ସମ୍ବିତଙ୍କ ‘ଢୋଲ ଭିତରେ ମୂଷା’ ମନ୍ତବ୍ୟ, ବିଜେଡିରେ ଆଲୋଡ଼ନ: ବଢିପାରେ ଦଳୀୟ କନ୍ଦଳ

କୁଜଙ୍ଗ,୮।୭(ମନୋଜ ପ୍ରଧାନ):ପାରାଦୀପର ପୂର୍ବତନ ବିଜେଡି ବିଧାୟକ ସମ୍ବିତ ରାଉତରାୟ ରବିବାର ଭୁବନେଶ୍ୱରଠାରେ ଗତ ନିର୍ବାଚନରେ ଦଳ ହାରିବାର କାରଣ ସମ୍ପର୍କରେ ଦେଇଥିବା ମନ୍ତବ୍ୟ ଏବେ ବିଜେଡିରେ ଆଲୋଡ଼ନ ସୃଷ୍ଟି କରିଛି। ସେ ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି, ‘ଢୋଲ ଭିତରେ ଥିବା ମୂଷା’ ପାଇଁ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାର ହାରିଲା। ତାଙ୍କ ମନ୍ତବ୍ୟ ଦଳ ଭିତରେ ଥାଇ କେତେ ଜଣ ନେତା ନିର୍ବାଚନରେ ଅନ୍ତର୍ଘାତୀ କାର୍ଯ୍ୟ କରିଥିବା ବିଷୟକୁ ଇଙ୍ଗିତ କରୁଛି। ତେବେ ଦଳବିରୋଧୀ କାର୍ଯ୍ୟ କରିଥିବା ନେତାଙ୍କ ନାମ ପ୍ରକାଶ କରିବାକୁ ସମ୍ବିତ ମନା କରିଦେଇଛନ୍ତି। ସ୍ତ୍ରୀ ଗୀତାଞ୍ଜଳି ରାଉତରାୟଙ୍କ ପରାଜୟ ସମ୍ପର୍କରେ ସେ କହିଛନ୍ତି, ଏବେବି ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ହୃଦୟରେ ଅଛନ୍ତି। ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିତ୍ୱ ସମସ୍ତଙ୍କ ହୃଦୟରେ ରହି ମଧ୍ୟ ଦଳ ହାରିଲା। ସେଭଳି ସ୍ଥିତି ପାରାଦୀପରେ ଘଟିଲା ବୋଲି ସମ୍ବିତ କହିଛନ୍ତି।
ସମ୍ପର୍କରେ ଜଗତ୍‌ସିଂହପୁର ଜିଲା ବିଜେଡି ଉପସଭାପତି ପୀତାମ୍ବର ତରାଇଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସେ କହିଛନ୍ତି, ସମ୍ବିତ ଯଦି ଢୋଲ ଭିତରେ ଥିବା ମୂଷାକୁ ଚିହ୍ନିଥିଲେ ତାକୁ ଦୂରେଇ ରଖିଲେ ନାହିଁ କାହିଁକି । ଏବେ ନିର୍ବାଚନର ମାସକ ପରେ ଏଭଳି ବିବୃତି ଦେବା ଠିକ୍‌ ନୁହେଁ । ଏହା କେବଳ ଦଳୀୟ କନ୍ଦଳ ବଢ଼ାଇବା ଛଡ଼ା ଆଉ କିଛି ନୁହେଁ। ତେବେ ଏ ବିଷୟରେ ଦଳୀୟସ୍ତରରୁ କୌଣସି ପ୍ରତିକ୍ରିୟା ପ୍ରକାଶ ପାଇ ନ ଥିବା ବେଳେ ଆଗକୁ ବିଜେଡି ଭିତରେ ସମ୍ବିତଙ୍କ ମନ୍ତବ୍ୟ କିଭଳି ରୂପ ଧାରଣ କରିବ ତାହାକୁ ଦେଖିବା ବାକି ରହିଲା। ଅପରପକ୍ଷେ ନୂଆ ସରକାର ବିଷୟରେ ପଚରାଯିବାରୁ ସମ୍ବିତ କୌଣସି ଟିପ୍ପଣୀ ଦେବାକୁ ମନା କରିଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri