ସାମ୍‌ସଙ୍ଗ ଏସ୍‌୨୨ ସିରିଜ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୧୯।୨: ଦେଶର ପ୍ରମୁଖ ସ୍ମାର୍ଟଫୋନ ବ୍ରାଣ୍ଡ ସାମ୍‌ସଙ୍ଗ୍‌ ପକ୍ଷରୁ ଭାରତରେ ଏହାର ପ୍ରିମିୟମ ଫ୍ଲାଗ୍‌ଶିପ ‘ଗ୍ୟାଲାକ୍ସି ଏସ୍‌୨୨ ଅଲ୍‌ଟ୍ରା, ଗ୍ୟାଲାକ୍ସି ଏସ୍‌୨୨+ ଏବଂ ଗ୍ୟାଲାକ୍ସି ଏସ୍‌୨୨’ ସିରିଜ୍‌ର ଶୁଭାରମ୍ଭ କରାଯାଇଛି। ଏହି ପ୍ରିମିୟମ ସ୍ମାର୍ଟଫୋନ ପାଇଁ ନୂତନ ମାନକ ସ୍ଥିର କରିବା ଲାଗି ଗ୍ୟାଲାକ୍ସି ଏସ୍‌୨୨ ଅଲ୍‌ଟ୍ରା ଏସ୍‌ ସିରିଜର ପ୍ରୋ-ଗ୍ରେଡ୍‌ କ୍ୟାମେରା ଓ କାର୍ଯ୍ୟଦକ୍ଷତା ସହିତ ନୋଟ୍‌ ସିରିଜର ଅତୁଳନୀୟ ଶକ୍ତି ଏବଂ ଆଇକନିକ ଏସ୍‌-ପେନ୍‌କୁ ଏକତ୍ର କରିଛି। ଏକ ବୋଲ୍ଡ ତଥା ସ୍ଥାୟୀ ଡିଜାଇନ ସହ ନିର୍ମିତ ଗ୍ୟାଲାକ୍ସି ଏସ୍‌୨୨ ଏବଂ ଏସ୍‌୨୨+ ରେ ଅତ୍ୟାଧୁନିକ ବୁଦ୍ଧିମାନ ଇମେଜ ପ୍ରୋସେସିଂ ସହିତ ଡାଇନାମିକ କ୍ୟାମେରା ଆଦି ରହିଛି। ଏ ସମ୍ପର୍କରେ ସାମ୍‌ସଙ୍ଗ୍‌ ଇଣ୍ଡିଆର ହେଡ୍‌ ଅଫ୍‌ ପ୍ରଡକ୍ଟ ମାର୍କେଟିଂ ଆଦିତ୍ୟ ବାବର କହିଛନ୍ତି, ଗ୍ୟାଲାକ୍ସି ଏସ୍‌୨୨ ସିରିଜର ଶୁଭାରମ୍ଭ ସହିତ ଗ୍ରାହକଙ୍କ ଆବଶ୍ୟକତା ପୂରଣ ଦିଗରେ କାର୍ଯ୍ୟ କରିବୁ। ସେହିଭଳି ଏହାର ପ୍ରି-ବୁକିଂ ୨୩ ଫେବୃୟାରୀରୁ ଭାରତରେ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri