ବେଆଇନ ଉତ୍ତୋଳନ ବିରୋଧରେ ବାଲି ସତ୍ୟାଗ୍ରହ

ଆନନ୍ଦପୁର,୩୦ା୧୦(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀରେ କରଗୋଳା ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ବାଲି ସତ୍ୟାଗ୍ରହ ଷଷ୍ଠ ଦିନରେ ପହଞ୍ଚିଛି। ପ୍ରବଳ ବର୍ଷା, ପବନ ସତ୍ତ୍ୱେ ଶତାଧିକ ସତ୍ୟାଗ୍ରହୀ ଛତା ଧରି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦୁର୍ନୀତି ବିରୋଧୀ ପ୍ରଗତିଶୀଳ ମଞ୍ଚର ଆବାହକ ଯଜ୍ଞ ପ୍ରସାଦ ସାହୁ ସତ୍ୟାଗ୍ରହର ନେତୃତ୍ୱ ନେଇ ବାଲି ମାଫିଆଙ୍କ ବିରୋଧରେ ବିଶୋଦଗାର କରିଥିଲେ।

ଦୁର୍ନୀତି ବିରୋଧୀ ପ୍ରଗତିଶୀଳ ମଞ୍ଚର ଆବାହକ ଯଜ୍ଞ ପ୍ରସାଦ ଅଭିଭାଷଣରେ କହିଥିଲେ, ବେଆଇନ ଘାଟରେ ନିୟୋଜିତ ବଡ଼ ମେଶିନକୁ ଜବତ କରାଯାଉ। ଲୁଟ୍‌ ହୋଇଥିବା ବାଲି ପରିମାଣକୁ ମାପା ଯାଇ ଜରିମାନା ଆଦାୟ, ଚୋରା ବାଲି ବ୍ୟବସାୟୀ ଓ ତାଙ୍କ ସହଯୋଗୀଙ୍କ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ସେ ଦାବି କରିଛନ୍ତି। ବିଭିନ୍ନ ସ୍ଥାନରେ ବେଆଇନ ଘାଟ ପାଇଁ କଟାଯାଇଥିବା ଗଛ ବାବଦ କ୍ଷୟକ୍ଷତି ଆକଳନ କରିବାକୁ ମଧ୍ୟ କହିଛନ୍ତି। ସେହିପରି ସଂରକ୍ଷିତ ଜଙ୍ଗଲ ମଧ୍ୟରେ କୁମଡ଼ ଘାଟ ବେଆଇନ ଭାବେ ଚାଲିବା ଯୋଗୁ ଠେକୁଆ, ଝିଙ୍କ ଆଦି ବନ୍ୟପ୍ରାଣୀ ପ୍ରଭାବିତ ହେଉଛନ୍ତି। ବନ ବିଭାଗ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି କହିଥିଲେ। ସତ୍ୟାଗ୍ରହରେ ପୂର୍ବତନ ସରପଞ୍ଚ ଗୋପାଳ ସେଠୀ, ସତ୍ୟବ୍ରତ ଜେନା, ଆଲୋକ ବେହେରା, ବିଜୟ ସାହୁ, ସୁଲି ଜେନା, ଅହଲ୍ୟା ସାହୁ, ରିତାଞ୍ଜଳି ସାହୁ, କ୍ଷୀରୋଦ ସାହୁ, ନୀଳମଣି ଜେନା, ନରହରି ଜେନାଙ୍କ ସମେତ ୩ଶହରୁ ଅଧିକ ସତ୍ୟଗ୍ରହୀ ସାମିଲ ହୋଇଥିଲେ। ଉପଜିଲାପାଳ ନୀଳମାଧବ ସୁନା ସତ୍ୟାଗ୍ରହୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ନିଷ୍କର୍ଷ ବାହାରିପାରିନାହିଁ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

ପୁଣି SCB ମେଡିକାଲରେ ଅଘଟଣ: ଜଳିଲା ଇଲେକ୍ଟ୍ରି ବୋର୍ଡ

କଟକ,୧୮।୩: ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri