ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ହାତ ବାନ୍ଧି ବସିଛନ୍ତି ବୋଲି କଟାପାଲି ଏବଂ ବରଗାଁ ଗ୍ରାମର ଲୋକେ ଅଭିଯୋଗ କରିଛନ୍ତି। ଏଭଳି ଅଭିଯୋଗ ନେଇ ଅଞ୍ଚଳର ଯୁବକମାନେ ଗୁରୁବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇଥିଲେ। ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରି ମାଟି ଚୋରାଚାଲାଣ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେମାନେ ଦାବି କରିଛନ୍ତି।

ସୂଚନା ଅନୁଯାୟୀ, କଟାପାଲି, ବରଗାଁ ଅଞ୍ଚଳରେ ଭୂମିହୀନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଜମି ରହିଛି। ସେହି ଜମି ଉପରେ କିଛି ମାଟି ମାଫିଆଙ୍କ ଲୋଳୁପଦୃଷ୍ଟି ପଡ଼ିଥିବା ଅଭିଯୋଗ ହୋଇଛି। ଜେସିବି ଏବଂ ଅନ୍ୟ ମେଶିନ ଦ୍ୱାରା ସେହି ଜମିରୁ ମାଟି ଖୋଲି ହାଇୱା, ଟ୍ରାକ୍ଟର ଯୋଗେ ରାତାରାତି ତାହା ଚୋରାଚାଲାଣ କରାଯାଉଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। କେବଳ ସେତିକି ନୁହେଁ, ଏଭଳି ବେଆଇନ ମାଟି ଖନନ ଏବଂ ଚାଲାଣକୁ ବିରୋଧ କଲେ ସେମାନଙ୍କୁ ନାନା ଧମକଚମକ୍‌ ଦିଆଯାଉଛି ବୋଲି ଅଞ୍ଚଳର ଯୁବକମାନେ ଜିଲାପାଳଙ୍କଠାରେ ଅଭିଯୋଗ କରିଛନ୍ତି। ତେବେ ବରଗଡ଼ ସହରକୁ ସଂଯୋଗ କରୁଥିବା କଟାପାଲି-ବରଗାଁ ରାସ୍ତାରେ ଏଭଳି ମାଟି ଚୋରାଚାଲାଣ ହେଉଥିବାବେଳେ ଉକ୍ତ ରାସ୍ତାପାର୍ଶ୍ୱ ବ୍ରହ୍ମଚାରୀରେ ଖଣି ଅଧିକାରୀଙ୍କ କାର୍ଯ୍ୟାଳୟ ରହିଛି।

ଖଣି ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ମାଟି ଚୋରାଚାଲାଣ ହେଉଥିବାବେଳେ ବିଭାଗୀୟ ଅଧିକାରୀ ସେଥିପ୍ରତି ଆଖି ବୁଜି ଦେଇଛନ୍ତି ବୋଲି ଦାବିପତ୍ରରେ ଉଲ୍ଲେଖ ରହିଛି। ଗତ ୧୫ତାରିଖ ରାତି ପ୍ରାୟ ୧୦ଟା ସମୟରେ ହାଇୱା ଯୋଗେ ଏଭଳି ମାଟି ଚାଲାଣ ହେଉଥିଲା। ମାତ୍ର ବିଭାଗୀୟ ଖଣି ଅଧିକାରୀ ଏବଂ ପୋଲିସକୁ ଖବର ଦେବା ସତ୍ତ୍ୱେ କିଛି କାର୍ଯ୍ୟାନୁଷ୍ଠାନ ନିଆଯାଇ ନଥିଲା ବୋଲି ଅଭିଯୋଗ ହୋଇଛି।

ଏଭଳି ମାଟି ଚୋରାଚାଲାଣ ଯୋଗୁଁ ସରକାରଙ୍କ ରାଜସ୍ବହାନୀ ହେଉଥିବାବେଳେ ଭୂମିହୀନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଜମି ମ୍ଯଯ ପ୍ରଭାବିତ ହେଉଛି। ସେହିପରି ରାତିରେ ଅନେକ ହାଇୱା, ଟ୍ରାକ୍ଟର ଯୋଗେ ମାଟି ଚୋରାଚାଲାଣ ଯୋଗୁ ଅଞ୍ଚଳର ରାସ୍ତାଘାଟ, ବ୍ରିଜ କ୍ଷତିଗ୍ରସ୍ତ ହେଉଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରି ଏ ଦିଗରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି କରିଛନ୍ତି। ବରଗାଁ ସରପଞ୍ଚ କେଶବ ସେଠ, କଟାପାଲି ସରପଞ୍ଚ ରମେଶ ସାହୁ, ସମିତିସଭ୍ୟ ଦିପକ କୁମାର ବିଶ୍ୱାଳ, ଟିକୁ ବେହେରା ପ୍ରମୁଖଙ୍କ ସ୍ବାକ୍ଷର ଦାବିପତ୍ରରେ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?