Posted inଖେଳ

ସଞ୍ଜୁ ସାମସନ୍‌ଙ୍କ ଶତକ: ଦକ୍ଷିଣ ଆଫ୍ରିକାର ଆଗରେ ୨୯୭ ରନ୍‌ର ଟାର୍ଗେଟ୍‌

ପାର୍ଲ,୨୧।୧୨: ସ୍ଥାନୀୟ ବୋଲାଣ୍ଡ ପାର୍କରେ ଗୁରୁବାର ଖେଳାଯାଉଥିବା ତୃତୀୟ ଦିନିକିଆ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଆଡେନ୍‌ ମାର୍କ୍ରାମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ଆରମ୍ଭ କରିଥିଲା। ସଞ୍ଜୁ ସାମସନ୍‌ଙ୍କ ଦମ୍‌ଦାର ଶତକ ଏବଂ ତିଳକ୍‌ ବର୍ମାଙ୍କ ଅର୍ଦ୍ଧଶତକ ବଳରେ ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୯୬ ରନ୍‌ କରିବାରେ ସକ୍ଷମ ହୋଇଛି। ଫଳରେ ଦକ୍ଷିଣ ଆଫ୍ରିକାର ଆଗରେ ୨୯୭ ରନ୍‌ର ଟାର୍ଗେଟ ରଖିଛି ଭାରତ।

ଦଳରେ ଡେବ୍ୟୁ କରିଥିବା ରଜତ ପାଟିଦାର ଏବଂ ସାଇ ସୁଦର୍ଶନ ଓପନର ଭାବେ ପଡ଼ିଆକୁ ଓହ୍ଲାଇଥିଲେ। ରଜତ ୨୨ ରନ୍‌ କରି ଆଉଟ୍‌ ହୋଇଥିବା ବେଳେ ସାଇ ୧୦ ରନ୍‌ କରିବାରେ ସକ୍ଷମ ହୋଇଥିଲେ। ଏପରିକି କେଏଲ୍‌ ରାହୁଲ ୨୧ ରନ୍‌ କରି ଆଉଟ୍‌ ହେବା ପରେ ଭାରତର ରନ୍‌ଗତି ଧୀମା ହୋଇଯାଇଥିଲା।

ଏଭଳିସ୍ଥିତିରେ ସଞ୍ଜୁ ସାମସନ୍‌ ଏବଂ ତିଳକ ବର୍ମାଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା। ସଞ୍ଜୁ ସାମସନ୍‌ ୧୧୪ ବଲରେ ୬ ଚଉକା ଏବଂ ୩ ଛକା ସହାୟତାରେ ୧୦୮ ରନ୍‌ର ମହତ୍ୱପୂର୍ଣ୍ଣ ଇଂନିସ୍‌ ଖେଳିଥିବା ବେଳେ ତିକକ ବର୍ମା ୭୭ ବଲ୍‌ରେ ୫ ଚଉକା ଏବଂ ୧ ଛକା ସହାୟତାରେ ୫୨ରନ୍‌ ଗୁରୁତ୍ୱପୂର୍ଣ୍ଣ ଇଂନିସ୍‌ ଖେଳିଥିଲେ। ଶେଷ ବେଳକୁ ରିଙ୍କୁ ସିଂଙ୍କ ୩୮ ରନ୍‌ ବଲ୍‌ରେ ଭାରତ ୨୯୬ ରନ୍‌ କରିବାରେ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

କ୍ରିକେଟରେ ବଡ଼ ନିୟମ ପରିବର୍ତ୍ତନ: ICC ଜାରି କଲା ନୂଆ ଗାଇଡଲାଇନ, ଏଣିକି ରନ୍‌ଆଉଟ୍‌ରେ…

ନୂଆଦିଲ୍ଲୀ,୧।୧୦: କ୍ରିକେଟରେ ଆଉ କିଛି ନିୟମ ବଦଳିଛି। ଆଇସିସି ପକ୍ଷରୁ ଘୋଷଣା କରାଯାଇଥିବା ଏହି ନୂଆ ନିୟମଗୁଡ଼ିକ ଅକ୍ଟୋବର ୧ କିମ୍ବା ଏହା ପରେ ଆରମ୍ଭ ହେଉଥିବା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜରୁ ବାଦ ପଡ଼ିଲେ ଏହି ଖେଳାଳି; BCCI ପକ୍ଷରୁ ରିପ୍ଲେସମେଣ୍ଟ ଖେଳାଳିଙ୍କ ନାମ ଘୋଷଣା, ପ୍ରଶଂସକ ଚକିତ

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଭାରତୀୟ ଦଳରେ ହଠାତ ଏକ ପରିବର୍ତ୍ତନ କରିଛି। ବିଶେଷ ଭାବରେ, ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?