ବଢ଼ି ଚାଲିଛି ବାଲି ଚୋରି

କେନ୍ଦୁଝର, ୯।୨ (ସ୍ବ.ପ୍ର.)  କେନ୍ଦୁଝର ଜିଲାର ବିଭିନ୍ନ ନଦୀନାଳରୁ ବିନା ଲିଜ୍‌ରେ ବାଲି ଚୋରି ବଢ଼ି ଚାଲିଛି। ଫଳରେ ସରକାରଙ୍କ କୋଟି କୋଟି ଟଙ୍କାର ରାଜସ୍ବ, ପରିବେଶ କ୍ଷତି ହେଉଥିଲେ ହେଁ ରୋକିବା ଲାଗି କାହାରି ଆନ୍ତରିକତା ନାହିଁ। ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତେ ବ୍ୟସ୍ତ ଥିବାବେଳେ ଏହାର ସୁଯୋଗ ନେଇ ମାଫିଆମାନେ ବାଲି ଉତ୍ତୋଳନ କରି ନଦୀ ନିକଟ ତଥା ବିଭିନ୍ନ ସ୍ଥାନରେ ଗଚ୍ଛିତ ରଖି ଚୋରା ଚାଲାଣ କରୁଥିବା ଅଭିଯୋଗ ହେଉଛି। ପାଟଣା ତହସିଲ ଅନ୍ତର୍ଗତ କିଆପଡ଼ା ଓ ଅନ୍ୟାନ୍ୟ ଅଞ୍ଚଳରୁ ବୈତରଣୀ ନଦୀରୁ ବାଲି ଚୋରି ନେଇ ଅଭିଯୋଗ ହେଉଛି। ମାଫିଆମାନେ ବିଭିନ୍ନ ଉପାୟରେ ଏହି ଚୋରା କାରବାର ଜାରି ରଖିଥିବା ବେଳେ ରାଜସ୍ବ ଓ ପୋଲିସ ବିଭାଗର କେତେକ ଦୁର୍ନୀତିଗ୍ରସ୍ତ କର୍ମଚାରୀଙ୍କ ପ୍ରୋତ୍ସାହନରେ ଏସବୁ ଚାଲିଥିବାରୁ ଧରପଗଡ଼ ହେଉ ନ ଥିବା ସ୍ଥାନୀୟ ଲୋକେ କହିଛନ୍ତି। ଏହି ତହସିଲ ଅନ୍ତର୍ଗତ ବୈତରଣୀ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ଚାଲାଣ ନେଇ ପ୍ରଶାସନ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠନ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ବଢୁଛି। ସରକାରଙ୍କ ଲକ୍ଷ ଲକ୍ଷ ଟଙ୍କାର ରାଜସ୍ବ କ୍ଷତି ହେଉଥିବା ବେଳେ ନଦୀ ମଧ୍ୟ ଅସୁରକ୍ଷିତ ହୋଇପଡୁଛି। ସେହିପରି ବହୁ ସଂଖ୍ୟାରେ ଭାରିଯାନ ଚଳାଚଳ ଯୋଗୁ ରାସ୍ତାଘାଟ କ୍ଷତିଗ୍ରସ୍ତ ହେବା ସହ ପ୍ରଦୂଷଣ ବଢୁଛି।
ଟ୍ରିପ୍‌ର ବାଲି ନଦୀ କୂଳରେ ଏବଂ ଆଖପାଖ ଗ୍ରାମରେ ଗଚ୍ଛିତ ରଖାଯାଇଥିବାରୁ ଚଢ଼ାଉ କରି ମାଫିଆମାନଙ୍କୁ ଧରିବା ପାଇଁ ଦାବି ହେଉଛି। ବଡ଼ ବଡ଼ ଟ୍ରକ୍‌ରେ ବାଲି ପରିବହନ ବେଳେ ଧୂଳି ଉଡ଼ି ପ୍ରଦୂଷଣ ସୃଷ୍ଟି ହେବା ସହ ଟ୍ରାଫିକ ସମସ୍ୟା ଦୁର୍ଘଟଣାର କାରଣ ହେଉଛି। ଏନେଇ ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ପୋଲିସ ଧରପଗଡ଼ କରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ଏହାଦ୍ୱାରା ସରକାରଙ୍କ ରାଜସ୍ବ ହାନି ଘଟିବା ସହ ପରିବେଶ କ୍ଷତିଗ୍ରସ୍ତ, ନଦୀ ଓ ଏହା ଆଖପାଖ ଗ୍ରାମ ପ୍ରତି ବିପଦ ଆଶଙ୍କା ରହୁଛି। ପ୍ରଶାସନ ତୁରନ୍ତ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି। ଏ ସମ୍ପର୍କରେ ଜିଲାପାଳ ଆଶିଷ ଠାକରେଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

କୋଳିମାଟି ନିକଟରେ ସିରିଜ ଦୁର୍ଘଟଣା: ତାରିଣୀ ଦର୍ଶନ ସାରି ଫେରୁଥିବା ବସ୍‌- କାର୍‌କୁ ପିଟିଲା ଟ୍ରକ, ୩୦ ଯାତ୍ରୀ…

ଆନନ୍ଦପୁର,୧୮।୧୨(ସୁଶାନ୍ତ କୁମାର ସାହୁ):ଜାତୀୟ ରାଜପଥ ୨୦ କୋଳିମାଟି ଛକ ନିକଟରେ ସିରିଜ ଦୁର୍ଘଟଣା। ଘଟଗାଁ ତାରିଣୀ ଦର୍ଶନ ସାରି ଫେରୁଥିବା ତୀର୍ଥ ଯାତ୍ରୀ ବସକୁ ଧକ୍କା...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri