ସାମ୍‌ସନଙ୍କ ବିସ୍ଫୋରକ ଅର୍ଦ୍ଧଶତକ; ଚେନ୍ନାଇ ସାମ୍ନାରେ ୨୧୭ ଟାର୍ଗେଟ୍‌ ରଖିଲା ରାଜସ୍ଥାନ

ଶାରଜା, ୨୨।୯: ଆଇପିଏଲ୍‌-୧୩ର ୪ର୍ଥ ମୁକାବିଲାରେ ମଙ୍ଗଳାବର ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର୍‌ କିଙ୍ଗ୍ସ ଓ ରାଜସ୍ଥାନ ରୟାଲ୍ସ ସାମ୍ନାସାମ୍ନି ହୋଇଛନ୍ତି। ଏଥିରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ରାଜସ୍ଥାନ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୨୧୬ ରନ୍‌ ସଂଗ୍ରହ କରିଛି। ଫଳରେ ଚେନ୍ନାଇ ସାମ୍ନାରେ ବିଜୟ ଲାଗି ୨୧୭ ରନର ଟାର୍ଗେଟ୍‌ ଧାର୍ଯ୍ୟ କରିଛି ରାଜସ୍ଥାନ। ରୟାଲ୍ସ ପକ୍ଷରୁ ଅଧିନାୟକ ଷ୍ଟିଭ ସ୍ମିଥ୍‌ (୬୯ ରନ, ୪୭ ବଲ) ଓ ଉଇକେଟ୍‌କିପର ସଞ୍ଜୁ ସାମ୍‌ସନ (୭୪ ରନ୍‌ ୩୨ ବଲ୍‌) ଦମ୍‌ଦାର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ସଞ୍ଜୁ ତାଙ୍କ ୩୨ ବଲର ଇନିଂସ ମଧ୍ୟରେ ୯ ଛକା ଓ ଗୋଟିଏ ଚୌକା ମାରିଥିଲେ। ଏହି ଉଦୀୟମାନ ଉଇକେଟ୍‌କିପର ବ୍ୟାଟ୍ସମ୍ୟାନ ମାତ୍ର ୧୯ ବଲରେ ଅର୍ଦ୍ଧଶତକ ହାସଲ କରିଥିଲେ। ଶେଷ ଭାଗରେ ଜୋଫ୍ରା ଆର୍ଚର (୮ ବଲ୍‌, ୨୭ ରନ୍‌, ୪ ଛକା) ମଧ୍ୟ ବିସ୍ଫୋରକ ବ୍ୟାଟିଂ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡେଭିଡ୍‌ ମିଲର (୦), ରବିନ ଉଥପ୍ପା (୫) ନିରାଶ କରିଥିଲେ। ଚେନ୍ନାଇ ପକ୍ଷରୁ ସାମ୍‌ କୁରାନ (୪-୦-୩୩-୩) ସଫଳ ବୋଲର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri