ଘସିପୁରାରେ ବଢୁଛିି ବାଲି ଚୋରାଚାଲାଣ

ରାମଚନ୍ଦ୍ରପୁର,୨୩।୬(ଗଣେଶ୍ୱର ସା): କେନ୍ଦୁଝର ଜିଲା ଘସିପୁରା ତହସିଲ ଅଞ୍ଚଳରେ ବାଲି ଚୋରାଚାଲାଣ ବଢ଼ୁଛି। ବିଶେଷ କରି ତହସିଲ ଅନ୍ତର୍ଗତ ସାଇଁକୁଳ ସର୍କଲ ଅଧୀନରେ ଥିବା ବୈତରଣୀ ନଦୀର ବାତୋ ଘାଟରୁ ବେଧଡ଼କ ବାଲି ଉଠାଯାଇ ଚାଲାଣ ହେଉଥିବା ଅଭିଯୋଗ ହେଉଛି। ଏ ନେଇ ସାଧାରଣ ଲୋକେ ଭୟରେ ମୁହଁ ଖୋଲୁ ନ ଥିଲେ ବି ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।
ପ୍ରକାଶ ଯେ, ବୈତରଣୀର ଅଞ୍ଜିରା ଘାଟ, କୁସେଇ ନଦୀ ଓ ବୈତରଣୀର ତିନିମୁହାଣି ନିକଟରୁ ମଧ୍ୟ ବେଧଡ଼କ ଭାବେ ବାଲି ଚୋରାଚାଲାଣ କରାଯାଉଛି। ମାଫିଆ ଦୈନିକ ଟ୍ରାକ୍ଟରରେ ଶହଶହ ଟ୍ରିପ୍‌ ବାଲି ଉଠାଇ ବିକ୍ରି କରୁଛନ୍ତି। ଏଥି ପ୍ରତି କାହାର ଦୃଷ୍ଟି ପଡୁ ନ ଥିବାରୁ ସରକାର ବହୁ ରାଜସ୍ବ ହରାଉଛନ୍ତି। ପ୍ରଶାସନ କବଳରୁ ରକ୍ଷା ପାଇବା ପାଇଁ ଗାଡ଼ି ନମ୍ବର ପ୍ଲେଟ୍‌ ଖୋଲି ନିର୍ଭୟରେ ବାଲିଚାଲାଣ କରୁଛନ୍ତି। ବାତୋ ବଜାର ଦେଇ ବାଲି ଗାଡ଼ି ଯାଉଥିବାରୁ ଛାତ୍ରୀଛାତ୍ରମାନଙ୍କ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ଜିଲା ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅବସରପ୍ରାପ୍ତ ସେନା ଅଧିକାରୀ ସନ୍ତୋଷ କୁମାର ସ୍ବାଇଁ ଦାବି କରିଛନ୍ତି। ଘସିପୁରା ତହସିଲଦାର ନୀଳକଣ୍ଠ ବେହେରା କହିଛନ୍ତି, ମାଇନିଂ ବିଭାଗ ଏଥି ପ୍ରତି ଦୃଷ୍ଟି ଦେବାକଥା, ତଥାପି ଆମେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଚେଷ୍ଟା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri