ଲିଜ୍‌ ଏରିଆ ବାହାରୁ ବାଲି ଲୁଟ୍‌

କାଏମା,୨୪ା୬(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ତହସିଲ ଅନ୍ତର୍ଗତ ବ୍ରାହ୍ମଣୀ ଓ କାଏମା କେଲୁଅ ନଦୀର ଲିଜ୍‌ ଏରିଆ ବାହାରୁ ବେଧଡ଼କ ଭାବେ ଶହଶହ ଟ୍ରିପ ବାଲି ଲୁଟ୍‌ ହେଉଥିବା ଅଭିଯୋଗ ହୋଇଛି। ସେହିପରି ଯେଉଁସବୁ ବାଲି ଘାଟକୁ ଲିଜ୍‌ ଦିଆଯାଇଛି ସେଠାରେ ମେଶିନ ସାହାଯ୍ୟରେ ବାଲି ଉତ୍ତୋଳନ ପାଇଁ ଅନୁମତି ନାହିଁ। କେବଳ ଶ୍ରମିକଙ୍କ ଦ୍ବାରା ବାଲି ବୋଝେଇ କରିବା ପାଇଁ ଚୁକ୍ତି ହୋଇଛି। ହେଲେ ଏଠାରେ ଲିଜଧାରୀ ମେଶିନ ବ୍ୟବହାର କରି କରି ବାଲି ନେଉଛନ୍ତି। ଆଗକୁ ନଦୀରେ ପାଣି ହୋଇଯିବ ବୋଲି ସ୍ଥାନୀୟ ମାଫିଆମାନେ ଆଗୁଆ ବାଲି ନେଇ ଗଚ୍ଛିତ ରଖୁଛନ୍ତି। ତାହାକୁ ପର ମୁହୂର୍ତ୍ତରେ ମନଇଚ୍ଛା ଦରରେ ବିକ୍ରି କରିବେ। ଏହି କାରଣରୁ ରାଜ୍ୟ ସରକାରଙ୍କ ବିପୁଳମାତ୍ରାରେ ରାଜସ୍ବ ହାନି ହେଉଥିବା ଅଭିଯୋଗ ହେଉଛି। ହେଲେ ଏତେ ସବୁ ପରେ ବି ତହସିଲର ପ୍ରଶାସନର ନିଦ ଭାଙ୍ଗୁନାହିଁ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।
ସେହିପରି କାଏମା ବଜାର ମଧ୍ୟ ଦେଇ ଖୁଲମ ଖୁଲା ହାଇୱା ଓ ଡମ୍ଫର ଯୋଗେ ଓଭର ଲୋଡ ସହ ବିନା ପାଲରେ ଶହ ଶହ ଟ୍ରିପ ବାଲି ପରିବହନ କରାଯାଉଛି। ନିୟମ ଅନୁସାରେ ଗାଡ଼ି ଉପରେ ପାଲ ପକାଇ ପରିବହନ କରିବା କଥା। କିନ୍ତୁ କେତେଜଣ ଡ୍ରାଇଭର ଓ ଲୋକାଲ ମାଲିକ ପାଲ ଆଦୌ ପକାଉନାହାନ୍ତି। କିଛି ଗାଡ଼ି ଫାଇନ ଭୟରେ ପତଳା ପାଲ ପକାଉଥିବାରୁ ବାଲି ରାସ୍ତାରେ ଜମା ହେଉଛି। ଫଳରେ ସ୍ଥାନୀୟ ଅଞ୍ଚଳରେ ଦୈନିକ ଦୁର୍ଘଟଣା ବୃଦ୍ଧି ପାଉଛି। ଏ ସମ୍ପର୍କରେ ଧର୍ମଶାଳା ତହସିଲଦାର ସ୍ବାଗତ ଦାସଙ୍କୁ ପଚାରିବାରୁ ସେ କହିଛନ୍ତି, ବାଲିଘାଟରେ ମେଶିନ ବ୍ୟବହାରକୁ ଅନୁମତି ନାହିଁ। ଏଥିସହିତ ଉପରୋକ୍ତ ଘାଟଗୁଡ଼ିକରେ ମେଶିନ ବ୍ୟବହାର ହେଉଛି ବୋଲି ସେ ଜାଣିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri