ଅସ୍ଥାୟୀ ପୋଲରେ ବାଲି ଚାଲାଣ

ବାରିପଦା ଅଫିସ,୨ ।୪ ମୟୂରଭଞ୍ଜ ଜିଲାରେ ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ଓ ନିୟମ ଉଲ୍ଲଂଘନକୁ ନେଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍‌ଜିଟ)ରେ ମାମଲା ରୁଜୁ ହୋଇଛି। ଏହା ସତ୍ତ୍ୱେ ଜିଲା ପ୍ରଶାସନର ଚେତା ପଶୁନି। ବେଆଇନ ପୋଲ ନିର୍ମାଣ କରି ବାଲି ଚାଲାଣ କରାଯାଉଛି। ପ୍ରଶାସନ ବାଲି ସଇରାତକୁ ସିଲ୍‌ କରିବା ପରିବର୍ତ୍ତେ ନୀରବ ରହୁଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଦେଖିବାକୁ ମିଳିଛି ବଡ଼ସାହି ତହସିଲ ଅଧୀନ ଆରପଟା ବାଲି ସଇରାତ କ୍ଷେତ୍ରରେ। ଏ ସଂକ୍ରାନ୍ତରେ ବଡ଼ସାହି ବିଧାୟକ ସନାତନ ବିଜୁଳି ଶୁକ୍ରବାର ବିଧାନସଭାର ଶୂନ୍ୟକାଳରେ ପ୍ରଶ୍ନ ଉଠାଇ ଥିବା ସୂଚନା ମିଳିଛି।
ଅନୁଯାୟୀ, ବୁଢାବଳଙ୍ଗ ନଦୀର ଦୁଇଟି ବାଲି ସଇରାତରୁ ଲଘୁ ଖଣିଜ ଉତ୍ତୋଳନ ଓ ପରିବହନ କ୍ଷେତ୍ରରେ ଶହେ କୋଟି ଟଙ୍କାର ରାଜସ୍ବ କ୍ଷତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଏହାକୁ ନେଇ ଏନ୍‌ଜିଟି ପକ୍ଷରୁ କେନ୍ଦ୍ର ଓ ରାଜ୍ୟ ପ୍ରଶାସନିକ ଅଧିକାରୀଙ୍କଠାରୁ ଏକ ମାସ ମଧ୍ୟରେ ଜବାବ ତଲବ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ଆଦେଶ ଅନୁଯାୟୀ ଆସନ୍ତା ୬ତାରିଖରେ ଏକ ୪ଜଣିଆ ବିଶେଷଜ୍ଞ କମିଟି ତଦନ୍ତ କରିବାକୁ ଆସୁଥିବା ବେଳେ ଉଭୟ ସଇରାତରୁ ପରିବହନ ବନ୍ଦ ରହିଛି। ତେବେ ଅସାଧୁ ବାଲି ମାଫିଆମାନେ ବେଆଇନ ଭାବେ ନିର୍ମାଣ କରାଯାଇଥିବା ଆରପଟା ସଇରାତର ଅସ୍ଥାୟୀ ପୋଲ ଦେଇ ବାଲି ଚୋରା ଚାଲାଣ କରୁଛନ୍ତି। ଉକ୍ତ ପୋଲକୁ ଉଦ୍ଦେଶ୍ୟ ମୂଳକ ଭାବେ ଭଙ୍ଗା ନ ଯାଇ ଅଧିକାରୀମାନେ ଲୁଟରେ ସାମିଲ ହୋଇଛନ୍ତି ବୋଲି ଅଭିଯୋଗରେ ଦର୍ଶାଯାଇଛି। ତେବେ ଉକ୍ତ ଘାଟରୁ ପ୍ରତିଦିନ ୧୦ ସିୟୁଏମ୍‌ ବାଲି ଉତ୍ତୋଳନ ପାଇଁ ନିମନ୍ତେ ୩୧ମାର୍ଚ୍ଚ ୨୦୨୧ପର୍ଯ୍ୟନ୍ତ ପରିବେଶ ମଞ୍ଜୁରୀ ପ୍ରଦାନ କରାଯାଇଛି। ଅବଧି ଶେଷ ହେବା ପରେ ମଧ୍ୟ ଏହାକୁ ବିସ୍ତାର କରା ନ ଯାଇ ବାଲି ଖନନ ଜାରି ରହିଥିବାରୁ ବାର୍ଷିକ ୨୨ଶହ ସିୟୁଏମ୍‌ ପରିବର୍ତ୍ତେ ୬.୨୩ଲକ୍ଷ ସିୟୁଏମ୍‌ ବାଲି ଉତ୍ତୋଳନ କରାଯାଇଛି ବୋଲି ଅଭିଯୋଗ ହୋଇଛି। ତେବେ ଅନୁମତି ସୀମାର ୨୪୦ଗୁଣ ବାଲି ଉତ୍ତୋଳନ କରାଯାଇଥିବାରୁ ବାର୍ଷିକ ୫୩.୨୬କୋଟି ଟଙ୍କାର ରାଜସ୍ବ ହାନି ହୋଇଥିବା ଜଣାପଡ଼ିଛି। ଏହାକୁ ନେଇ ତଦନ୍ତ ଆରମ୍ଭ ହେବାକୁ ଥିବା ବେଳେ ଅଧିକାରୀଙ୍କଠାରୁ ଆରମ୍ଭ କରି ଲିଜ୍‌ଧାରୀ ଓ ସହଯୋଗୀମାନଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଅଧିକାରୀମାନେ ନିଜକୁ ବଞ୍ଚାଇବାକୁ ପ୍ରାଣମୂର୍ଚ୍ଛା ଉଦ୍ୟମ ଜାରି ରଖିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ଏହାକୁ ନେଇ ଅଧିକାରୀମାନେ ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ଆସନ୍ତା ସପ୍ତାହରେ ପୁଣି ଭିଜିବ ଓଡ଼ିଶା: ୧୪ରୁ ୧୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୩/୯: ଆସନ୍ତା ସପ୍ତାହରେ ପୁଣି ଥରେ ଭିଜିବ ଓଡ଼ିଶା। ୧୪ରୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ସୂଚନା ମିଳିଛି।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?