ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ୟ ଅର୍ଥ ନମିଳିବାରୁ ଗ୍ରାମର ଜଣେ ଠିକାଦାର ବିଦ୍ୟାଳୟ ପରିସରରେ ଥିବା ପ୍ରାୟ ୪୦ ମିଟର ରାସ୍ତାକୁ ଖୋଳି ସେଥିରୁ ମୋରୁମ୍, ମେଟାଲ ଓ ମାଟି ଉଠାଇ ନେଇଯାଇଛନ୍ତି। ଫଳରେ ଶନିବାର ଛାତ୍ରଛାତ୍ରୀମାନେ ଶ୍ରେଣୀ କୋଠରୀକୁ ଯାଇ ନପାରି ଶିକ୍ଷକ ଶିକ୍ଷୟତ୍ରୀଙ୍କ ଉପସ୍ଥିତିରେ ଖୋଲା ଆକାଶ ତଳେ ବସିରହିଥିବା ଦେଖିବାକୁ ମିଳିଥିଲା। ଏହି ଖବର ପ୍ରଚାରିତ ହେବା ପରେ ବିଦ୍ୟାଳୟ ପରିସରରେ ବହୁସଂଖ୍ୟକ ଅଭିଭାବକ ଓ ଗ୍ରାମବାସୀ ଏକତ୍ରିତ ହୋଇ ତୀବ୍ର ପ୍ରତିବାଦ ସହ ହୋହଲ୍ଲା କରିଥିଲେ। ପରେ ପ୍ରଧାନଶିକ୍ଷକ କାମଦେବ ନାୟକଙ୍କ ବୁଝାସୁଝା ପରେ ଉତ୍ୟକ୍ତ ଲୋକେ ସେଠାରୁ ଫେରିଥିଲେ।

ସୂଚନା ଅନୁଯାୟୀ, ଗତ ୨୦୧୯ ପଞ୍ଚାୟତ ନିର୍ବାଚନ ସମୟରେ ଏହି ବିଦ୍ୟାଳୟରେ ଭୋଟ କେନ୍ଦ୍ର କରାଯାଇଥିଲା। ମତଦାତାମାନଙ୍କ ଯାତାୟାତ ସୁବିଧା ପାଇଁ ବିଦ୍ୟାଳୟର ଖାଲୁଆ ରାସ୍ତାକୁ ରେମ୍ପ୍ କରି ଉଚ୍ଚା କରିବାକୁ ସାନଖେମୁଣ୍ଡି ବ୍ଲକର ତତ୍କାଳୀନ କନିଷ୍ଠ ଯନ୍ତ୍ରୀ ଇଂ. ଶିବାନୀ ପାତ୍ର ଗ୍ରାମର ଠିକାଦାର ବିଜୁଳି ପାତ୍ରଙ୍କୁ କହିଥିଲେ। ସେହି ସମୟରେ ୱାର୍ଡ ସଭ୍ୟ ଥିବା ବିଜୁଳି ପ୍ରାୟ ୭ ହଜାର ଟଙ୍କା ଖର୍ଚ୍ଚ କରି ଏହି ରାସ୍ତା ନିର୍ମାଣ କରିଥିଲେ। କିନ୍ତୁ କାମ ସରିବାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କୁ ପ୍ରାପ୍ୟ ଅର୍ଥରାଶି ମିଳି ନ ଥିଲା। ବାରମ୍ବାର ବ୍ଲକ କାର୍ଯ୍ୟାଳୟ ଦୌଡ଼ିଥିଲେ ହେଁ କନିଷ୍ଠ ଯନ୍ତ୍ରୀ ତାଙ୍କୁ ଧରାଛୁଆଁ ଦେଇ ନ ଥିଲେ। ନିର୍ମାଣର ଦୀର୍ଘ ଦିନ ପରେ ବି ଟଙ୍କା ନ ମିଳିବାରୁ ସେ ଶ୍ରମିକ ଲଗାଇ ରାସ୍ତା ଖୋଳି ସବୁ ସାମଗ୍ରୀ ନେଇଯାଇଥିବା କହିଛନ୍ତି।

ଅପରପକ୍ଷେ, ପ୍ରଧାନଶିକ୍ଷକ ଏନେଇ ପାଟପୁର ଥାନାରେ ଜଣାଇବା ପରେ ପୋଲିସ ଟିମ୍ ବିଦ୍ୟାଳୟରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଥିଲା, ଯାହା ପରେ ପରିସ୍ଥିତି ସ୍ୱାଭାବିକ ହୋଇଛି। ବିଦ୍ୟାଳୟର ସମସ୍ୟାକୁ ଦୃଷ୍ଟିରେ ରଖି ଖୁବ୍ ଶୀଘ୍ର ରାସ୍ତା ନିର୍ମାଣ କରିବାକୁ ଅଭିଭାବକ ଓ ଗ୍ରାମବାସୀ ଦୃଢ଼ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri