ଧସିଥିବା ଆପ୍ରୋଚ୍‌ ରାସ୍ତାକୁ ବାଲି ପକାଇ ମରାମତି

ଧର୍ମଶାଳା,୨୬ା୬(ବଟକୃଷ୍ଣ ପରିଡ଼ା): ପାଣିକୋଇଲି ପୂର୍ତ୍ତ ବିଭାଗ ପକ୍ଷରୁ ଧର୍ମଶାଳା-କବାଟବନ୍ଧ ରାସ୍ତାର ଇମାମନଗର ଗ୍ରାମ ନିକଟରେ ଉଦ୍‌ଘାଟନ ହୋଇଥିବା ସେତୁର ଆପ୍ରୋଚ ରୋଡ୍‌ ଧସିପଡ଼ିଥିବା ନେଇ ରବିବାର ଗଣମାଧ୍ୟମରେ ଖବର ପ୍ରକାଶ ପରେ ତରବରିଆ ଭାବେ ଏହାର ମରାମତି କରାଯାଇଛି। ବିଭାଗ ପକ୍ଷରୁ ଠିକାଦାରଙ୍କ ସହାୟତାରେ ବାଲି ଭର୍ତ୍ତି କରାଯାଇ ଫାଟ ବନ୍ଦ କରି ଦିଆଯାଇଥିବା ଦେଖିବାକୁ ମିଳିଛି।
କୁଅଁାରିଆ ନାଳରେ ପୂର୍ତ୍ତ ବିଭାଗ ପକ୍ଷରୁ ୩ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟରେ ପୋଲ ସହ ସଂଯୋଗୀକରଣ ରାସ୍ତା ନିର୍ମାଣ କରାଯାଇଥିଲା। ମେ’ ୧୮ରେ ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ଏହାକୁ ଉଦ୍‌ଘାଟନ କରିଥିଲେ। ହେଲେ ଏବେ ମୌସୁମୀ ବର୍ଷା ଆରମ୍ଭ ହେବା ମାତ୍ରେ ସେହି ସଂଯୋଗୀକରଣ ପିଚୁ ରାସ୍ତାଟି ଧସିପଡ଼ି ବିରାଟ ଫାଟ ସୃଷ୍ଟି ହୋଇଥିଲା। ନିମ୍ନମାନର କାମ ଯୋଗୁ ସାମାନ୍ୟ ବର୍ଷାରେ ରାସ୍ତା ଏଭଳି ଧସିପଡ଼ିଥିଲା। ରାସ୍ତାରେ ଦୈନିକ ଆଖପାଖ ୧୫ଟି ପଞ୍ଚାୟତର ଲୋକେ ୪ ଓ ୨ ଚକିଆ ଯାନରେ ଯାତାୟାତ କରିଥାନ୍ତି। ତେବେ ରାସ୍ତା ଧସିପଡ଼ିବାରୁ ଏଥିରେ ଯାତାୟାତ କରିବାକୁ ଲୋକେ ଅସୁରକ୍ଷିତ ମଣୁଛନ୍ତି। ଉଦ୍‌ଘାଟନର ମାତ୍ର ୧ ମାସ ମଧ୍ୟରେ ରାସ୍ତାର ଅବସ୍ଥା ଏପରି ହୋଇପଡ଼ିଥିବାରୁ ସମ୍ପୃକ୍ତ ଠିକାଦାର ଓ ବିଭାଗୀୟ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି। ଏ ସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ ନରେନ ଜେନାଙ୍କୁ ପଚାରିବାରୁ ସେ କହିଛନ୍ତି, ରାସ୍ତାର ସାଇଡ୍‌ ଅଂଶ ସାମାନ୍ୟ ଧସିପଡ଼ିଛି। ଧସିପଡ଼ିଥିବା ସ୍ଥାନରୁ ପିଚୁ କଢ଼ାଯାଇ କଂକ୍ରିଟ କରିବାକୁ ଠିକାଦାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri