ଦାରିଙ୍ଗବାଡିର ଭାଜପା ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ପାଳିତ, ଗାଁ ଗାଁ ରେ…

ଦାରିଙ୍ଗବାଡି, ୨୬।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଭାଜପା ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ପାଳିନ କରାଯାଇଛି। ମଣ୍ଡଳ ସଭାପତି ମିଟୁ ସାହୁଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥିଭାବେ କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀଙ୍କ ବ୍ଲକ ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ ଯୋଗ ଦେଇଥିବାବେଳେ ମୁଖ୍ୟବକ୍ତା ଭାବେ ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ ଯୋଗ ଦେଇଥିଲେ। ସେ ସମ୍ବିଧାନ ହତ୍ୟା ଦିବସର ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ଲୋକଙ୍କୁ ଜଣାଇବା ସହ ଏହି ବିଷୟରେ ଗାଁ ଗାଁରେ ଜନସାଧାରଣଙ୍କୁ ଜଣାଇବାକୁ ପରାମର୍ଶ ଦେଇଥିଲେ।

୧୯୭୫ ଜୁନ ୨୫ ରେ ସରକାର ଜରୁରୀ କାଳୀନ ପରିସ୍ଥିତି ଲାଗୁ କରିଥିଲେ। ଲୋକଙ୍କ ମୌଳିକ ଅଧିକାରକୁ ଦଳିଚକଟି ଲୋକଙ୍କୁ ନିର୍ଯ୍ୟାତନା ଦିଆଯାଇଥିଲା। ତେଣୁ ଭାରତ ଇତିହାସରେ ଏହା ଏକ କଳଙ୍କିତ ଘଟଣା ବୋଲି କୁହାଯାଇଥିଲା ଏହି ସମୟରେ ଅନେକ ଜନସାଧାରଣ, ନେତା ଜେଲ ଦଣ୍ଡ ଭୋଗିଥିଲେ ବୋଲି କୁହାଯାଇଛି। ସେହି ଜରୁରୀକାଳୀନ ପରିସ୍ଥିତି ଲାଗୁ କରି ଜନସାଧାରଣଙ୍କ ମୌଳିକ ଅଧିକାରକୁ ଛଡେଇ ନିଆଯାଇଥିଲା ଓ ତାର ପ୍ରଭାବରେ ଭାରତବାସୀ କିଭଳି ହଟହଟା ଭୋଗିଥିଲେ ସେ ସମ୍ପର୍କରେ ବକ୍ତାମାନେ ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଦଳର ମଣ୍ଡଳ ଜିଲ୍ଲା ପ୍ରତିନିଧି, ସନ୍ତୋଷ କୁମାର ସାହୁଙ୍କ ସମେତ ଦଳର କର୍ମୀ ଅଜିତ କୁମାର ସାହୁ,ପ୍ରଭାକର ସାହୁ,ରଞ୍ଜିତ ସେନାପତି, ଭାଲୁ ସାହୁ, ଦିଲୀପ ସାହୁ, ରାହୁଲ ସାହୁଙ୍କ ସମେତ ବହୁ କର୍ମୀ ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri