Posted inଜାତୀୟ

ଓଡ଼ିଆରେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷାକୁ ମଞ୍ଜୁରୀ

ନୂଆଦିଲ୍ଲୀ,୧୯।୪: ଷ୍ଟାଫ୍‌ ସିଲେକ୍ସନ କମିଶନ ମଲ୍ଟିଟାସ୍କିଙ୍ଗ(ଅଣବୈଷୟିକ) କର୍ମଚାରୀ ଚୟନ ଲାଗି (ଏସ୍‌ଏସ୍‌ସି ଏମ୍‌ଟିଏସ୍‌) ପରୀକ୍ଷା,୨୦୨୨ ଏବଂ ମିଳିତ ଉଚ୍ଚମାଧ୍ୟମିକ ସ୍ତରୀୟ ପରୀକ୍ଷା (ସିଏଚ୍‌ଏସ୍‌ଏଲ୍‌ଇ),୨୦୨୨ ହିନ୍ଦୀ, ଇଂଲିଶ ବ୍ୟତୀତ ଓଡ଼ିଆ ଓ ଅନ୍ୟ ଆଞ୍ଚଳିକ ଭାଷାରେ ହେବ। କାର୍ମିକ ଓ ପ୍ରଶିକ୍ଷଣ ବିଭାଗ (ଡିଓପିଟି) ଏହାକୁ ଅନୁମୋଦନ କରିଥିବା ବିଭାଗୀୟ ମନ୍ତ୍ରୀ ଜିତେନ୍ଦ୍ର ସିଂ ଘୋଷଣା କରିଛନ୍ତି। ଏଣିକି ଉପରୋକ୍ତ ପରୀକ୍ଷା ପାଇଁ ୧୩ଟି ଆଞ୍ଚଳିକ ଭାଷାରେ ପ୍ରଶ୍ନପତ୍ର ଆସିବ। ଓଡ଼ିଆ ସମେତ ଅସମୀୟା, ବେଙ୍ଗଲୀ, ଗୁଜରାଟୀ, ମରାଠୀ, ମାଲୟାଲମ, କନ୍ନଡ, ତାମିଲ, ତେଲୁଗୁ, ଉର୍ଦ୍ଦୁ, ପଞ୍ଜାବୀ, ମଣିପୁରୀ ଏବଂ କୋଙ୍କଣୀ ଭାଷାରେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷା ହେବ। ପୂର୍ବରୁ କେବଳ ହିନ୍ଦୀ ଓ ଇଂଲିଶରେ ଏହି ପରୀକ୍ଷା ହେଉଥିଲା। ଆଞ୍ଚଳିକ ଭାଷାରେ ପରୀକ୍ଷା କରାଇବା ନେଇ ଅନୁଧ୍ୟାନ କରି ରିପୋର୍ଟ ଦେବାକୁ ସରକାର ଏକ ବିଶେଷଜ୍ଞ କମିଟି ଗଠନ କରିଥିଲେ। ଭାରତ ଏକ ବହୁଭାଷୀ ଦେଶ ହୋଇଥିବାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଭିନ୍ନ ଭିନ୍ନ ଭାଷାରେ କରାଯାଉଛି। ରେଲ୍‌ଓ୍ବେ ରିକ୍ରୁଟ୍‌ମେଣ୍ଟ ବୋର୍ଡ/ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ବ୍ୟାଙ୍କିଙ୍ଗ୍‌ ପର୍ସୋନେଲ ସିଲେକ୍ସନ(ଆଇବିପିଏସ୍‌) ପରୀକ୍ଷାରେ ୧୪ଟି ଭାଷାର ବ୍ୟବହାର କରାଗଲାଣି। ତେଣୁ ଏସ୍‌ଏସ୍‌ସି ପରୀକ୍ଷା ଆଞ୍ଚଳିକ ଭାଷାରେ କରିବା ଲାଗି ବିଶେଷଜ୍ଞ କମିଟି ସୁପାରିସ କରିଥିଲା। ଏହି ନିଷ୍ପତ୍ତି ଲକ୍ଷ ଲକ୍ଷ ପରୀକ୍ଷାର୍ଥୀଙ୍କ ପାଇଁ ସହାୟକ ହେବ ଏବଂ ସେମାନେ ନିଜ ନିଜର ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାରେ ପରୀକ୍ଷା ଦେଇପାରିବେ। ଫଳରେ ସେମାନେ ଷ୍ଟାଫ୍‌ ସିଲେକ୍ସନ ପରୀକ୍ଷାରେ ଉନ୍ନତ ପ୍ରଦର୍ଶନ କରିବାର ସୁଯୋଗ ପାଇବେ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

କଂଗ୍ରେସ ଶାସନ ସମୟରେ କାହିଁକି ପାକିସ୍ତାନ ଆକ୍ରମଣର ଜବାବ ଦିଆଯାଇ ନ ଥିଲା, କାରଣ କହିଲେ ଶାହା

ନୂଆଦିଲ୍ଲୀ,୨୩।୪: ଲୋକ ସଭା ନିର୍ବାଚନ -୨୦୨୪ର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଅଭିଯାନ ଜୋରସୋରରେ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ମହାରାଷ୍ଟ୍ରର ଆକୋଲା ଠାରେ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ...

ଟିକେଟ ବିକୁଛନ୍ତି ତେଜସ୍ବୀ ଯାଦବ: କଂଗ୍ରେସ ନେତା

ବାଲ୍ମିକିନଗର,୨୩।୪: ବିହାରର ବାଲ୍ମିକିନଗରରେ ଥିବା ଗ୍ରାଣ୍ଡ ଆଲାଇନ୍ସରେ ବିଦ୍ରୋହର ସ୍ବର ବୃଦ୍ଧି ପାଇବାରେ ଲାଗିଛି। ତେଜସ୍ବୀ ଯାଦବଙ୍କୁ ପୁଞ୍ଜିପତିମାନଙ୍କୁ ଟିକେଟ ବିକ୍ରି କରୁଥିବା ଅଭିଯୋଗ କରି...

ସବୁଠାରୁ ଧନୀ ପ୍ରାର୍ଥୀ

ନୂଆଦିଲ୍ଲୀ,୨୩।୪: ତେଲୁଗୁ ଦେଶମ ପାର୍ଟିର ଡାକ୍ତର ଚନ୍ଦ୍ର ଶେଖର ପେମାସାନୀ ଗୁଣ୍ଟୁର ଲୋକ ସଭା ଆସନରୁ ଆଜି ପର୍ଯ୍ୟନ୍ତ ଦାଖଲ କରାଯାଇଥିବା ପ୍ରାର୍ଥୀଙ୍କ ମଧ୍ୟରେ ସବୁଠାରୁ...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ପରିବାରକୁ ଶେଷ କରିବାକୁ ସୁପାରି ଦେଇଥିଲେ ପୁଅ, ହେଲେ ଭୁଲରେ ଅତିଥିଙ୍କୁ ମାରିଲେ କିଲର, ଜାଣନ୍ତୁ ମର୍ଡର ମିଷ୍ଟ୍ରି

ବେଙ୍ଗାଲୁରୁ,୨୩।୪: କର୍ନାଟକର ଜଣେ କାଳିଯୁଗ ପୁଅର ହୃଦୟ ବିଦାରକ କାର୍ଯ୍ୟ ସାମ୍ନାକୁ ଆସିଛି। ତାଙ୍କ ମାତାପିତା ଏବଂ ସାବତ ଭାଇଙ୍କ ହତ୍ୟା ପାଇଁ ସେ ୬୫...

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri