Posted inଜାତୀୟ

ପୋଲିସ ଅଧିକାରୀଙ୍କୁ ମାଡ଼ମାରି ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ

ରାଞ୍ଚି,୫।୧: ଝାଡ଼ଖଣ୍ଡର ହଜାରିବାଗ୍‌ ଜିଲା ଅଧୀନ ବରକାର ନଦୀରୁ ବେଆଇନ ବାଲି ଉତ୍ତୋଳନକୁ ରୋକିବା ଲାଗି ଯାଇଥିବା କେତେଜଣ ପୋଲିସ ଅଫିସରଙ୍କୁ ବାଲି ମାଫିଆ ଆକ୍ରମଣ କରିବା ସହ ସେମାନଙ୍କ ଉପରେ ଟ୍ରାକ୍ଟର ଚଢାଇ ଦେବାକୁ ଉଦ୍ୟମ କରିଥିଲେ। ସେମାନେ ଜଣେ ପୋଲିସ ଅଫିସରଙ୍କଠାରୁ ବନ୍ଧୁକ ଛଡ଼ାଇ ନେଇ ନଦୀକୁ ଫିଙ୍ଗିଦେଇଥିଲେ। ବେଆଇନ ବାଲି ଉତ୍ତୋଳନରେ ସମ୍ପୃକ୍ତ ଶହେ ଜଣ ଅଜଣା ବ୍ୟକ୍ତିଙ୍କ ନାମରେ ବିଡିଓ ଏତଲା ଦାଏର କରିଛନ୍ତି। ଆକ୍ରମଣ ଘଟଣାରେ ଚୌପାରନ ଥାନାରେ ୭ ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ବାଲି ମାଫିଆ ଓ ତାଙ୍କ ଲୋକମାନେ ସିହ୍ନାଙ୍କ ସୁନା ଚେନ୍‌, ମୁଦି ଓ ୪,୦୦୦ ଟଙ୍କା ଛଡ଼ାଇ ନେଇଥିବା ଅଭିଯୋଗ ହୋଇଛି। ଏହାକୁ ମିଲାଇ ୨ ମାସ ମଧ୍ୟରେ ପୋଲିସ ଉପରେ ୪ ଥର ଆକ୍ରମଣ ହେଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri