ବେଆଇନ ଉତ୍ତୋଳନ ବିରୋଧରେ ବାଲି ସତ୍ୟାଗ୍ରହ

ଆନନ୍ଦପୁର,୩୦ା୧୦(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀରେ କରଗୋଳା ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ବାଲି ସତ୍ୟାଗ୍ରହ ଷଷ୍ଠ ଦିନରେ ପହଞ୍ଚିଛି। ପ୍ରବଳ ବର୍ଷା, ପବନ ସତ୍ତ୍ୱେ ଶତାଧିକ ସତ୍ୟାଗ୍ରହୀ ଛତା ଧରି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦୁର୍ନୀତି ବିରୋଧୀ ପ୍ରଗତିଶୀଳ ମଞ୍ଚର ଆବାହକ ଯଜ୍ଞ ପ୍ରସାଦ ସାହୁ ସତ୍ୟାଗ୍ରହର ନେତୃତ୍ୱ ନେଇ ବାଲି ମାଫିଆଙ୍କ ବିରୋଧରେ ବିଶୋଦଗାର କରିଥିଲେ।

ଦୁର୍ନୀତି ବିରୋଧୀ ପ୍ରଗତିଶୀଳ ମଞ୍ଚର ଆବାହକ ଯଜ୍ଞ ପ୍ରସାଦ ଅଭିଭାଷଣରେ କହିଥିଲେ, ବେଆଇନ ଘାଟରେ ନିୟୋଜିତ ବଡ଼ ମେଶିନକୁ ଜବତ କରାଯାଉ। ଲୁଟ୍‌ ହୋଇଥିବା ବାଲି ପରିମାଣକୁ ମାପା ଯାଇ ଜରିମାନା ଆଦାୟ, ଚୋରା ବାଲି ବ୍ୟବସାୟୀ ଓ ତାଙ୍କ ସହଯୋଗୀଙ୍କ ସମ୍ପତ୍ତି ବାଜ୍ୟାପ୍ତି ପାଇଁ ସେ ଦାବି କରିଛନ୍ତି। ବିଭିନ୍ନ ସ୍ଥାନରେ ବେଆଇନ ଘାଟ ପାଇଁ କଟାଯାଇଥିବା ଗଛ ବାବଦ କ୍ଷୟକ୍ଷତି ଆକଳନ କରିବାକୁ ମଧ୍ୟ କହିଛନ୍ତି। ସେହିପରି ସଂରକ୍ଷିତ ଜଙ୍ଗଲ ମଧ୍ୟରେ କୁମଡ଼ ଘାଟ ବେଆଇନ ଭାବେ ଚାଲିବା ଯୋଗୁ ଠେକୁଆ, ଝିଙ୍କ ଆଦି ବନ୍ୟପ୍ରାଣୀ ପ୍ରଭାବିତ ହେଉଛନ୍ତି। ବନ ବିଭାଗ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଆବଶ୍ୟକ ବୋଲି କହିଥିଲେ। ସତ୍ୟାଗ୍ରହରେ ପୂର୍ବତନ ସରପଞ୍ଚ ଗୋପାଳ ସେଠୀ, ସତ୍ୟବ୍ରତ ଜେନା, ଆଲୋକ ବେହେରା, ବିଜୟ ସାହୁ, ସୁଲି ଜେନା, ଅହଲ୍ୟା ସାହୁ, ରିତାଞ୍ଜଳି ସାହୁ, କ୍ଷୀରୋଦ ସାହୁ, ନୀଳମଣି ଜେନା, ନରହରି ଜେନାଙ୍କ ସମେତ ୩ଶହରୁ ଅଧିକ ସତ୍ୟଗ୍ରହୀ ସାମିଲ ହୋଇଥିଲେ। ଉପଜିଲାପାଳ ନୀଳମାଧବ ସୁନା ସତ୍ୟାଗ୍ରହୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ ନିଷ୍କର୍ଷ ବାହାରିପାରିନାହିଁ।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା ଟ୍ରକର ଚକା ଫାଟି ଲାଗିଗଲା ନିଆଁ, ତାପରେ…

ପଟ୍ଟାଙ୍ଗି,୩୦।୧(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଦେଇ ପଡୋଶୀ ଆନ୍ଧ୍ରକୁ ସଂଯୋଗ କରିଥିବା ୨୬ନଂ ଜାତୀୟ ରାଜପଥ ଘାଟି ରାସ୍ତାରେ ଚଳନ୍ତା ଟ୍ରକର ଚକା…

ଶେଖ ହାସିନାଙ୍କ ଭାଷଣକୁ ନେଇ ନିଆଁବାଣ ହେଲା ବାଂଲାଦେଶ, ଭାରତ ବିରୋଧରେ ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ଢାକା,୩୦।୧: ବାଂଲାଦେଶ ଚଟ୍ଟୋଗ୍ରାମର ମିରସରାଇରେ ଭାରତୀୟ ଅର୍ଥନୈତିକ କ୍ଷେତ୍ର ପ୍ରକଳ୍ପକୁ ଆନୁଷ୍ଠାନିକ ଭାବରେ ବାତିଲ କରିଛି। ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ ଅର୍ଥନୈତିକ କ୍ଷେତ୍ର…

ମଣ୍ଡିରେ ପଡ଼ିଥିବା ଧାନ ଶୀଘ୍ର ଉଠାଅ,ସିପିଆଇ ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ

ଭବାନୀପାଟଣା,୩୦।୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ମଣ୍ଡିରେ ପଡିଥିବା ଧାନକୁ ଶୀଘ୍ର ଉଠାଣ ଦାବିରେ ଗୁରୁବାର ଭବାନୀପାଟଣାରେ ଜିଲାପାଳଙ୍କ ଅଫିସ ଘେରାଉ କରିଛି ସିପିଆଇ। ଏହା…

T20 ବିଶ୍ୱକପରୁ ପାକିସ୍ତାନ ଆଉଟ…, ପାକିସ୍ତାନର ମଜା ଉଡାଇଲା ଏହି ଦେଶ

ନୂଆଦିଲ୍ଲୀ,୩୦।୧: ପାକିସ୍ତାନ ୨୦୨୬ ଟି୨୦ ବିଶ୍ୱକପ ପାଇଁ ତାର ଦଳ ଘୋଷଣା କରିଛି, କିନ୍ତୁ ପିସିବି ଅଧ୍ୟକ୍ଷଙ୍କ ପୋଷ୍ଟ ପରେ ସେମାନଙ୍କ ଅଂଶଗ୍ରହଣକୁ ନେଇ ଅନିଶ୍ଚିତତା ଜାରି…

ଦେଶର ସବୁଠାରୁ ଭଲ ପ୍ରଧାନମନ୍ତ୍ରୀ କିଏ? ମୋଦି ନା ଇନ୍ଦିରା, ଚମକାଇଲା ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୩୦।୧: ଜନତା ପ୍ରାୟତଃ ବର୍ତ୍ତମାନର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ କାର୍ଯ୍ୟକାଳର ତୁଳନା କରନ୍ତି। ଇଣ୍ଡିଆ ଟୁଡେ-ସି ଭୋଟରଙ୍କ ‘ମୁଡ ଅଫ…

୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…

ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ ।…

ଖଣ୍ଡଗିରି ମେଳାରେ ୫ଗୁଣା ପାର୍କିଂ ଫି’, ଲିଜ୍‌ଧାରୀଙ୍କୁ ସୋ’କଜ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ଖଣ୍ଡଗିରି କୁମ୍ଭମେଳାରେ ପାର୍କିଂ ଫି’ ନାମରେ ଲୋକଙ୍କୁ ଶୋଷଣ କରାଯାଉଛି। ଲିଜ୍‌ଧାରୀମାନେ ଧାର୍ଯ୍ୟ ଦରଠାରୁ ୫ଗୁଣା ଅଧିକ ନେଇ ଯାତ୍ରୀଙ୍କୁ ଲୁଟୁଛନ୍ତି। ଖଣ୍ଡଗିରି…

ସପ୍ତାହକରେ ୪ ଡିଗ୍ରୀ ବଢ଼ିଲା ତାପମାତ୍ରା, ଝାରସୁଗୁଡାରେ ସର୍ବୋଚ୍ଚ…

ଭୁବନେଶ୍ୱର, ୩୦।୧(ବନ୍ଦନା ସେଠୀ): ରାଜ୍ୟରେ ଶୀତ ପ୍ରକୋପ କମିଛି। ସର୍ବନିମ୍ନ ରାତି ତାପମାତ୍ରା ଓ ସର୍ବୋଚ୍ଚ ଦିନ ତାପମାତ୍ରାରେ କ୍ରମଶଃ ବୃଦ୍ଧି ହେବାରେ ଲାଗିଛି। ଗୁରୁବାର ଝାରସୁଗୁଡାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri