ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟିର ଆଲୋଚନା ସଭା: ଅଫିସର ରାଜ ବିରୋଧରେ…

ଦିଗପହଣ୍ଡି, ୨୦।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଅନ୍ତର୍ଗତ ତିଳେଶ୍ବର ଗ୍ରାମର ଠାକୁରାଣୀ ମନ୍ଦିର ପରିସରରେ ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟିର ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସଭାରେ ବରିଷ୍ଠ କୃଷକ ନେତା ଶମ୍ଭୁ ପଣ୍ଡା ସଭାପତିତ୍ୱ କରିଥିଲେ।

ଏକଦା ସାନଖେମୁଣ୍ଡି ବ୍ଲକ ଭାରତୀୟ କମ୍ୟୁନିଷ୍ଟ ପାର୍ଟି ସିପିଆଇର ଦୁର୍ଗ ଭାବେ ପରିଗଣିତ ହେଉଥିବା ବେଳେ ବ୍ଲକ ଅଧ୍ୟକ୍ଷ ପଦ ମଧ୍ୟ ଦଖଲ କରି ସାଧାରଣ ଲୋକଙ୍କ ଆସ୍ଥାଭାଜନ ହୋଇଥିଲା। ସ୍ଥାନୀୟ ବିବିଧ ଜନସମସ୍ୟାକୁ ନେଇ ସିପିଆଇ ନେତୃବୃନ୍ଦଙ୍କ ଲଢେଇ ଯୋଗୁ ପ୍ରଶାସନିକ ସ୍ତରରେ ପାର୍ଟିର ବେଶ ଖ୍ୟାତି ମଧ୍ୟ ରହିଥିଲା। ବର୍ତ୍ତମାନ ପୁଣି ଥରେ ସେହି ଗୌରବମୟ ଅତୀତକୁ ଫେରାଇବା ପାଇଁ ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ମାଧ୍ୟମରେ ପଞ୍ଚାୟତସ୍ତରରେ ସିପିଆଇର ନେତୃବୃନ୍ଦ ଓ କର୍ମୀମାନେ ଏକାଠି ହେଉଥିବା ଦେଖାଯାଇଛି। ପଞ୍ଚାୟତଗୁଡିକରେ ରହିଥିବା ପାନୀୟଜଳ ସମସ୍ୟା, କୃଷି ଓ କୃଷକଙ୍କ ସମସ୍ୟା ସହିତ ସାନଖେମୁଣ୍ଡି ବ୍ଲକ ବିଭିନ୍ନ କାର୍ଯ୍ୟାଳୟରେ ଚାଲିଥିବା ଅଫିସର ରାଜ ବିରୋଧରେ କ୍ରିୟାନୁଷ୍ଠାନ କମିଟି ଜନ ସଚେତନତା ସୃଷ୍ଟି କରିବା ସହିତ ପାର୍ଟିକୁ ପୁଣି ଲୋକାଭିମୁଖୀ କରିବା ଲକ୍ଷ୍ୟରେ ରହିଛି।

ଆଲୋଚନା ସଭାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ସ୍ବାଇଁ, ଅବସରପ୍ରାପ୍ତ ବ୍ଲକ ଶିକ୍ଷା ଅଧିକାରୀ ଲିଙ୍ଗରାଜ ସ୍ବାଇଁ, ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନ, ପୂର୍ବତନ ସରପଞ୍ଚ ସୁଶାନ୍ତ ସ୍ବାଇଁ, ଭଗବାନ ରାଉତ, ଅଶୋକ ଜେନା, , ସୂର୍ଯ୍ୟ ଦଳବେହେରା, ମନୋହର ପଣ୍ଡା, ଶ୍ୟାମସୁନ୍ଦର ଦୋରା, କୃଷ୍ଣମୂର୍ତ୍ତି ପାତ୍ର, କୈଳାସ ଚନ୍ଦ୍ର ପାତ୍ର, ବିଶ୍ବନାଥ ବରାଡ, ଗୋଲା ସ୍ବାଇଁ, ଭାସ୍କର ମହାନ୍ତି, ଅନନ୍ତ ମହାଙ୍କୁଡ ଙ୍କ ସମେତ ବିଭିନ୍ନ ପଞ୍ଚାୟତର ମୁଖିଆ ବୃନ୍ଦ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri