ଋଷିକୂଲ୍ୟାରେ ଘାଇ: ୩୦ ଏକର ଜମିରେ ମାଡ଼ିଗଲା ବାଲି

ଧରାକୋଟ,୩।୧୦: ଲଘୁଚାପ ପ୍ରଭାରେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗଞ୍ଜାମ ଜିଲାର ଜୀବନ ରେଖା ଋଷିକୁଲ୍ୟା ନଦୀରେ ବନ୍ୟା ଜଳ ବଢୁଛି। ଗୁରୁବାର ବିଳମ୍ବିତ ରାତିରେ ଜଳସ୍ତର ବଢିବା ଫଳରେ ନଦୀକୂଳିଆବାସୀ ଆତଙ୍କିତ ହୋଇପଡିଛନ୍ତି।

ଏପରିକି ଋଷିକୁଲ୍ୟା ନଦୀରେ ଏକ ଘାଇ ସୃଷ୍ଟି ହୋଇ ବାଲି ମାଡିଯିବାରୁ ହଜାର ହଜାର ହେକ୍ଟର ଚାଷ ଜମିରେ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଚାଷୀ କ୍ଷତିପୂରଣ ଦାବି କରି ତହସିଲଦାର ଓ ଥାନା ଅଧିକାରୀଙ୍କୁ ଘେରି ରହିଥିଲେ। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା।

ଏପରିକି ଦୁଇ ଦିନର ଲଗାଣ ବର୍ଷାରେ ବେହାଲ ହୋଇ ପଡିଛି ଗଞ୍ଜାମ ଜିଲା। ବର୍ଷା ସ୍ଥିତିକୁ ଅଧିକ ବିଗାଡିଛି ଉପର ମୁଣ୍ଡରରେ ହୋଇଥିବା ଲଗାଣ ବର୍ଷା। ଉପର ମୁଣ୍ଡରେ ପ୍ରବଳ ବର୍ଷା ଫଳରେ ଗୁରୁବାର ରାତି ପ୍ରାୟ ୧ଟାରେ ହଠାତ୍‌ ଋଷିକୁଲ୍ୟା ନଦୀରେ ଜଳସ୍ତର ବଢିଥିଲା। ଏହାର ପ୍ରଭାବରେ ନୂଆଗଡ଼, ବ୍ରହ୍ମଣଦେଇ ଆଦି ଗ୍ରାମଦେଇ ଯାଇଥିବା ୫୯ ନମ୍ବର ଜାତୀୟ ରାଜପଥ ଉପରେ ବନ୍ୟା ଜଳ ପ୍ରବାହିତ ହୋଇଥିଲା। ସେହିପରି ସିଙ୍ଗିପୁର, ଧବଳେଶ୍ୱର ଓ କୁସପଡା ଗ୍ରାମରେ ପାଣି ପଶିଯାଇଛି।

କୁଷପଡ଼ା ନିକଟରେ ଋଷିକୁଲ୍ୟା ନଦୀର ହୀଡ଼ ଭାଙ୍ଗି ଯିବା ଫଳରେ ବନ୍ୟା ଜଳ ପଶି ଗ୍ରାମର ଚାଷୀଙ୍କ ପ୍ରାୟ ୩୦ ଏକର ଜମିରେ ବାଲି ମାଡ଼ିଯାଇ ଫସଲ ନଷ୍ଟ ହୋଇଛି। ଏହା ସହ ଧାନ ଓ ଅନ୍ୟାନ୍ୟ ପରିବା ଚାଷରେ ମଧ୍ୟ ନଦୀ ପାଣି ପଶି ବ୍ୟାପକ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି।

ପ୍ରକାଶ ଯୋଗ୍ୟ, ଗତ ବର୍ଷ ଭଞ୍ଜନଗର ଜଳସେଚନ ବିଭାଗ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ବରଡବିଲି, କହିରା ପଲ୍ଲୀ, କୁଷପଡ଼ା ସମେତ ଜାନି ବିଲ୍ଲି ଆନିକଟ ପର୍ଯ୍ୟନ୍ତ ନୂତନ ନଦୀହିଡ ନିର୍ମାଣ କରାଯାଇଥିଲା। ହେଲେ ଜାହାଡା ବାଲି ଲିଜ ନେଇଥିବା ଲିଜଧାରୀ ବେଆଇନ ଭାବେ କୁଶପଡା ଗ୍ରାମ ନିକଟରୁ ନଦୀ ବନ୍ଧକୁ କାଟି ବାଲି ଚାଲାଣ ହେଉଥିବାରୁ ଏହି ରାସ୍ତାଦେଇ ବନ୍ୟା ଜଳ ଧାନ ଏବଂ ବିଭିନ୍ନ ପରିବା କ୍ଷେତରେ ପ୍ରବେଶ କରି ବାଲି ମାଡ଼ି ଯାଇଥିବା କୁଶପଡା ଗ୍ରାମବାସୀ କହିଛନ୍ତି। ଏହି ଘଟଣାକୁ ନେଇ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା।

ଘଟଣା ସମ୍ପର୍କରେ ତହସିଲଦାର ଲମ୍ବୋଦର ମାରାଣ୍ଡିଙ୍କୁ ପଚାରିବାରୁ କ୍ଷୟକ୍ଷତିର ଆକଳନ କରାଯାଇ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ସରକାରୀ ନିୟମ ଅନୁସାରେ ସହାୟତା ଯୋଗାଇ ଦିଆଯିବ। ଏପରିକି ଜଳ ସେଚନ ବିଭାଗ ପକ୍ଷରୁ ଖୁବ ଶୀଘ୍ର ହିଡ଼ ନିର୍ମାଣ କରାଯିବ ବୋଲି ପ୍ରକାଶ କରିଛନ୍ତି ।

ଏହାକୁ ନେଇ ଗ୍ରାମରେ ଉତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା, ଘଟଣାସ୍ଥଳରେ ଧରାକୋଟ ଥାନାଅଧିକାରୀ ଚନ୍ଦ୍ରିକା ସ୍ବାଇଁ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ମଧ୍ୟାହ୍ନରେ ଗଞ୍ଜାମ ଜିଲାପାଳ ଭି କିର୍ତ୍ତିଭାସନ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନେବାକୁ ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଜଳସେଚନ ବିଭାଗ ଅଧିକାରୀ ମରାମତି କାର୍ଯ୍ୟକୁ ତ୍ୱରାନ୍ବିତ କରିଥିବା ବେଳେ ଗ୍ରାମବାସୀଙ୍କ ଏକା ଜିଦ୍‌ କ୍ଷୟକ୍ଷତି ଆକଳନ କରି ତୁରନ୍ତ ସହାୟତା ଯୋଗାଇ ଦେବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ବିଜୟର ସପ୍ତାହ ପରେ ୧୨ କୋଟିର ଫେରାରି କାର କିଣିଲେ ହାର୍ଦ୍ଦିକ

ମୁମ୍ୱାଇ,୧୬ା୩: ଟି୨୦ ବିଶ୍ୱକପ୍‌ ଜିତିବାର ଏକ ସପ୍ତାହ ପରେ ଷ୍ଟାର୍‌ ଅଲ୍‌ରାଉଣ୍ଡର ହାର୍ଦ୍ଦିକ୍‌ ପାଣ୍ଡ୍ୟା ଏକ ନୂଆ ଫେରାରି ୧୨ ସିଲିଣ୍ଡ୍ରି କାର୍‌ କିଣିଛନ୍ତି। ଏହି ସୁପର…

ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଧର୍ମଶାଳା,୧୬ା୩(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଆଉଟ୍‌ସୋର୍ସିଂ କର୍ମଚାରୀମାନେ ଅଢ଼େଇ ଘଣ୍ଟା କାର୍ଯ୍ୟବନ୍ଦ କରି ଆନ୍ଦୋଳନରେ ବସିଛନ୍ତି। ସେମାନଙ୍କ ବିଭିନ୍ନ ସମସ୍ୟା ରହିଥିବା…

CPET ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି,  ଆବେଦନର ସମୟ ସୀମା…

ଭୁବନେଶ୍ବର,୧୬ା୩: Common PG Entrance Test (CPET) ପରୀକ୍ଷା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆବେଦନର ସମୟସୀମାକୁ ବୃଦ୍ଧି କରାଯାଇଛି ।…

ଉପାସନାଙ୍କ ଭୋଟ୍‌ ନେଇ ରାଗିଗଲେ ନବୀନ, ଅଭିଯୋଗ ଆଣି କହିଲେ…

ଭୁବନେଶ୍ୱର,୧୬ା୩: ସୋମବାର ରାଜ୍ୟ ସଭା ଆସନ ଲାଗି ମତଦାନ ଚାଲିଛି। ଏହି ସମୟରେ ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍‌କୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଧିକ ଚା’ ପିଉଛନ୍ତି କି, ହୋଇପାରେ…

ଚା’ ଓ କଫି ଅମ୍ଳୀୟ। ତେଣୁ ଖାଲି ପେଟରେ ଏହାକୁ ପିଇଲେ ଅମ୍ଳ ବୃଦ୍ଧି ପାଇଥାଏ। ସକାଳେ ପାକସ୍ଥଳୀ ଭିତରେ କୌଣସି ଖାଦ୍ୟ ନ ଥାଏ। ବିଶେଷକରି…

ବ୍ଲକ୍‌ରେ ନାହିଁ ଶିଶୁଉଦ୍ୟାନ, ଖେଳପଡ଼ିଆ, ପଠାଗାର ଶିଶୁ, ଯୁବଗୋଷ୍ଠୀଙ୍କ ମାନସିକ ଓ ଶାରିରୀକ ବିକାଶରେ ବାଧା

ନନ୍ଦପୁର,୧୬ା୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକର ୨୩ ପଞ୍ଚାୟତବାସୀ, ଶିଶୁ, କିଶୋର, ମହିଳା, ଯୁବଗୋଷ୍ଠୀ ଓ ବୃଦ୍ଧାବୃଦ୍ଧଙ୍କ ପାଇଁ କୌଣସି ଚିତ୍ତ ବିନୋଦନର…

ଗୋଟିଏ ରାତିରେ ଏକାଧିକ ଚୋରି, ପୋଲିସର ତନାଘନା

ନନ୍ଦପୁର,୧୬ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଥାନାରେ ରବିବାର ରାତ୍ରରେ ଥାନା ଅଧୀନ ଗୁଣ୍ଠାପୁଟ, ପିତାଗୁଡ଼ା, ସୁବାଇ ଗ୍ରାମରୁ ଏକାଧିକ ଚୋରି ଘଟଣାର ଅଭିଯୋଗ ହୋଇଛି।…

ଶେଷ ହେଲା ଯୁଦ୍ଧ! ପ୍ରଥମଥର ପାଇଁ ଇରାନ ନେଇଛି ଏହି ପ୍ରମୁଖ ପଦକ୍ଷେପ… ଅକାମୀ ହୋଇଗଲାଣି ଇସ୍ରାଏଲର ପ୍ରତିରକ୍ଷା ବ୍ୟବସ୍ଥା…

ଜେରୁଜେଲମ,୧୬।୩: ଇରାନ-ଇସ୍ରାଏଲ ବିବାଦ ଆରମ୍ଭ ହେବାର ୧୫ ଦିନରୁ ଅଧିକ ସମୟ ବିତିଗଲାଣି। ଏହା ମଧ୍ୟରେ, ରିପୋର୍ଟ ଆସିଛି ଯେ ଇରାନର IRGC (ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri