ହୋଟେଲ୍‌ରେ ଚଢ଼ାଉ: ୧୧.୧୬୫ କିଲୋଗ୍ରାମ ଚନ୍ଦନକାଠ ଜବତ, ଜଣେ ଗିରଫ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପକ୍ଷରୁ ଶନିବାର ଦିନ ଏକ ବଡ଼ଧରଣର ଚଢ଼ାଉ କରାଯାଇ ଧଳା ଚନ୍ଦନ କାଠ ଚୋରା ଚାଲାଣ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ବନ ବିଭାଗ ପକ୍ଷରୁ ଏନେଇ ମାମଲା ରୁଜୁ କରାଯାଇଛି।

ବନ ବିଭାଗର ସୂଚନା ଅନୁଯାୟୀ, ଗିରଫ ବ୍ୟକ୍ତିଜଣକ ହେଲେ କେନ୍ଦ୍ରାପଡ଼ା ଜିଲା କେନ୍ଦ୍ରାପଡ଼ା ଥାନା ଅନ୍ତର୍ଗତ ମଧୁକରେପୁର ଗ୍ରାମର ସୟଦ ଫିରୋଜ ଅଲି। ବନ ବିଭାଗର ଏକ ସ୍ୱତନ୍ତ୍ର ସ୍କ୍ୱାର୍ଡ ଗତକାଲି କେନ୍ଦୁଝର ସହରର କରଞ୍ଜିଆ ବସ୍‌ଷ୍ଟାଣ୍ଡ ନିକଟସ୍ଥ ପାପାଲି ହୋଟେଲ୍‌ରେ ଚଢ଼ାଉ କରି ତାଙ୍କୁ କାବୁ କରିଥିଲା। ତାଙ୍କ ନିକଟରୁ ମୋଟ ୧୧.୧୬୫ କିଲୋଗ୍ରାମ ଓଜନର ଧଳା ଚନ୍ଦନ କାଠ ଜବତ କରାଯାଇଛି, ଯାହାର ବଜାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଜଣାପଡ଼ିଛି।

ଏହି ଘଟଣାକୁ ନେଇ ବନ ବିଭାଗ ପକ୍ଷରୁ OR Case No. 13K/2026-27 ରେ ଏକ ମାମଲା ରୁଜୁ କରାଯାଇଛି। ବେଆଇନ୍ ଭାବେ ଚନ୍ଦନ କାଠ ନିଜ ପାଖରେ ରଖିବା ଏବଂ ପରିବହନ ଅଭିଯୋଗରେ ଅଭିଯୁକ୍ତଙ୍କୁ କୋର୍ଟକୁ ପଠାଯାଇଛି। ତେବେ ଏହି ଚୋରା ଚାଲାଣ କାରବାରରେ ଅନ୍ୟ କାହାରି ସମ୍ପୃକ୍ତି ଅଛି କି ନାହିଁ, ସେନେଇ ବନ ବିଭାଗ ଅଧିକ ତଦନ୍ତ ଜାରି ରଖିଛି। ପ୍ରାଥମିକ ତଦନ୍ତରୁ ଅଭିଯୁକ୍ତଙ୍କର ମୟୂରଭଞ୍ଜ ଜିଲା ଚଢ଼େଇଭୁଡ଼ ଅଞ୍ଚଳରେ ଲିଙ୍କ୍ ଥିବା ନେଇ ବନ ବିଭାଗ ସନ୍ଦେହ କରୁଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଟଣା ହେଲା ରଥ, ସହସ୍ରାଧିକ ଭକ୍ତଙ୍କ ସମାଗମ

ଦିଗପହଣ୍ଡି,୨୫ା୭(ଅଶେଷ ନାଥ ମିଶ୍ର): ପୂର୍ବ ପ୍ରଚଳିତ ପରମ୍ପରା ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିରେ ବାହୁଡ଼ା ଯାତ୍ରାର ଦିନକ ପରେ ଅର୍ଥାତ୍ ଆଷାଢ଼ ଶୁକ୍ଳ ହରିଶୟନ ଏକାଦଶୀ ତିଥିରେ…

ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ୩ୟ ଶ୍ରେଣୀ ଛାତ୍ରୀଙ୍କ ଜୀବନ

ଦିଗପହଣ୍ଡି,୨୫ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମେଘଝୋଳି ଗ୍ରାମରେ ଶନିବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଅଘଟଣ ଘଟିଛି। ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର…

ବଙ୍ଗୋପସାଗରରେ ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ୩ ଦିନ ସମୁଦ୍ର ପ୍ରବେଶ ମନା, ଚିନ୍ତାରେ…

ଛତ୍ରପୁର,୨୫ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବ୍ୟାପକ ବର୍ଷା ଏବଂ ପବନ ବୃଦ୍ଧି ପାଇବାର ପୂର୍ବାନୁମାନ କରାଯାଇଛି। ଭାରତୀୟ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri