୨ଦିନିଆ ରିମାଣ୍ଡରେ ସମର୍ଥ ସମ୍ପାଦକ

ସମ୍ବଲପୁର,୪ା୨(ପ୍ରମୋଦ ବହିଦାର): ସମ୍ବଲପୁର ନେତାଜୀନଗରରେ ଥିବା ସମର୍ଥ ମାନସିକ ଅନଗ୍ରସର ରୋଗୀ ଥଇଥାନ କେନ୍ଦ୍ରର ସମ୍ପାଦକ ହରିଶ୍ଚନ୍ଦ୍ର ଦାଶଙ୍କୁ ପୋଲିସ ୨ଦିନିଆ ରିମାଣ୍ଡରେ ନେଇଛି। ଏହି ସମୟରେ ଘଟଣାର ସମର୍ଥ କେନ୍ଦ୍ରରେ ମାନସିକ ବିକାରଗ୍ରସ୍ତ ଅନ୍ତେବାସୀଙ୍କ ଉପରେ ହୋଇଥିବା ନିର୍ଯାତନାର ସତ୍ୟାସତ୍ୟ ଉନ୍ମୋଚନ ପାଇଁ ତାଙ୍କୁ ପୋଲିସ ପଚରାଉଚରା କରିବ। ଫଳରେ ଜନସେବା ନାମରେ ହରିଶ୍ଚନ୍ଦ୍ର ଚଳାଇଥିବା କାରନାମାର ଗୁମର ଖୋଲିବ ବୋଲି ଆଶା କରାଯାଉଛି। ସେଥିମଧ୍ୟରେ ଜଣେ ଅନ୍ତେବାସୀଙ୍କୁ ବଳାତ୍କାର ସହ ୬ଜଣ ଅନ୍ତେବାସୀଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେବା ଆଶା କରାଯାଉଛି।

ଏ ନେଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଅଜୟ କୁମାର ମିଶ୍ର କହିଛନ୍ତି, ସମର୍ଥ କେନ୍ଦ୍ରରେ ଅନ୍ତେବାସୀଙ୍କୁ ନିର୍ଯାତନା ମାମଲାରେ ଧନୁପାଲି ଥାନାରେ ଏକ ମାମଲା ରୁଜୁହୋଇଥିଲା। ଏହାବାଦ ତାଙ୍କ ବିରୋଧରେ ଜଣେ ଅନ୍ତେବାସୀଙ୍କ ପକ୍ଷରୁ ବଳାତ୍କାର ଅଭିଯୋଗ ହୋଇଥିଲା ପରେ ଏହାକୁ ନେଇ ଆଉ ଏକ ମାମଲା ରୁଜୁ ହୋଇଥିଲା। ଏହାର ତଦନ୍ତ ପାଇଁ ସମର୍ଥ ସମ୍ପାଦକ ହରିଶ୍ଚନ୍ଦ୍ରଙ୍କୁ ରିମାଣ୍ଡରେ ନେବା ପାଇଁ ସମ୍ବଲପୁର ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରାଯାଇଥିଲା। କୋର୍ଟ ଦେଇଥିବା ୨ଦିନିଆ ରିମାଣ୍ଡ ଅବଧି କାଳରେ ତାଙ୍କ ବିରୋଧରେ ଯେଉଁ ସବୁ ଅଭିଯୋଗ ପୋଲିସ ନିକଟରେ ପହଞ୍ଚିଛି ତାହାର ତଦନ୍ତ କରାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ୨୦୨୨ ମସିହାରେ ଆଦର୍ଶ ଶିଶୁ ମନ୍ଦିର ଅଧୀନରେ ସ୍ବୀକୃତିପ୍ରାପ୍ତ ଏହି କେନ୍ଦ୍ରରେ ୫୦ଜଣ ଅନ୍ତେବାସୀଙ୍କ ପାଇଁ ସ୍ବୀକୃତି ମିଳିଥିଲା। ସେମାନଙ୍କୁ ଅତ୍ୟନ୍ତ ଅପରିଷ୍କାର ପରିବେଶରେ ମାତ୍ର ଦୁଇଟି କୋଠରିରେ ସର୍ବଦା ତାଲାବନ୍ଦ କରି ରଖାଯାଉଥିଲା ବୋଲି ମଧ୍ୟ ଅଭିଯୋଗ ହୋଇଥିଲା।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଭିଯୋଗ ହେଲା ଏହି କେନ୍ଦ୍ରରେ ବିଗତ ଦିନରେ ୬ରୁ ୭ଜଣ ଅନ୍ତେବାସୀଙ୍କ ମୃତ୍ୟୁ ଘଟିଥିଲା। ଏପରିକି ମୃତ୍ୟୁ ପରେ ସେମାନଙ୍କ ମୃତଦେହ ବ୍ୟବଚ୍ଛେଦ ମଧ୍ୟ ହୋଇ ନ ଥିବା ଅଭିଯୋଗ ହୋଇଛି। ସମର୍ଥ ଥଇଥାନ କେନ୍ଦ୍ରରେ ଅନ୍ତେବାସୀଙ୍କୁ ଅମାନୁଷିକ ନିର୍ଯାତନା ଘଟଣାର ଭିଡିଓ ଭାଇରାଲ ହେବା ପରେ ରାଜ୍ୟରେ ହଇଚଇ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri