ଚନ୍ଦନଯାତ୍ରା ପାଇଁ ସଜେଇ ହେଉଛି ଚନ୍ଦନ ଚକଡ଼ା

ପୁରୀ ଅଫିସ, ୩୦।୪: ଆସନ୍ତା ୩ ତାରିଖ ପବିତ୍ର ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ୨୧ଦିନିଆ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ। ମହାମାରୀ କରୋନା ପାଇଁ ଗତ ଦୁଇବର୍ଷ ହେବ ବିନା ଭକ୍ତରେ ବାହାର ଚନ୍ଦନଯାତ୍ରା ହେଉଥିଲା। ତେବେ ଚଳିତବର୍ଷ ସଂକ୍ରମଣ କମିଥିବାରୁ ବାହାର ଚନ୍ଦନଯାତ୍ରାରେ ଭକ୍ତ ସାମିଲ ହେବେ। ଚନ୍ଦନ ଯାତ୍ରା ଲାଗି ଚନ୍ଦନ ଚକଡ଼ା ଚଳଚଞ୍ଚଳ ହୋଇଉଠିଛି। ଶ୍ରୀମନ୍ଦିର ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଚନ୍ଦନ ଚକଡ଼ା, ମଦନ ମୋହନ ବିଜେ ସ୍ଥଳୀ ଓ ନରେନ୍ଦ୍ର ପୁଷ୍କରିଣୀକୁ ରଙ୍ଗ ଦିଆଯିବା ସହ ସଜାଯାଉଛି। ୨୧ଦିନିଆ ବାହାର ଚନ୍ଦନ ଯାତ୍ରାରେ ମଣିବିମାନରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ପ୍ରଭୁ ମଦନମୋହନ, ରାମ ଓ କୃଷ୍ଣ, ଭୂଦେବୀ, ଶ୍ରୀଦେବୀଙ୍କ ସହ ଶ୍ରୀକ୍ଷେତ୍ରର ପଞ୍ଚମହାଦେବ ନରେନ୍ଦ୍ର ପୁଷ୍କରିଣୀକୁ ବିଜେ କରିବେ। ଚନ୍ଦନ ଠାକୁରଙ୍କୁ ନୌବିହାର କରାଇବାକୁ ନନ୍ଦା, ଭଦ୍ରା ଚାପ ଡଙ୍ଗା ପ୍ରସ୍ତୁତ କରାଗଲାଣି। ନରେନ୍ଦ୍ର ପୁଷ୍କରଣୀରେ ବର୍ଷତମାମ ବୁଡ଼ି ରହିଥିବା ନନ୍ଦା, ଭଦ୍ରା ସହ ବୈଜୟନ୍ତୀ ଚାପଡଙ୍ଗାକୁ ଚୈତ୍ର ପୂର୍ଣ୍ଣମାରେ ଭୋଇ ସେବାୟତଙ୍କ ଦ୍ୱାରା ବାହାର କରାଯାଇଥିଲା। ଅନ୍ୟପଟେ ରଥ ନିର୍ମାଣ ନିମନ୍ତେ ରଥଖଳା ଓ ଚନ୍ଦନ ଚକଡ଼ାରେ ଭୋଇସେବକଙ୍କ ଦ୍ୱାରା ଚାଳିଆ ପ୍ରସ୍ତୁତ କରାଯାଇଛି। ଆସନ୍ତା ଅକ୍ଷୟତୃତୀୟା ଦିନ ରଥକାଠ ଅନୁକୂଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri