ସାନଖେମୁଣ୍ଡି ବିଦ୍ୟାଳୟ ପାଇଲା ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ଅଞ୍ଚଳ ପାଇଁ ଗୌରବ

ଦିଗପହଣ୍ଡି,୧୪।୧୧(ଅଶେଷ ନାଥ ମିଶ୍ର): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପି.ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ଭାଲିଆଝୋଳା ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛି।

୨୦୨୩-୨୪ ଶିକ୍ଷା ବର୍ଷରେ ମଧ୍ୟ ଏହି ବିଦ୍ୟାଳୟ ଗଞ୍ଜାମ ଜିଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଥିଲା। ଶିକ୍ଷା ବର୍ଷ ୨୦୨୪ ଓ ୨୦୨୫ ସକାଶେ କ୍ରମାଗତ ୨ୟ ଥର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ହାସଲ କରିବା ସମଗ୍ର ସାନଖେମୁଣ୍ଡି ଅଞ୍ଚଳ ପାଇଁ ଏକ ଗୌରବ ଆଣିଦେଇଛି ।

ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଏବଂ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କଠାରୁ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସତ୍ୟ ନାରାୟଣ ନାୟକ ପୁରସ୍କାର ଗ୍ରହଣ କରିଥିଲେ। ଏଥିରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ଥିଲେ। ଗାଁ ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ମିଳିଥିବା ଖବର ପ୍ରଚାରିତ ହେବା ପରେ ଗ୍ରାମବାସୀ, ଅଭିଭାବକ ବୃନ୍ଦ, ବିଦ୍ୟାଳୟ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା ବୃନ୍ଦ, ସାନଖେମୁଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ସମେତ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଏବଂ ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି।

ପ୍ରଧାନ ଶିକ୍ଷକ ସତ୍ୟନାରାୟଣ ନାୟକଙ୍କ ତତ୍ତ୍ୱାବଧାନରେ ଏବଂ ସିଆର୍‌ସିସି ଦିଲ୍ଲୀପ କୁମାର ପ୍ରଧାନଙ୍କ ମାର୍ଗ ଦର୍ଶନରେ ବିଦ୍ୟାଳୟରେ ବିଭିନ୍ନ ଅଭିନବ ଶିକ୍ଷଣ କାର୍ଯ୍ୟକ୍ରମ, ଶିକ୍ଷଣ ପଦ୍ଧତି ଓ ଛାତ୍ରୀଛାତ୍ରଙ୍କ ସର୍ବାଙ୍ଗୀନ ବିକାଶ ମୂଳକ ଉଦ୍ୟମ କାର୍ଯ୍ୟକାରୀ ହୋଇଆସୁଛି। ବିଦ୍ୟାଳୟକୁ ମୁଖ୍ୟମନ୍ତ୍ରୀ ପୁରସ୍କାର ମିଳିଥିବାରୁ ବିଦ୍ୟାଳୟ ପ୍ରଧାନଶିକ୍ଷକ, ଗୋଷ୍ଠୀ ଶିକ୍ଷା ଅଧିକାରୀ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ, ସିଆର୍‌ସିସି, ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ତଥା ଛାତ୍ରୀଛାତ୍ର ଓ ବିଦ୍ୟାଳୟ ପରିଚାଳନା କମିଟି କାର୍ଯ୍ୟକର୍ତ୍ତା, ସଦସ୍ୟା ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?