ଡିସେମ୍ବର ୧ରୁ ବାଲୁକା କଳା, କୋଣାର୍କ ଉତ୍ସବ

କୋଣାର୍କ, ୧୨ା୧୧(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ ଆସନ୍ତା ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜନ ହେବ। ଏଥିସହ ଚନ୍ଦ୍ରଭାଗାର ସ୍ବର୍ଣ୍ଣିମ ବେଳାଭୂମିରେ ୫ଦିନ ବ୍ୟାପୀ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ମଧ୍ୟ ଅନୁଷ୍ଠିତ ହେବ। ରାଜ୍ୟ ପର୍ଯ୍ୟଟନ ବିଭାଗ ଓ କୋଣାର୍କ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ୫ତାରିଖ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ସାହିତ୍ୟ ଆସର ଓ ଚିତ୍ରକଳା ଶିବିର ହେବ। ସେହିପରି କୋଣାର୍କ ପ୍ରେସ୍‌ କ୍ଲବ ପକ୍ଷରୁ ନଭେମ୍ବର ୩୦ରେ ସାଇକ୍ଲୋଥନ ଏବଂ ବସନ୍ତମଞ୍ଜରୀ ପାଠାଗାର ପକ୍ଷରୁ ୧ତାରିଖ ସକାଳେ ଗଣଦୌଡ଼ ଆୟୋଜନ ହେବ। ଏନେଇ ଗୁରୁବାର କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ପରେ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଏହି ସୂଚନା ଦେଇଛନ୍ତି।
ପ୍ରମୁଖ ସଚିବ କହିଛନ୍ତି ଯେ ପ୍ରତ୍ୟହ ସନ୍ଧ୍ୟା ୬ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆମନ୍ତ୍ରିତ ନୃତ୍ୟାନୁଷ୍ଠାନର ପ୍ରଥିତଯଶା ନୃତ୍ୟଶିଳ୍ପୀମାନେ ଓଡ଼ିିଶୀ ସମେତ ଅନ୍ୟ ଶାସ୍ତ୍ରୀୟ ନୃତ୍ୟ ପରିବେଷଣ କରିବେ। ଚନ୍ଦ୍ରଭାଗା ବେଳାଭୂମିରେ ୩୦ ଷ୍ଟଲ୍‌ରେ ପ୍ରତ୍ୟହ ପୂର୍ବାହ୍ନ ୧୦ରୁ ରାତି ୯ଟା ପର୍ଯ୍ୟନ୍ତ ବାଲୁକା କଳା ପ୍ରଦର୍ଶିତ ହେବ। ଓଡ଼ିିଶା ଲଳିତ କଳା ଏକାଡେମୀର ଅଧ୍ୟକ୍ଷ ତଥା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ଦେଶ ବିଦେଶର ଲବ୍ଧପ୍ରତିଷ୍ଠିତ ବାଲୁକା ଶିଳ୍ପୀମାନେ ଯୋଗଦେଇ ବାଲୁକା କଳା ପ୍ରସ୍ତୁତ କରିବେ। ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ଉତ୍ସବ ଆୟୋଜନ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଓଡ଼ିିଶା ସଙ୍ଗୀତ ନାଟକ ଏକାଡେମୀ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିିଶୀ ଗବେଷଣା କେନ୍ଦ୍ରର ମିଳିତ ସହଯୋଗରେ ଶାସ୍ତ୍ରୀୟ ନୃତ୍ୟ ନିମନ୍ତେ କଳାକାର ଚୟନ ସମ୍ପନ୍ନ ହୋଇଛି।
ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ଅତିରିକ୍ତ ଶାସନ ସଚିବ ରୀନା ମହାପାତ୍ର, ପ୍ରଖ୍ୟାତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରର ନିର୍ଦ୍ଦେଶିକା ଦୀପ୍ତି ମିଶ୍ର, ପୁରୀ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାସ, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ପି. ରାମାସ୍ବାମୀ, ନିମାପଡ଼ା ଏସ୍‌ଡିପିଓ ଦେବାଶିଷ ମିଶ୍ର, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଉତ୍ସବର ଉଦ୍‌ଯାପନୀ ଦିବସରେ ସାହିତ୍ୟ ଆସର ଓ ଚିତ୍ରକଳାର ଯୁଗଳବନ୍ଦୀ ଦର୍ଶକଙ୍କୁ ଆକୃଷ୍ଟ କରିବ। ସାହିତ୍ୟ ଆସରରେ ଓଡ଼ିିଶାର ବିଭିନ୍ନ ପ୍ରାନ୍ତରୁ ଶତାଧିକ କବି, ଲେଖକ, ଗବେଷକ ଏବଂ ସାହିତ୍ୟପ୍ରେମୀ ଯୋଗଦେବେ ବୋଲି କୋଣାର୍କ ସାହିତ୍ୟ ସଂସଦର ସମ୍ପାଦକ ରବୀନ୍ଦ୍ରନାଥ ବାହିନୀପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri