Posted inଜାତୀୟ

ପଶ୍ଚିମବଙ୍ଗରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ଗିରଫ ହେଲେ ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ଶାହାଜାହାନ ଶେଖ

କୋଲକାତା,୨୯।୨: ପଶ୍ଚିମବଙ୍ଗ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଦୀର୍ଘ ୫୫ ଦିନ ପରେ ଗିରଫ ହୋଇଛନ୍ତି ସନ୍ଦେଶଖାଲି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ଟିଏମ୍‌ସି ନେତା ଶାହଜାହାନ ଶେଖ। ତାଙ୍କୁ ବୁଧବାର ରାତି ୩ଟାରେ ମୀନାଖାନର ଏକ ଅଜ୍ଞାତ ସ୍ଥାନରୁ ଗିରଫ କରାଯାଇଛି। ତେବେ ସେ ସନ୍ଦେଶଖାଲିରେ ଶତାଧିକ ମହିଳାଙ୍କୁ ଯୌନ ନିର୍ଯାତନା ଦେବା ସହ ସେମାନଙ୍କ ଜମି ହଡ଼ପ କରିଥିବା ଅଭିଯୋଗ ହୋଇଥିଲା।

ଶାହାଜାହାନ ଉତ୍ତର ୨୪ ପରଗାନା ଜିଲା ପରିଷଦର ମତ୍ସ୍ୟ ଓ ପଶୁ ସମ୍ପଦ ଅଧିକାରୀ ତଥା ସନ୍ଦେଶଖାଲିର ବ୍ଲକ ସଭାପତି ଅଟନ୍ତି। ସେ ମମତା ସରକାରରେ ଜଙ୍ଗଲ ମନ୍ତ୍ରୀ ଜ୍ୟୋତିପ୍ରିୟ ମଲ୍ଲିକଙ୍କ ନିକଟତର ବୋଲି କୁହାଯାଏ। ତେବେ ତାଙ୍କ ଗିରଫଦାରୀକୁ ନେଇ ମୀନାଖାନ ଏସ୍‌ଡିପିଓ ଅମିନୁଲ ଇସଲାମ ଖାଁ କହିଛନ୍ତି ଯେ ଶାହାଜାହାନଙ୍କୁ ପଶ୍ଚିମବଙ୍ଗ ପୋଲିସ ଉତ୍ତର ୨୪ ପରଗାନାର ମିନାଖାନ ଅଞ୍ଚଳରୁ ଗିରଫ କରିଛି । ତାଙ୍କୁ ବସିରହାଟ କୋର୍ଟକୁ ନିଆଯାଇଛି। ପଶ୍ଚିମବଙ୍ଗ ପୋଲିସ ବ୍ୟତୀତ ସିବିଆଇ ଏବଂ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ମଧ୍ୟ ଶାହାଜାହାନଙ୍କୁ ଗିରଫ କରିପାରିବ ବୋଲି କୋଲକାତା ହାଇକୋର୍ଟ ବୁଧବାର ନିର୍ଦ୍ଦେଶ ଦେଇଛନ୍ତି। ସେ ଦୀର୍ଘଦିନରୁ ଫେରାର ଥିଲେ। ଏହା ପରେ ତାଙ୍କୁ ଗିରଫ କରିବା ପାଇଁ ସିବିଆଇ ଏବଂ ଇଡି ମଧ୍ୟ ମୁକ୍ତ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜାନୁଆରୀ ୫ ରେ, ପଶ୍ଚିମବଙ୍ଗର ଉତ୍ତର ୨୪ ପରଗାନା ଜିଲାର ସନ୍ଦେଶଖାଲିରେ ପ୍ରାୟ ଏକ ହଜାର ଲୋକଙ୍କ ଭିଡ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ କରିଥିଲା। ରାଜ୍ୟରେ ଥିବା ରାସନ ବଣ୍ଟନ ଦୁର୍ନୀତିର ତଦନ୍ତ ସଂପର୍କରେ ଇଡି ଟିମ ଶାହାଜାହାନ ଶେଖଙ୍କ ଘରକୁ ଚଢ଼ାଉ କରିବାକୁ ଯାଇଥିଲେ। ଶାହାଜାହାନଙ୍କ ଘରର ତାଲା ଭଙ୍ଗାଯିବା ସମୟରେ ଲୋକମାନେ ଆକ୍ରମଣ କରିଥିଲେ। ଏହାପୂର୍ବରୁ ଫୋନରେ ଶାହାଜାହାନଙ୍କୁ ଡାକିବାକୁ ଅନେକଥର ଚେଷ୍ଟା କରାଯାଇଥିଲା, କିନ୍ତୁ ସେ ଆସ ନ ଥିଲେ। ଜିଲ୍ଲାର ଏସପିଙ୍କ ସହ କଥାବାର୍ତ୍ତା କରିବାକୁ ଚେଷ୍ଟା କରାଯାଇଥିଲା, କିନ୍ତୁ ସେ ମଧ୍ୟ କଥାବାର୍ତ୍ତା କରି ନ ଥିଲେ। ଏହି ଘଟଣା ପରେ ଶାହାଜାହାନ ଏବଂ ତାଙ୍କ ସମର୍ଥକଙ୍କ ଉପରେ ସ୍ଥାନୀୟଲୋକେ ଜମି ହଡ଼ପ ଏବଂ ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗ ଆଣିଥିଲେ। ଏହାକୁ ନେଇ ସେମାନେ ବିରୋଧ ପ୍ରଦର୍ଶନ କରିଥିଲେ। ସେବେଠାରୁ ସନ୍ଦେଶଖାଲି ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ ଛାଡିବାକୁ ଧମକ ଦେଲେ ଭାରତୀୟ ହକି ଦଳର କୋଚ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୩୧।୧: ଭାରତୀୟ ହକି ଦଳରେ ବିଦ୍ରୋହ ଦେଖାଯାଇଛି। ଭେଟେରାନ ମିଡ୍‌ ଫିଲ୍ଡର ମନପ୍ରୀତ ସିଂଙ୍କୁ ଦଳରୁ ବିଦା କରିବାକୁ ନେଇ ଦେଖାଦେଇଛି କନ୍ଦଳ। ଭାରତୀୟ ହକି ଦଳର…

ଆଜିଠୁ ବିଶ୍ୱପ୍ରସିଦ୍ଧ ମାଘମେଳା: ସନ୍ଧ୍ୟା ୫ଟାରେ ଜଳିବ ଝାଡ଼ଦୀପ

ଢେଙ୍କାନାଳ,୩୧ା୧(ରତନ ନାୟାର):ବିଶ୍ୱପ୍ରସିଦ୍ଧ ମହିମା ଧର୍ମର ପୀଠ ଢେଙ୍କାନାଳ ଜିଲାର ଯୋରନ୍ଦାଠାରେ ପ୍ରସିଦ୍ଧ ମାଘମେଳା ଶନିବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ସନ୍ଧ୍ୟା…

ପାନୀୟ ପ୍ରକଳ୍ପ ଗ୍ୟାଲେରି ସୀମାରୁ ବାଲି ଉଠାଣ ନେଇ ଅସନ୍ତୋଷ: ୩ ଶହ ବଦଳରେ ୬ ଶହ ଟଙ୍କା ରୟାଲ୍‌ଟି

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଧୀନ ଛେଲବାହାଲସ୍ଥିତ ସୁକତେଲ ନଦୀ ବାଲିଘାଟ ନେଇଥିବା ଲିଜଧାରୀଙ୍କ ମନମାନୀ ଦେଖିବାକୁ ମିଳିଛି। ଗତ ବୁଧବାର ଠାରୁ ହଠାତ୍‌ ବାଲିଉଠାଣ…

୨୦୩୨ରେ ଚନ୍ଦ୍ରକୁ ଧକ୍କାଦେବ ଗ୍ରହାଣୁ ପିଣ୍ଡ

ନୂଆଦିଲ୍ଲୀ,୩୧ା୧: ୨୦୩୨ରେ ଏକ କ୍ଷୁଦ୍ର ଗ୍ରହାଣୁ ପିଣ୍ଡ ଚନ୍ଦ୍ରକୁ ଧକ୍କା ଦେବା ନେଇ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି। ଉକ୍ତ ଗ୍ରହାଣୁ ପିଣ୍ଡର ଓସାର ପ୍ରାୟ ୬୦ ମିଟର।…

କେନ୍ଦ୍ରର ଆର୍ଥତ୍କ ନିଅଣ୍ଟ ବଜେଟ ଆକଳନର ୫୪.୫%

ନୂଆଦିଲ୍ଲୀ,୩୧ା୧: ଡିସେମ୍ବର ଶେଷରେ କେନ୍ଦ୍ର ସରକାରଙ୍କ ଆର୍ଥତ୍କ ନିଅଣ୍ଟ ୮.୫୫ ଲକ୍ଷ କୋଟି ଟଙ୍କା ବା ୨୦୨୫-୨୬ ଆର୍ଥିକ ବର୍ଷ ବଜେଟ ଆକଳନର ୫୪.୫ ପ୍ରତିଶତ ବୋଲି…

ପାନ ଦୋକାନରେ ଚଢାଉ : ତମାଖୁ ଉତ୍ପାଦ ବିକ୍ରି କରି ଗଣିଲେ ତଣ୍ଡ

ବରଗଡ଼, ୩୧।୧(ପ୍ରେମାନନ୍ଦ ଖମାରୀ):ବରଗଡ ଜିଲା ସ୍ବାସ୍ଥ୍ୟ, ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ଏକ ମିଳିତ କାର୍ଯ୍ୟକାରୀ ସ୍କ୍ବାଡ୍‌ ଗଠିତ ହୋଇ ତମାଖୁ ନିୟନ୍ତ୍ରଣ ନିୟମ…

ଉପମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ସୁନେତ୍ରା

ମୁମ୍ବାଇ ,୩୧ା୧: ଦିବଂଗତ ଏନ୍‌ସିପି(ଅଜିତ) ନେତା ତଥା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ସ୍ଥାନ ଗ୍ରହଣ କରିବେ ତାଙ୍କ ସ୍ତ୍ରୀ ସୁନେତ୍ରା ପାଓ୍ବାର। ଶନିବାର ସୁନେତ୍ରା ଉପମୁଖ୍ୟମନ୍ତ୍ରୀ…

ଟ୍ୟାଗ୍‌ ଅଛି, ଧାନ ଉଠୁନି: ମଣ୍ଡିରେ ପଡିଛି ୧୬ ଲକ୍ଷ ୩ ହଜାର ପ୍ୟାକେଟ ଧାନ

ପଦ୍ମପୁର,୩୧।୧(ପ୍ରଦୀପ୍ତ ଦାଶ):ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଞ୍ଚଳରେ ମଣ୍ଡି ଖୋଲିବାର ୨ ମାସ ବିତିଥିଲେ ମଧ୍ୟ ସମସ୍ତ ଚାଷୀଙ୍କ ପାଖରେ ଟୋକନ ପହଞ୍ଚତ୍ ପାରିନାହିଁ। ଯେଉଁ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri