Posted inଖେଳ

ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୈରାଶ୍ୟଜନକ ପ୍ରଦର୍ଶନ: କୋଚ୍‌ ପଦରୁ ଇସ୍ତଫା ଦେବେ…

କଲମ୍ବୋ,୧।୩: ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କା କ୍ରିକେଟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ ପରେ, ଦଳର ମୁଖ୍ୟ କୋଚ୍‌ ସନଥ ଜୟସୂରିୟା ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସହ-ଆୟୋଜକ ଶ୍ରୀଲଙ୍କା ସୁପର-୮ ରାଉଣ୍ଡର ସମସ୍ତ ମ୍ୟାଚ୍‌ରେ ପରାଜିତ ହୋଇ ବିଶ୍ୱକପରୁ ବାଦ ପଡ଼ିଛି।

ଗ୍ରୁପ ପର୍ଯ୍ୟାୟରେ ଜିମ୍ବାୱେ ଠାରୁ ହାରିଥିବା ଶ୍ରୀଲଙ୍କା, ଅଷ୍ଟ୍ରେଲିଆ, ଓମାନ ଏବଂ ଆୟର୍ଲାଣ୍ଡ ବିରୋଧରେ ବିଜୟୀ ହୋଇଥିଲା। କିନ୍ତୁ ସୁପର-୮ ରାଉଣ୍ଡରେ ଦଳ ନିଜର ସମସ୍ତ ମୁକାବିଲାରେ ପରାଜିତ ହୋଇଛି। ଶନିବାର ପାକିସ୍ତାନ ବିରୋଧରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ୍‌ରେ ଦଳ ମାତ୍ର ୫ ରନ୍‌ରେ ପରାଜିତ ହୋଇଥିଲା। ଦଳ ଅଧିନାୟକ ଦାସୁନ ଶନାକା ଏବଂ ପବନ ରଥନାୟକଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଦଳ ବିଜୟୀ ହୋଇପାରି ନ ଥିଲା।

ପାକିସ୍ତାନ ଠାରୁ ହାରିବା ପରେ ଖବରଦାତାମାନଙ୍କ ସହ କଥାବାର୍ତ୍ତା ବେଳେ ଜୟସୂରିୟା କହିଛନ୍ତି, “ମୋର ଚୁକ୍ତି ଜୁନ ମାସରେ ଶେଷ ହେଉଛି, କିନ୍ତୁ ମୁଁ ତା’ ପୂର୍ବରୁ ଇସ୍ତଫା ଦେବି। ଏ ନେଇ ମୁଁ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ସହ ଆଲୋଚନା କରିବି।” ଦଳର ପ୍ରଦର୍ଶନ ପାଇଁ ଦୁଃଖ ପ୍ରକାଶ କରି ସେ କହିଛନ୍ତି, “ଆମେ ଆହୁରି ଭଲ ପ୍ରଦର୍ଶନ କରିପାରିଥାନ୍ତୁ। ମୁଁ ପ୍ରଶଂସକମାନଙ୍କୁ କ୍ଷମା ମାଗୁଛି।”

ଜୟସୂରିୟା ଦଳର ବିଫଳତା ପାଇଁ ବ୍ୟାଟ୍ସମ୍ୟାନ ଏବଂ ବୋଲରଙ୍କ ପ୍ରଦର୍ଶନରେ ନିରନ୍ତରତାର ଅଭାବକୁ ଦାୟୀ କରିଛନ୍ତି। ଏହାସହ ଦଳର ପ୍ରମୁଖ ଖେଳାଳି ଯଥା ବାନିନ୍ଦୁ ହସରଙ୍ଗା, ମଥିଶା ପଥିରାନା ଏବଂ କୁସାଲ ମେଣ୍ଡିସ୍‌ଙ୍କ ଆହତ ସମସ୍ୟା ଦଳକୁ ବହୁତ କ୍ଷତି ପହଞ୍ଚାଇଛି ବୋଲି ସେ କହିଛନ୍ତି। “ହସରଙ୍ଗା ମୋର ସବୁଠାରୁ ଭଲ ଖେଳାଳି ଥିଲେ, ତାଙ୍କର ବିକଳ୍ପ ଖୋଜିବା ସହଜ ନୁହେଁ,” ବୋଲି ସେ ମତ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri