ଧନୁଯାତ୍ରାର ଶୂନ୍ୟସ୍ଥାନ ପୂରଣ କଲା ସଞ୍ଚାର

ବରଗଡ଼ ଅଫିସ୍‌,୨୪।୧: ସଞ୍ଚାର ଏକ ପ୍ରାଚୀନ ଲୋକକଳା। ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଏହା ମୂଳ ଅଙ୍ଗ। ତଥାପି ଆଜିକାର କମ୍ପ୍ୟୁଟର, ପ୍ରଯୁକ୍ତିବିଦ୍ୟା ଯୁଗରେ ଆଧୁନିକ ପିଢ଼ି ଏଭଳି ଏକ ଲୋକକଳା ଉପରେ ସେତେ ଅବଗତ ନୁହଁନ୍ତି । ଏଥର କରୋନା କଟକଣା ଯୋଗୁ ଧନୁଯାତ୍ରା ହୋଇପାରିନାହିଁ। ଏଭଳି ସମୟରେ ସର୍ବଭାରତୀୟ ସଞ୍ଚାର ସମ୍ମିଳନୀ ଆୟୋଜନ ଧନୁଯାତ୍ରାର ଉପଲବ୍ଧିକୁ ପରିସ୍ଫୁଟ କରି ପାରିଛି । ରବିବାର ବରଗଡ଼ ପୁରୁଣା କଚେରୀ ପରିସରରେ ଆୟୋଜିତ ସର୍ବଭାରତୀୟ ସଞ୍ଚାର ସମ୍ମିଳନୀ ତଥା ଗାହାକ୍‌ ବାହାକ୍‌ (ସଞ୍ଚାର ପରମ୍ପରାରେ କୃଷ୍ଣଲୀଳା) କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହରେ ବକ୍ତାମାନେ ଏହା ମତ ପ୍ରକାଶ କରିଛନ୍ତି ।
ବରଗଡ଼ ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ବରଗଡ଼ ପଞ୍ଚାୟତ କଲେଜ ଅଧ୍ୟାପକ ଶେଷନ ବିଶି ଅତିଥି ଭାବେ ଯୋଗଦେଇ ଏହି କାର୍ଯ୍ୟକ୍ରମ ଲୁପ୍ତପ୍ରାୟ ସଞ୍ଚାର ଲୋକକଳାକୁ ଉଜ୍ଜୀବିତ କରି ପାରିଛି ବୋଲି ମତପ୍ରକାଶ କରିଥିଲେ। ବରଗଡ଼ ସାମ୍ବାଦିକ ସଂଘର ଉପସଭାପତି ଉମେଶ ବିଶ୍ୱାଳ କାର୍ଯ୍ୟକ୍ରମ ଆୟୋଜନର ଆଭିମୁଖ୍ୟ ଉପରେ ଆଲୋକପାତ କରିଥିବା ବେଳେ ଜିଲା ସୂଚନା ଓ ଲୋକସମ୍ପର୍କ ତଥା ସଂସ୍କୃତି ଅଧିକାରୀ କଲ୍ୟାଣୀ ଦାଶ ସଭା ପରିଚାଳନା କରିଥିଲେ। ୪ଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ଦିବସରେ ଜୟନ୍ତୀ ଦୀପ୍‌, ପିଙ୍କି ଭୋଇ, ଗୋପେଶ ବେହେରା, ଅଲେଖ ସାହୁ, ଅଚ୍ୟୁତ ବେହେରା, ହରିଲାଲ ସାହୁ, ପ୍ରହଲ୍ଲାଦ ଦୀପ ଏବଂ ସାଥୀମାନେ ସଞ୍ଚାର ପରିବେଷଣ କରିଥିଲେ। ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ଚାଲିବ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?