ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ଗତବର୍ଷ ତୁଳନାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟକୁ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି।
ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କଣିଛନ୍ତି। ବଜେଟରେ VBGRAMG ପାଇଁ ୫୫୭୫ କୋଟି କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏପରିକି ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା ପାଇଁ ୬୩୫ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି।
ଏପରିକି ୧୦୦ ସ୍ମାର୍ଟ ଫାର୍ମ ମାର୍କେଟ(ମଡେଲ ମଣ୍ଡି) ପାଇଁ ୧୦୦ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା ରହିଛି। ବିଶ୍ବର ବୃହତ ଶସ୍ୟ ଷ୍ଟୋରେଜ ଯୋଜନା ପାଇଁ ୨୪୦ କୋଟି ଟଙ୍କା ବ୍ୟବସ୍ଥା ରହିଛି।
ରେୟାର ଆର୍ଥ କରିଡର୍ ପାଇଁ ୧୦ କୋଟି ଟଙ୍କା ରହିଥିବା ବେଳେ ରାଜ୍ୟ AI ମିଶନ ପାଇଁ ୨୩ କୋଟି ଟଙ୍କା ବଜେଟରେ ବ୍ୟବସ୍ଥା କରାଯାଇଛି। ଟୁରିଜିମ୍ଲ୍ୟାଣ୍ଡ ବ୍ୟାଙ୍କ ସ୍କିମ୍ ବାବଦକୁ ୧୫୦ କୋଟି ଟଙ୍କା ବ୍ୟବସ୍ଥା ହୋଇଥିବା ବେଳେ ବଜେଟରେ ପ୍ରଶାସନିକ ଖର୍ଚ୍ଚ ପାଇଁ ୧ ଲକ୍ଷ ୧୪ ହଜାର କୋଟି ଟଙ୍କା ବ୍ୟବସ୍ଥା କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି।

