରାମବାସୀ ତାରାପୁର ସବଡିଭିଜନର ଲଖନପୁର ଗ୍ରାମରେ ସମ୍ରାଟ ଚୌଧୁରୀଙ୍କ ଘରକୁ ଯାଇ ଉତ୍ସବ ପାଳନ କରିଥିଲେ। ଏହି ଅବସରରେ ପୂର୍ବତନ ବିଧାୟକ ଭାଜପା ନେତା ଗଣେଶ ପାସୱାନ କହିଛନ୍ତି ଯେ ଚୌଧୁରୀ ଉପମୁଖ୍ୟମନ୍ତ୍ରୀ ହେବା ସହିତ ଭାରତୀୟ ଜନତା ପାର୍ଟି ଅଧିକ ଶକ୍ତିଶାଳୀ ହେବ। ସେ କହିଛନ୍ତି ଯେ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନରେ ଏନଡିଏ ମିଳିତ ମଞ୍ଚ ସମସ୍ତ ଆସନ ଜିତିବ। ୨୦୨୫ରେ ହେବାକୁ ଥିବା ବିହାର ବିଧାନସଭା ନିର୍ବାଚନରେ ଭାଜପା ସରକାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri