Odisha Elections 2024
Posted inଜାତୀୟ

‘ପଶ୍ଚିମବଙ୍ଗରେ ଲାଗୁ ରାଷ୍ଟ୍ରପତି ଶାସନ’

କୋଲକାତା,୧୭।୨: ପଶ୍ଚିମବଙ୍ଗର ଉତ୍ତର ପରଗାନା ଜିଲାସ୍ଥିତ ସନ୍ଦେଶଖାଲି ଯୌନ ଉତ୍ପୀଡନ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଏବେ କଥା ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ଯାଏ ପହଞ୍ଚିଛି। ଏସ୍‌ସି ପ୍ୟାନେଲ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗି ସୁପାରିଶ କରିଛି। ଏଥିଲାଗି ପ୍ୟାନେଲ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକ ରିପୋର୍ଟ ଦାଖଲ କରିଛି। ଉକ୍ତ ରିପୋର୍ଟରେ କୁହାଯାଇଛି ଯେ, ରାଜ୍ୟରେ ଆଇନଶୃଙ୍ଖଳା ବ୍ୟବସ୍ଥା ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ଆଇନ ଅନୁଯାୟୀ ବିଚାର କରାଯିବା ଉଚିତ।

ଏହାପୂର୍ବରୁ ଓକିଲ ଅଲାଖ ଆଲୋକ ଶ୍ରୀବାସ୍ତବ ସନ୍ଦେଶଖାଲିରେ ମହିଳାଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ସୁପ୍ରିମକୋର୍ଟରେ ଯାଚିକା ଦାଖଲ କରିଥିଲେ। ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ ସିବିଆଇ କିମ୍ବା ଏସ୍‌ଆଇଟି ଦ୍ୱାରା ଏକ ନିରପେକ୍ଷ ଏବଂ ସ୍ବତନ୍ତ୍ର ତଦନ୍ତ କରାଯିବା ଉଚିତ ବୋଲି ସେ ଦାବି କରିଛନ୍ତି। ଏପରିକି ପୀଡ଼ିତାଙ୍କୁ କ୍ଷତିପୂରଣ ଦିଆଯାଉ ବୋଲି ସେ ଆଗ୍ରହ ପ୍ରକାଶ କରିଛନ୍ତି।

କହିରଖୁଛୁ, ଲଗାତର ଦୁଇ ମାସ ଧରି ଚର୍ଚ୍ଚାରେ ରହିଛି ସନ୍ଦେଶଖାଲି। ଏଠାରେ ଟିଏମ୍‌ସି ନେତା ଶାହାଜାହାନ ଶେଖଙ୍କ ଘରେ ଇଡି ଅଧିକାରୀମାନେ ଚଢ଼ାଉ କରିବାକୁ ଯାଇଥିବା ବେଳେ ଅକ୍ରମଣର ଶିକାର ହୋଇଥିଲେ। ଏଥିରେ ଇଡି ଅଧିକାରୀ ଆହତ ହୋଇଥିଲେ। ଏହି ଘଟଣାର ପ୍ରାୟ ଦେଢ଼ ମାସ ପରେ ସନ୍ଦେଶଖାଲିର ମହିଳାମାନେ ଶାହାଜାହାନ ଏବଂ ତାଙ୍କ ସମର୍ଥକଙ୍କ ବିରୋଧରେ ପ୍ରଦର୍ଶନ କରି ସେମାନଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ଏହି ସମୟରେ ଏକ ଭିଡିଓ ସାମ୍ନାକୁ ଆସିଥିଲା, ଯେଉଁଥିରେ ଜଣେ ମହିଳା କହୁଥିଲେ ଯେ ଅନେକ ଗୃହିଣୀଙ୍କୁ ସପ୍ତାହେ କିମ୍ବା ମାସେ ଯାଏ ଟିଏମ୍‌ସି ନେତା ଏବଂ କର୍ମୀଙ୍କ ଘରେ ରହିବାକୁ ବାଧ୍ୟ କରାଯାଇଥିଲା। ମହିଳାମାନେ ଯୌନ ଉତ୍ପୀଡ଼ନ ଏବଂ ଆଦିବାସୀ ଜମିକୁ ଜବରଦଖଲ କରାଯାଇଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri