ଋଷିକୂଲ୍ୟାରେ ଘାଇ: ୩୦ ଏକର ଜମିରେ ମାଡ଼ିଗଲା ବାଲି

ଧରାକୋଟ,୩।୧୦: ଲଘୁଚାପ ପ୍ରଭାରେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଜୀବନ ରେଖା ଋଷିକୁଲ୍ୟା ନଦୀରେ ବନ୍ୟା ଜଳ ବଢୁଛି। ଗୁରୁବାର ବିଳମ୍ବିତ ରାତିରେ ଜଳସ୍ତର ବଢିବା ଫଳରେ ନଦୀକୂଳିଆବାସୀ ଆତଙ୍କିତ ହୋଇପଡିଛନ୍ତି।

ଏପରିକି ଋଷିକୁଲ୍ୟା ନଦୀରେ ଏକ ଘାଇ ସୃଷ୍ଟି ହୋଇ ବାଲି ମାଡିଯିବାରୁ ହଜାର ହଜାର ହେକ୍ଟର ଚାଷ ଜମିରେ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଚାଷୀ କ୍ଷତିପୂରଣ ଦାବି କରି ତହସିଲଦାର ଓ ଥାନା ଅଧିକାରୀଙ୍କୁ ଘେରି ରହିଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଏପରିକି ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇ ପଡିଛି ଗଞ୍ଜାମ ଜିଲା। ବର୍ଷା ସ୍ଥିତିକୁ ଅଧିକ ବିଗାଡିଛି ଉପର ମୁଣ୍ଡରରେ ହୋଇଥିବା ଲଗାଣ ବର୍ଷା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଫଳରେ ଗୁରୁବାର ରାତି ପ୍ରାୟ ୧ଟାରେ ହଠାତ୍‌ ଋଷିକୁଲ୍ୟା ନଦୀରେ ଜଳସ୍ତର ବଢିଥିଲା। ଏହାର ପ୍ରଭାବରେ ନୂଆଗଡ଼, ବ୍ରହ୍ମଣଦେଇ ଆଦି ଗ୍ରାମଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଉପରେ ବନ୍ୟା ଜଳ ପ୍ରବାହିତ ହୋଇଥିଲା। ସେହିପରି ସିଙ୍ଗିପୁର, ଧବଳେଶ୍ୱର ଓ କୁସପଡା ଗ୍ରାମରେ ପାଣି ପଶିଯାଇଛି।

କୁଷପଡ଼ା ନିକଟରେ ଋଷିକୁଲ୍ୟା ନଦୀର ହୀଡ଼ ଭାଙ୍ଗି ଯିବା ଫଳରେ ବନ୍ୟା ଜଳ ପଶି ଗ୍ରାମର ଚାଷୀଙ୍କ ପ୍ରାୟ ୩୦ ଏକର ଜମିରେ ବାଲି ମାଡ଼ିଯାଇ ଫସଲ ନଷ୍ଟ ହୋଇଛି। ଏହା ସହ ଧାନ ଓ ଅନ୍ୟାନ୍ୟ ପରିବା ଚାଷରେ ମଧ୍ୟ ନଦୀ ପାଣି ପଶି ବ୍ୟାପକ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି।

ପ୍ରକାଶ ଯୋଗ୍ୟ, ଗତ ବର୍ଷ ଭଞ୍ଜନଗର ଜଳସେଚନ ବିଭାଗ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ବରଡବିଲି, କହିରା ପଲ୍ଲୀ, କୁଷପଡ଼ା ସମେତ ଜାନି ବିଲ୍ଲି ଆନିକଟ ପର୍ଯ୍ୟନ୍ତ ନୂତନ ନଦୀହିଡ ନିର୍ମାଣ କରାଯାଇଥିଲା। ହେଲେ ଜାହାଡା ବାଲି ଲିଜ ନେଇଥିବା ଲିଜଧାରୀ ବେଆଇନ ଭାବେ କୁଶପଡା ଗ୍ରାମ ନିକଟରୁ ନଦୀ ବନ୍ଧକୁ କାଟି ବାଲି ଚାଲାଣ ହେଉଥିବାରୁ ଏହି ରାସ୍ତାଦେଇ ବନ୍ୟା ଜଳ ଧାନ ଏବଂ ବିଭିନ୍ନ ପରିବା କ୍ଷେତରେ ପ୍ରବେଶ କରି ବାଲି ମାଡ଼ି ଯାଇଥିବା କୁଶପଡା ଗ୍ରାମବାସୀ କହିଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା।

ଘଟଣା ସମ୍ପର୍କରେ ତହସିଲଦାର ଲମ୍ବୋଦର ମାରାଣ୍ଡିଙ୍କୁ ପଚାରିବାରୁ କ୍ଷୟକ୍ଷତିର ଆକଳନ କରାଯାଇ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସରକାରୀ ନିୟମ ଅନୁସାରେ ସହାୟତା ଯୋଗାଇ ଦିଆଯିବ। ଏପରିକି ଜଳ ସେଚନ ବିଭାଗ ପକ୍ଷରୁ ଖୁବ ଶୀଘ୍ର ହିଡ଼ ନିର୍ମାଣ କରାଯିବ ବୋଲି ପ୍ରକାଶ କରିଛନ୍ତି ।

ଏହାକୁ ନେଇ ଗ୍ରାମରେ ଉତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା, ଘଟଣାସ୍ଥଳରେ ଧରାକୋଟ ଥାନାଅଧିକାରୀ ଚନ୍ଦ୍ରିକା ସ୍ବାଇଁ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ମଧ୍ୟାହ୍ନରେ ଗଞ୍ଜାମ ଜିଲାପାଳ ଭି କିର୍ତ୍ତିଭାସନ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଜଳସେଚନ ବିଭାଗ ଅଧିକାରୀ ମରାମତି କାର୍ଯ୍ୟକୁ ତ୍ୱରାନ୍ବିତ କରିଥିବା ବେଳେ ଗ୍ରାମବାସୀଙ୍କ ଏକା ଜିଦ୍‌ କ୍ଷୟକ୍ଷତି ଆକଳନ କରି ତୁରନ୍ତ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

WPL: ଫାଇନାଲରେ ପହଞ୍ଚିଲା ଆର୍‌ସିବି

ଭଦୋଦରା,୨୯ା୧- ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ରେ ଗୁରୁବାର ଖେଳାଯାଇଥିବା ଲିଗ୍‌ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ଅତି ସହଜରେ ୮ ଉଇକେଟରେ ୟୁପି ଓ୍ବାରିଅର୍ସକୁ…

ବିବାହର ପ୍ରଲୋଭନ ଦେଖାଇ ସମ୍ପର୍କ: ଯୁବତୀ ଏବେ ୪ ମାସର ଗର୍ଭବତୀ

ଜୟପୁର, ୨୯।୧(ପବନ ପାଣିଗ୍ରାହୀ): ଯୁବତୀଙ୍କୁ ବିବାହର ପ୍ରଲୋଭନ ଦେଖାଇ ତାଙ୍କୁ ଗର୍ଭବତୀ ଓ ପରେ ପ୍ରତାରଣା କରିବା ଅଭିଯୋଗରେ ଜୟପୁର ମହିଳା ପୋଲିସ ଜଣେ ଯୁବକଙ୍କୁ ଗିରଫ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ମୋରମ ପାଇଁ ପାହାଡ଼ କାଟିଦେଲା ପୂର୍ତ୍ତ ବିଭାଗ, ବାରିଝୋଲା ଗ୍ରାମବାସୀ…

ରାୟଗଡ଼ା,୨୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ ଅନ୍ତର୍ଗତ ବାରିଝୋଲା ଗ୍ରାମସ୍ଥିତ ପଦ୍ମାବତୀ ହରିକୁପା ପାହାଡ଼ରୁ ଚାଲିଛି ମୋରମ ଖନନ। ତେବେ ମୋରମ ଖନନ ଯୋଗୁ…

ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଟଳିପଡ଼ିଲେ ଭକ୍ତ: ମହାପ୍ରଭୁଙ୍କ ଦର୍ଶନ ହେଲା…

ପୁରୀ,୨୯ା୧(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପରିକ୍ରମା ମାର୍ଗରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ଜଣେ ଭକ୍ତଙ୍କର ଉତ୍ତରଦ୍ୱାର ନିକଟ ପରିକ୍ରମା…

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ପୂର୍ବତନ ବହୁମୁଖୀ ସ୍ବାସ୍ଥ୍ୟ ପରିଦର୍ଶକଙ୍କୁ ୨ବର୍ଷ ଜେଲ

ସୁନ୍ଦରଗଡ,୨୯ା୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ର ଭିଜିଲାନ୍ସ କୋର୍ଟ ଗୁରୁବାର ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛି। ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ଜଜ୍‌ ଲାଞ୍ଚ ମାମଲାର ଶୁଣାଣି…

ଜିଲାସ୍ତରୀୟ କବାଡ଼ି: ଅନାମିକା କ୍ଲବ ଚାମ୍ପିୟନ

ସମ୍ବଲପୁର,୨୯ା୧(ବି.ଶଙ୍କର): ପ୍ରଗତୀ ସାମାଜିକ ଅନୁଷ୍ଠାନ ଆୟୋଜିତ ଜିଲାସ୍ତରୀୟ କବାଡି ପ୍ରତିଯୋଗିତା ଚେରୁଆପଡା ଫାର୍ମରୋଡଠାରେ ଉଦ୍‌ଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ଅନାମିକା କ୍ଲବ ଏବଂ ପାଟଣେଶ୍ୱରୀ(କ) ଦଳ ମଧ୍ୟରେ…

ବନ ବିଭାଗ ଜାଲରେ ଚୋର: ଚୋରି କରୁଥିବା ବେଳେ ୪ ଜଣଙ୍କୁ କାବୁ କଲେ…

ଥୁଆମୂଳ ରାମପୁର, ୨୯।୧ (ଦୁର୍ଗା କୀର୍ତ୍ତି): ସରକାରୀ ପ୍ରକଳ୍ପରୁ ସାମଗ୍ରୀ ଚୋରି କରିବା ଚୋରଙ୍କୁ ମହଙ୍ଗା ପଡ଼ିଛି। ଗୋପାଳପୁର ପଞ୍ଚାୟତ ସ୍ଥିତ ପାଟଜୋର ଡଙ୍ଗର ବନୀକରଣ ପ୍ରକଳ୍ପରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri