Posted inଖେଳ

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌ କରିଥିଲା। ଜବାବରେ ରାଜସ୍ଥାନ ୧୯ ଓଭରରେ ୩ ଉଇକେଟ ହରାଇ ୧୯୯ ରନ୍‌ କରି ବିଜୟୀ ହୋଇଥିଲା। ଏହା ସହ ୯ ମ୍ୟାଚରୁ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ।

ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୧୧ ରନ୍‌ରେ ୨ ଉଇକେଟ ହରାଇଥିଲା। ତେବେ ଅଧିନାୟକ ଲୋକେଶ ରାହୁଲ(୭୬) ଓ ଦୀପକ ହୁଦା(୫୦) ଚମତ୍କାର ବ୍ୟାଟିଂ କରି ତୃତୀୟ ଉଇକେଟରେ ୧୧୫ ରନ୍‌ ଯୋଡିଥିଲେ। ରାହୁଲ ୪୮ ବଲ୍‌ ଖେଳି ୮ ଚୌକା ଓ ୨ ଛକା ମାରିଥିଲେ। ଦୀପକ ୩୧ ବଲ୍‌ ଖେଳି ୭ ଚୌକା ସହ ୫୦ ରନ୍‌ କରିଥିଲେ। ଶେଷ ଭାଗରେ ଆୟୁଷ ବଦୋନୀ ୧୮* ଓ କୃଣାଲ ପାଣ୍ଡ୍ୟା ୧୩* ରନ୍‌ କରିବାରୁ ଲକ୍ଷ୍ନୌ ୧୯୬ ରନରେ ପହଞ୍ଚିଥିଲା। ରାଜସ୍ଥାନ ପକ୍ଷରୁ ସନ୍ଦୀପ ଶର୍ମା୨, ଆଭେଶ ଖାନ, ରବିଚନ୍ଦ୍ରନ ଅଶ୍ୱିନ ଓ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୯୭ ରନ୍‌ ଲକ୍ଷ୍ୟର ପିଛା କରୁଥିବା ରାଜସ୍ଥାନ ପକ୍ଷରୁ ଯଶସ୍ବୀ ଜୟସ୍ବାଲ(୨୪) ଓ ଜୋଶ ବଟଲର(୩୪) ପ୍ରଥମ ଉଇକେଟରେ ୬୦ ରନ୍‌ ଯୋଡିଥିଲେ। ୭୮ ରନ୍‌ରେ ତୃତୀୟ ଉଇକେଟର ପତନ ପରେ ସଞ୍ଜୁ ସାମସନ୍‌ (୭୧*) ଓ ଧ୍ରୁବ ଜୁରେଲ(୫୨*) ଚତୁର୍ଥ ଉଇକେଟରେ ଅବିଭାଜିତ ୧୧୮ ରନ୍‌ ଯୋଡିଥିଲେ। ଚଳିତ ସିଜନର ଚତୁର୍ଥ ଅର୍ଦ୍ଧଶତକ ହାସଲ କରିଥିବା ସାମସନ୍‌ ୩୩ ବଲ୍‌ ଖେଳି ୭ ଚୌକା ଓ ୪ ଛକା ମାରିଥିଲେ। ଅନ୍ୟ ପକ୍ଷରେ ଧ୍ରୁବ ଜୁରେଲ ୩୪ ବଲ୍‌ ଖେଳି ୫ ଚୌକା ଓ ୨ ଛକା ମାରିଥିଲେ। ଲକ୍ଷ୍ନୌ ପକ୍ଷରୁ ମାର୍କସ୍‌ ଷ୍ଟୋଇନିସ୍‌, ଅମିତ ମିଶ୍ର ଓ ୟଶ ଠାକୁର ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri