ମହାନଦୀ ଜଳପଥରେ ବାଲିପଠା

ମହାକାଳପଡ଼ା, ୨୪ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଜଳବାୟୁ ପରିବର୍ତ୍ତନ ପ୍ରଭାବ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅନିୟମିତତା ଯୋଗୁ ନଦୀ ଜଳ ସ୍ରୋତର ଉତ୍ସ ହ୍ରାସ ପାଇବା ସହ ନଦୀ ମହାନଦୀ ଗତିପଥ ପରିବର୍ତ୍ତନ ହେଉଛି। ଏଥିସହ ନଦୀ ମଧ୍ୟରେ ବଡ଼ ବଡ଼ ବାଲିପଠା ସୃଷ୍ଟି ହେଉଛି। ଫଳରେ ପୂର୍ବ ଅପେକ୍ଷା ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ଜିଲାରେ ଦେଶୀ ଓ ସାମୁଦ୍ରିକ ମାଛ ମାରିବା ଅସମ୍ଭବ ହେଉଛି। ଦିନ ଥିଲା ଦୈନଦିନ ମହାନଦୀରେ ଜାଲ ବସାଇ ବହୁ କୁଇଣ୍ଟାଲ ମାଛ ଧରୁଥିଲେ। ଅଦ୍ୟାବଧି ମାଛ ୨/୪ କିଲୋ ମାଛ ଧରିବା କଷ୍ଟ ହେଉଛି ବୋଲି ସ୍ଥାନୀୟ ମତ୍ସ୍ୟଜୀବୀ କହିଛନ୍ତି।

ମୌସୁମୀ ବର୍ଷା ଋତୁରେ ଅନିୟମିତତା ଯୋଗୁ ଉପର ମୁଣ୍ଡରୁ ବନ୍ୟାଜଳ ସ୍ରୋତ ହ୍ରାସପାଉଛି। ଅପରପକ୍ଷରେ ନଦୀ ଉପର ମୁଣ୍ଡରୁ ବନ୍ୟା ଓ ଉଦବୃତ୍ତ ବର୍ଷାଜଳ ହ୍ରାସ ପାଇବା ଯୋଗୁ ମାଟି ବାଲି ପଙ୍କ ଜମି ନଦୀ ମଧ୍ୟରେ ବାଲିପଠା ସୃଷ୍ଟି ହେଉଛି। ବାଲି ପଠା ସୃଷ୍ଟିହେବା ଯୋଗୁ ଫେରିଘାଟ ଯାତାୟାତ ପାଇଁ ବଡ଼ ସମସ୍ୟା ସୃଷ୍ଟି ହେଉଛି ବୋଲି ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି। ଏହାର ଏକ ଉଦାହରଣ ଦେଖିବାକୁ ମିଳୁଛି, କେନ୍ଦ୍ରାପଡ଼ା ଜିଲାର ରାମନଗର ପଞ୍ଚାୟତ ବରଜ ବାହାକୁଦ ଗାଁ କୂଳରେ ପ୍ରବାହିତ ମହାନଦୀରେ।

ଆଖଡ଼ାଶାଳୀଠାରୁ ସମୁଦ୍ର ମୁହାଣ ପର୍ଯ୍ୟନ୍ତ ୫ ରୁ ଊର୍ଦ୍ଧ୍ୱ କି.ମି. ପର୍ଯ୍ୟନ୍ତ ପଠା ସୃଷ୍ଟି ହୋଇଥିବା ଦେଖିବାକୁ ମିଳୁଛି। ଫଳରେ ବାହାକୁଦ ଫେରି ଘାଟ ମହାନଦୀରେ ଡଙ୍ଗା ଚଳାଚଳ କରିବାକୁ ବାଲିପଠା ସୃଷ୍ଟି ଯୋଗୁ ୧ କି.ମି. ବୁଲାଣି ନଦୀପଥ ଦେଇ ପାରାଦୀପ ଶିଳ୍ପ ପାର୍ଶ୍ୱ ମୂଷାଡିଆ ନଦୀ କୂଳରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଯାଇଥାନ୍ତି। ବିଶେଷକରି ପ୍ରବଳ ବର୍ଷା ପବନ ଓ ବନ୍ୟା ଜଳ ସ୍ରୋତ ପ୍ରଭାବରେ ଘାଟ ଡଙ୍ଗା ଯାନ୍ତ୍ରିକ ତ୍ରୁଟି ଯୋଗୁ ସମୁଦ୍ର ମୁହାଣକୁ ଭାସିଯାଉଥିବା ନଜିର ରହିଛି। ପରେ ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥାଏ। ତେବେ ମହାନଦୀ ମଝିରେ ବାଲି ପଠା ସୃଷ୍ଟି ହେଉଥିବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ନଦୀରେ ଡ୍ରେଜିଂ ବା ଖନନ କରାଗଲେ ନଦୀରେ ସ୍ବାଭାବିକ ଭାବେ ସମୁଦ୍ର ମୁହାଣ ଦେଇ ବନ୍ୟା ଓ ଉଦବୃତ୍ତ ବର୍ଷା ଜଳ ସ୍ରୋତ ପ୍ରବାହିତ ହେବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମତ ପ୍ରକାଶ କରିଛନ୍ତି। ଅନେକ ସମୟରେ ମହାନଦୀରେ ବାଲିପଠା ଯୋଗୁ ଡଙ୍ଗା ଯାତାୟାତ ସମୟରେ ଭାରସାମ୍ୟ ହରାଇ ଦୁର୍ଘଟଣା ହେଉଥିବା ନଜିର ରହିଛି ବୋଲି ପୂର୍ବତନ ସରପଞ୍ଚ ବିକାଶ ଚନ୍ଦ୍ର ଦେବନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri