Posted inଜାତୀୟ

ଓଡ଼ିଆରେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୯।୪: ଷ୍ଟାଫ୍‌ ସିଲେକ୍ସନ କମିଶନ ମଲ୍ଟିଟାସ୍କିଙ୍ଗ(ଅଣବୈଷୟିକ) କର୍ମଚାରୀ ଚୟନ ଲାଗି (ଏସ୍‌ଏସ୍‌ସି ଏମ୍‌ଟିଏସ୍‌) ପରୀକ୍ଷା,୨୦୨୨ ଏବଂ ମିଳିତ ଉଚ୍ଚମାଧ୍ୟମିକ ସ୍ତରୀୟ ପରୀକ୍ଷା (ସିଏଚ୍‌ଏସ୍‌ଏଲ୍‌ଇ),୨୦୨୨ ହିନ୍ଦୀ, ଇଂଲିଶ ବ୍ୟତୀତ ଓଡ଼ିଆ ଓ ଅନ୍ୟ ଆଞ୍ଚଳିକ ଭାଷାରେ ହେବ। କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ଏହାକୁ ଅନୁମୋଦନ କରିଥିବା ବିଭାଗୀୟ ମନ୍ତ୍ରୀ ଜିତେନ୍ଦ୍ର ସିଂ ଘୋଷଣା କରିଛନ୍ତି। ଏଣିକି ଉପରୋକ୍ତ ପରୀକ୍ଷା ପାଇଁ ୧୩ଟି ଆଞ୍ଚଳିକ ଭାଷାରେ ପ୍ରଶ୍ନପତ୍ର ଆସିବ। ଓଡ଼ିଆ ସମେତ ଅସମୀୟା, ବେଙ୍ଗଲୀ, ଗୁଜରାଟୀ, ମରାଠୀ, ମାଲୟାଲମ, କନ୍ନଡ, ତାମିଲ, ତେଲୁଗୁ, ଉର୍ଦ୍ଦୁ, ପଞ୍ଜାବୀ, ମଣିପୁରୀ ଏବଂ କୋଙ୍କଣୀ ଭାଷାରେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷା ହେବ। ପୂର୍ବରୁ କେବଳ ହିନ୍ଦୀ ଓ ଇଂଲିଶରେ ଏହି ପରୀକ୍ଷା ହେଉଥିଲା। ଆଞ୍ଚଳିକ ଭାଷାରେ ପରୀକ୍ଷା କରାଇବା ନେଇ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଥିଲେ। ଭାରତ ଏକ ବହୁଭାଷୀ ଦେଶ ହୋଇଥିବାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଭିନ୍ନ ଭିନ୍ନ ଭାଷାରେ କରାଯାଉଛି। ରେଲ୍‌ଓ୍ବେ ରିକ୍ରୁଟ୍‌ମେଣ୍ଟ ବୋର୍ଡ/ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ବ୍ୟାଙ୍କିଙ୍ଗ୍‌ ପର୍ସୋନେଲ ସିଲେକ୍ସନ(ଆଇବିପିଏସ୍‌) ପରୀକ୍ଷାରେ ୧୪ଟି ଭାଷାର ବ୍ୟବହାର କରାଗଲାଣି। ତେଣୁ ଏସ୍‌ଏସ୍‌ସି ପରୀକ୍ଷା ଆଞ୍ଚଳିକ ଭାଷାରେ କରିବା ଲାଗି ବିଶେଷଜ୍ଞ କମିଟି ସୁପାରିସ କରିଥିଲା। ଏହି ନିଷ୍ପତ୍ତି ଲକ୍ଷ ଲକ୍ଷ ପରୀକ୍ଷାର୍ଥୀଙ୍କ ପାଇଁ ସହାୟକ ହେବ ଏବଂ ସେମାନେ ନିଜ ନିଜର ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାରେ ପରୀକ୍ଷା ଦେଇପାରିବେ। ଫଳରେ ସେମାନେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷାରେ ଉନ୍ନତ ପ୍ରଦର୍ଶନ କରିବାର ସୁଯୋଗ ପାଇବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri