ବେଧଡ଼କ ବାଲି ଚୋରା ଚାଲାଣ

ଯାଜପୁର ସଦର,୮ା୧(ସମର ବିଜୟ ଶରଣ): ଯାଜପୁର ବ୍ଲକ୍‌ ୨୦ ନମ୍ବର ଜାତୀୟ ରାଜପଥର ଯାଜପୁର-କୁଆଖିଆକୁ ସଂଯୋଗ କରୁଥିବା ଖରସ୍ରୋତା ନଦୀର ରାଜଘାଟଠାରେ ଥିବା ସେତୁ ନିକଟରୁ ବେଧଡ଼କ ବାଲି ଉଠାଯାଇ ଚୋରା ଚାଲାଣ କରାଯାଉଛି। ଏଥିଯୋଗୁ ସେତୁ ଭୁଶୁଡ଼ିବା ଆଶଙ୍କା ଦେଖାଦେଇଛି। ଫଳରେ ଏହାକୁ ନେଇ ଅଞ୍ଚଳବାସୀ ଚିନ୍ତିତ ହୋଇ ପଡ଼ିଛନ୍ତି। ଖରସ୍ରୋତା ସେତୁଠାରୁ ମାତ୍ର ୫୦ ମିଟର ଉପରକୁ ମାଫିଆମାନେ ଦୈନିକ ଶହଶହ ହାଇୱା ଯୋଗେ ବାଲି ଉଠାଇ ଚୋରାରେ ଜିଲା ଓ ରାଜ୍ୟ ବାହାରକୁ ଚାଲାଣ କରୁଛନ୍ତି। ସେତୁର ଅତି ନିକଟରୁ ବାଲି ଖନନ ଫଳରେ ସେତୁ ପ୍ରତି ବିପଦ ଦେଖାଦେଇଛି।
ଏହି ରାସ୍ତାଦେଇ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଓ ଜିଲାପାଳଙ୍କ ସମେତ ଅନ୍ୟ ଅଧିକାରୀ ଯାତାୟାତ କରୁଥିଲେ ମଧ୍ୟ ଏଥିପ୍ରତି କେହି ଧ୍ୟାନ ଦେଉନାହାନ୍ତି। ମାଫିଆ ଗାଡ଼ି ନମ୍ବର ପ୍ଲେଟ୍‌ ଖୋଲି ନିର୍ଭୟରେ ବାଲିଚାଲାଣ କରୁଛନ୍ତି। ଏଥିପ୍ରତି ପୋଲିସ ଓ ପରିବହନ ବିଭାଗ ମଧ୍ୟ ଆଖିବୁଜି ଦେଇଛି। କିଛି ଦିନ ପୂର୍ବେ ସାଧାରଣ ଲୋକଙ୍କ ଅଭିଯୋଗକ୍ରମେ ଖଣି ବିଭାଗ ପକ୍ଷରୁ ଏଠାରେ ଚଢ଼ାଉ କରାଯାଇଥିଲା। ଏହାଦେଖି ମାଫିଆମାନେ ଦୌଡ଼ି ପଳାଇଥିଲେ। ଖଣି ବିଭାଗ ଅଧିକାରୀ ୩ ବାଲି ବୋଝେଇ ହାଇୱାକୁ ଜବତ କରି ସଦର ଥାନାରେ ଜିମା ଦେଇଥିଲେ। ଏହାପରେ ଆଉ ଚଢ଼ାଉ ହେଉନାହିଁ। ଫଳରେ ଘଟଣାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଜିଲା ପ୍ରଶାସନ ତୁରନ୍ତ ଏଇ ବାଲିଘାଟକୁ ବେଆଇନ ଘୋଷଣା କରିବା ସହିତ ପୋଲକୁ ସୁରକ୍ଷିତ ରଖିବାକୁ ଅଞ୍ଚଳର ବୁଦ୍ଧିଜୀବୀ ଦାବି କରିଛନ୍ତି। କିଛି ବର୍ଷ ପୂର୍ବେ ବେଆଇନ ବାଲି ଉଠାଣ ଯୋଗୁ ଯାଜପୁର ଜିଲାର ରୁଢିଆ ନିକଟ ସେତୁ ଭୁଶୁଡ଼ି ପଡ଼ିଥିଲା। ଫଳରେ ଯାଜପୁର-ଷଠିପୁର ରାସ୍ତାରେ ଯାତାୟାତ ବିଚ୍ଛିନ୍ନ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri