ଚନ୍ଦନଯାତ୍ରା ପାଇଁ ସଜେଇ ହେଉଛି ଚନ୍ଦନ ଚକଡ଼ା

ପୁରୀ ଅଫିସ, ୩୦।୪: ଆସନ୍ତା ୩ ତାରିଖ ପବିତ୍ର ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ୨୧ଦିନିଆ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ମହାମାରୀ କରୋନା ପାଇଁ ଗତ ଦୁଇବର୍ଷ ହେବ ବିନା ଭକ୍ତରେ ବାହାର ଚନ୍ଦନଯାତ୍ରା ହେଉଥିଲା। ତେବେ ଚଳିତବର୍ଷ ସଂକ୍ରମଣ କମିଥିବାରୁ ବାହାର ଚନ୍ଦନଯାତ୍ରାରେ ଭକ୍ତ ସାମିଲ ହେବେ। ଚନ୍ଦନ ଯାତ୍ରା ଲାଗି ଚନ୍ଦନ ଚକଡ଼ା ଚଳଚଞ୍ଚଳ ହୋଇଉଠିଛି। ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଚନ୍ଦନ ଚକଡ଼ା, ମଦନ ମୋହନ ବିଜେ ସ୍ଥଳୀ ଓ ନରେନ୍ଦ୍ର ପୁଷ୍କରିଣୀକୁ ରଙ୍ଗ ଦିଆଯିବା ସହ ସଜାଯାଉଛି। ୨୧ଦିନିଆ ବାହାର ଚନ୍ଦନ ଯାତ୍ରାରେ ମଣିବିମାନରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ପ୍ରଭୁ ମଦନମୋହନ, ରାମ ଓ କୃଷ୍ଣ, ଭୂଦେବୀ, ଶ୍ରୀଦେବୀଙ୍କ ସହ ଶ୍ରୀକ୍ଷେତ୍ରର ପଞ୍ଚମହାଦେବ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରିବେ। ଚନ୍ଦନ ଠାକୁରଙ୍କୁ ନୌବିହାର କରାଇବାକୁ ନନ୍ଦା, ଭଦ୍ରା ଚାପ ଡଙ୍ଗା ପ୍ରସ୍ତୁତ କରାଗଲାଣି। ନରେନ୍ଦ୍ର ପୁଷ୍କରଣୀରେ ବର୍ଷତମାମ ବୁଡ଼ି ରହିଥିବା ନନ୍ଦା, ଭଦ୍ରା ସହ ବୈଜୟନ୍ତୀ ଚାପଡଙ୍ଗାକୁ ଚୈତ୍ର ପୂର୍ଣ୍ଣମାରେ ଭୋଇ ସେବାୟତଙ୍କ ଦ୍ୱାରା ବାହାର କରାଯାଇଥିଲା। ଅନ୍ୟପଟେ ରଥ ନିର୍ମାଣ ନିମନ୍ତେ ରଥଖଳା ଓ ଚନ୍ଦନ ଚକଡ଼ାରେ ଭୋଇସେବକଙ୍କ ଦ୍ୱାରା ଚାଳିଆ ପ୍ରସ୍ତୁତ କରାଯାଇଛି। ଆସନ୍ତା ଅକ୍ଷୟତୃତୀୟା ଦିନ ରଥକାଠ ଅନୁକୂଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri