ଡିସେମ୍ବର ୧ରୁ ବାଲୁକା କଳା, କୋଣାର୍କ ଉତ୍ସବ

କୋଣାର୍କ, ୧୨ା୧୧(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ ଆସନ୍ତା ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜନ ହେବ। ଏଥିସହ ଚନ୍ଦ୍ରଭାଗାର ସ୍ବର୍ଣ୍ଣିମ ବେଳାଭୂମିରେ ୫ଦିନ ବ୍ୟାପୀ ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ମଧ୍ୟ ଅନୁଷ୍ଠିତ ହେବ। ରାଜ୍ୟ ପର୍ଯ୍ୟଟନ ବିଭାଗ ଓ କୋଣାର୍କ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ୫ତାରିଖ ପୂର୍ବାହ୍ନ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ସାହିତ୍ୟ ଆସର ଓ ଚିତ୍ରକଳା ଶିବିର ହେବ। ସେହିପରି କୋଣାର୍କ ପ୍ରେସ୍‌ କ୍ଲବ ପକ୍ଷରୁ ନଭେମ୍ବର ୩୦ରେ ସାଇକ୍ଲୋଥନ ଏବଂ ବସନ୍ତମଞ୍ଜରୀ ପାଠାଗାର ପକ୍ଷରୁ ୧ତାରିଖ ସକାଳେ ଗଣଦୌଡ଼ ଆୟୋଜନ ହେବ। ଏନେଇ ଗୁରୁବାର କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକ ପରେ ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାର ଏହି ସୂଚନା ଦେଇଛନ୍ତି।
ପ୍ରମୁଖ ସଚିବ କହିଛନ୍ତି ଯେ ପ୍ରତ୍ୟହ ସନ୍ଧ୍ୟା ୬ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆମନ୍ତ୍ରିତ ନୃତ୍ୟାନୁଷ୍ଠାନର ପ୍ରଥିତଯଶା ନୃତ୍ୟଶିଳ୍ପୀମାନେ ଓଡ଼ିିଶୀ ସମେତ ଅନ୍ୟ ଶାସ୍ତ୍ରୀୟ ନୃତ୍ୟ ପରିବେଷଣ କରିବେ। ଚନ୍ଦ୍ରଭାଗା ବେଳାଭୂମିରେ ୩୦ ଷ୍ଟଲ୍‌ରେ ପ୍ରତ୍ୟହ ପୂର୍ବାହ୍ନ ୧୦ରୁ ରାତି ୯ଟା ପର୍ଯ୍ୟନ୍ତ ବାଲୁକା କଳା ପ୍ରଦର୍ଶିତ ହେବ। ଓଡ଼ିିଶା ଲଳିତ କଳା ଏକାଡେମୀର ଅଧ୍ୟକ୍ଷ ତଥା ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ମାର୍ଗଦର୍ଶନରେ ଦେଶ ବିଦେଶର ଲବ୍ଧପ୍ରତିଷ୍ଠିତ ବାଲୁକା ଶିଳ୍ପୀମାନେ ଯୋଗଦେଇ ବାଲୁକା କଳା ପ୍ରସ୍ତୁତ କରିବେ। ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ଉତ୍ସବ ଆୟୋଜନ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ଓଡ଼ିିଶା ସଙ୍ଗୀତ ନାଟକ ଏକାଡେମୀ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିିଶୀ ଗବେଷଣା କେନ୍ଦ୍ରର ମିଳିତ ସହଯୋଗରେ ଶାସ୍ତ୍ରୀୟ ନୃତ୍ୟ ନିମନ୍ତେ କଳାକାର ଚୟନ ସମ୍ପନ୍ନ ହୋଇଛି।
ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ସୁରେନ୍ଦ୍ର କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ଅତିରିକ୍ତ ଶାସନ ସଚିବ ରୀନା ମହାପାତ୍ର, ପ୍ରଖ୍ୟାତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ଭୁବନେଶ୍ୱର ଦୂରଦର୍ଶନ କେନ୍ଦ୍ରର ନିର୍ଦ୍ଦେଶିକା ଦୀପ୍ତି ମିଶ୍ର, ପୁରୀ ଅତିରିକ୍ତ ଜିଲାପାଳ ବିନୟ କୁମାର ଦାସ, ଜିଲା ପର୍ଯ୍ୟଟନ ଅଧିକାରୀ ସରୋଜକାନ୍ତ ପ୍ରଧାନ, ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ ପି. ରାମାସ୍ବାମୀ, ନିମାପଡ଼ା ଏସ୍‌ଡିପିଓ ଦେବାଶିଷ ମିଶ୍ର, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। ଉତ୍ସବର ଉଦ୍‌ଯାପନୀ ଦିବସରେ ସାହିତ୍ୟ ଆସର ଓ ଚିତ୍ରକଳାର ଯୁଗଳବନ୍ଦୀ ଦର୍ଶକଙ୍କୁ ଆକୃଷ୍ଟ କରିବ। ସାହିତ୍ୟ ଆସରରେ ଓଡ଼ିିଶାର ବିଭିନ୍ନ ପ୍ରାନ୍ତରୁ ଶତାଧିକ କବି, ଲେଖକ, ଗବେଷକ ଏବଂ ସାହିତ୍ୟପ୍ରେମୀ ଯୋଗଦେବେ ବୋଲି କୋଣାର୍କ ସାହିତ୍ୟ ସଂସଦର ସମ୍ପାଦକ ରବୀନ୍ଦ୍ରନାଥ ବାହିନୀପତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri