ଚନ୍ଦନକାଠ ଚୋରା ଚାଲାଣ, ଜଣେ ଅଟକ

ପଟାଙ୍ଗି,୧୩ା୪(ଡି.ଏନ୍‌.ଏ.): ଛତିଶଗଡ଼ ରାଜ୍ୟରୁ ଓଡ଼ିଶାର ଜୟପୁର, କୋରାପୁଟ, ସୁନାବେଡ଼ା, ଶେମିଳିଗୁଡ଼ା ଓ ପଟ୍ଟାଙ୍ଗି ଦେଇ ଯାଇଥିବା ଜାତୀୟ ରାଜପଥ ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ସଂଯୋଗ କରିଥାଏ। ଉକ୍ତ ରାସ୍ତା ଦେଇ ଅନେକ କିଛି ଚୋରା ଚାଲାଣ ହେଉଥିବା ବେଳେ ମୁଖ୍ୟତଃ ଉକ୍ତ ରାସ୍ତାରେ ଗଞ୍ଜେଇ ଚୋରା ଚାଲାଣ ନିତିଦିନିଆ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏହିପରି ସ୍ଥିତିରେ ପୁଣି ଉକ୍ତ ରାସ୍ତା ଦେଇ ଚନ୍ଦନ କାଠ ଚୋରା ଚାଲାଣ ପୋଲିସ ହାତରେ ଧରା ପଡ଼ିବା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ମୁତାବକ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ତଥା ସୁଙ୍କି ଥାନା ଅଧିନସ୍ଥ ଦେଶାମ୍ମା ମନ୍ଦିର ନିକଟରେ ଉକ୍ତ ପୋଲିସ ବୁଧବାର ସକାଳ ୯ଟାରେ ପଟ୍ଟାଙ୍ଗିରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ପିକ୍‌ଅପ୍‌ ଭ୍ୟାନ୍‌ ନଂ ଏପି ୩୯ ୟୁକେ ୬୪୨୭ ଦ୍ରୁତ ଗତିରେ ଯାଉଥିବା ଦେଖି ପୋଲିସ ଅଟକାଇଥିଲା। ଯାଞ୍ଚ ସମୟରେ ଏଥିରେ ବହୁ ପରିମାଣର ଚନ୍ଦନ କାଠ ଦେଖିବାକୁ ପାଇ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ଭ୍ୟାନ୍‌ଟି ପାଡୁଆ ଅଞ୍ଚଳର ହୋଇଥିବା ସହ ନିଜ ଘର ଚମ୍ପାପୁଟ ବୋଲି ପୋଲିସକୁ ଡ୍ରାଇଭର କହିଥିଲେ।

ଅନ୍ୟପକ୍ଷରେ ଉକ୍ତ ଘଟଣାକୁ ନେଇ ୨୪ ଘଣ୍ଟା ପରେ ସୁଙ୍କି ପୋଲିସ ନିଜ ଅଞ୍ଚଳରେ ବା ଥାନାରେ ଖବରଦାତା ସମ୍ମିଳନୀ ନ କରି ୪୮ କିଲୋମିଟର ଦୂର ସୁନାବେଡ଼ା ଏସ୍‌ଡିପିଓ ଅଫିସରେ ଗୁରୁବାର ଅପରାହ୍ନରେ ଖବରଦାତା ସମ୍ମିଳନୀ ଆୟୋଜନ କରି ସମସ୍ତ ସୂଚନା ପ୍ରଦାନ କରିବା ନେଇ ପ୍ରଶ୍ନ ଉଠୁଛି। ପଟ୍ଟାଙ୍ଗି ଅଞ୍ଚଳର ଗଣମାଧ୍ୟମକୁ ଅଣଦେଖା କରି ସୁନାବେଡ଼ାରେ ଖବରଦାତା ସମ୍ମିଳନୀ କାର୍ଯ୍ୟକ୍ରମ ଆୟୋଜନକୁ ବିଭିନ୍ନ ମହଲରେ ଦୃଢ଼ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri